ପଦୋନ୍ନତିରେ ଅବହେଳା: ଧାରଣାରେ ବସିଲେ ବହୁମୁଖୀ ପୁରୁଷ ସ୍ବାସ୍ଥ୍ୟକର୍ମୀ

ନୂଆପଡ଼ା,୧୮ା୮ (ମକାରୁ ବେମାଲ): ପଦୋନ୍ନତିରେ ଅବହେଳା କରାଯାଉଥିବା ଅଭିଯୋଗ କରି ନୂଆପଡ଼ା ଜିଲାରେ କାର୍ଯ୍ୟରତ ବହୁମୁଖୀ ପୁରୁଷ ସ୍ବାସ୍ଥ୍ୟକର୍ମୀ ମଙ୍ଗଳବାରଠାରୁ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ସେମାନଙ୍କ ଅଭିଯୋଗକ୍ରମେ ୧୬ ବର୍ଷ ହେବ ଜିଲାରେ ୯୨ ଜଣ ବହୁମୁଖୀ ପୁରୁଷ ସ୍ବାସ୍ଥ୍ୟକର୍ମୀ ସ୍ବାସ୍ଥ୍ୟସେବା ଯୋଗାଇଆସୁଛନ୍ତି। ହେଲେ ସରକାର ସେମାନଙ୍କୁ ଲେଭଲ ୨ରୁ ଲେଭଲ ୧କୁ ପଦୋନ୍ନତି ଦେବାରେ ଅବହେଳା କରୁଛନ୍ତି। ୨୦୨୪ ଡିସେମ୍ବର ୨୧ରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଚିଠିସଂଖ୍ୟା ୩୫୦୦୨ରେ ସମସ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଅବଗତ କରାଯାଇଥିଲା। ଏଥିରେ ଜାନୁଆରୀ ଶେଷ ସୁଦ୍ଧା ଡିପିସି ବୈଠକ କରି ସେମାନଙ୍କୁ ପଦୋନ୍ନତି ପାଇଁ ନିର୍ଦ୍ଦେଶ ଦେଇଥିଲେ। ଗତ ଜୁଲାଇ ୨୯ରେ ଡିପିସି ବୈଠକ ହୋଇଥିଲେ ମଧ୍ୟ ପଦୋନ୍ନତି ଉପରେ ଆଲୋଚନା ହୋଇ ନ ଥିବା ଜଣାପଡିଛି। ବର୍ତ୍ତମାନ ରାଜ୍ୟର ୨୯ ଜିଲାରେ ସ୍ବାସ୍ଥ୍ୟ କର୍ମୀତ୍‌ମାନେ ପଦୋନ୍ନତି ହୋଇ ସାରିଛନ୍ତି। କିନ୍ତୁ ନୂଆପଡା ଜିଲାରେ ପ୍ରଶାସନିକ ଅବହେଳା ଯୋଗୁ ହୋଇ ପାରୁନାହିଁ। ଏହାର ପ୍ରତିବାଦରେ ସେମାନେ ଧାରଣାରେ ବସିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଧାରଣାରେ ବସିବୁ ବୋଲି କର୍ମକର୍ତ୍ତା ଚେତାଇ ଦେଇଛନ୍ତି। ଧାରଣାରେ ଜିଲା ସଭାପତି ବିକାଶ କୁମାର ସିଂ, ସମ୍ପାଦକ ସୁନୀଳ କୁମାର ଅଗସ୍ତି, ରାଜ୍ୟ ସମ୍ପାଦକ ଶ୍ରୀନିବାସ ସାହୁ, ଗୌରାଙ୍ଗ ଶବର, ମଳୟ ଖମାରୀ, ଗିରିଧାରୀ ଲାଲ ଦେବାଙ୍ଗନ, ଅମିତ ସିଂଦେଓ, ଜିତେଶ କୁମାର ପଣ୍ଡା, ଝାଲି କୁମାର ମାଝି, ସୌମ୍ୟରଞ୍ଜନ ପାଢୀ ପ୍ରମୁଖ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri