ବିଦ୍ୟାଳୟରେ ଅବହେଳା: ଛାତ୍ରୀଙ୍କ ଭାଙ୍ଗିଲା ହାତ,ତାଲା ପକାଇଲେ…

ଖଜୁରୀପଡ଼ା, ୧୬ା୯( ବିଦୁର ବେହେରା): ଛାତ୍ରୀଛାତ୍ରଙ୍କୁ ପାଠ ପଢିବା ପାଇଁ ଅଭିଭାବକ ସ୍କୁଲ ଛାଡନ୍ତି। ଶିକ୍ଷୟତ୍ରୀ ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ଦାୟିତ୍ୱ ନେଇ ପାଠ ପଢାଇଥାନ୍ତି। ମାତ୍ର ସେମାନଙ୍କ ଦାୟିତ୍ୱରେ କିଛିଟା ଅବହେଳା ପାଇଁ ଛାତ୍ରୀଛାତ୍ରମାନେ ବିପଦରେ ପଡିଥାନ୍ତି। ଏପରି ଏକ ଘଟଣା କନ୍ଧମାଳ ଜିଲା ଖଜୁରୀପଡା ବ୍ଲକରେ ଘଟିଛି। ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅବହେଳାରୁ ଜଣେ ଛାତ୍ରୀଙ୍କ ହାତ ଭାଙ୍ଗଛି। ଏହାର ପ୍ରତିବାଦରେ ମଙ୍ଗଳବାର ଅଭିଭାବକମାନେ ବିଦ୍ୟାଳୟ ଫାଟକରେ ତାଲା ପକାଇଥିଲେ। ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ଟିଟ୍ରାପଙ୍ଗା ପଞ୍ଚାୟତର କଲାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏପରି ଦେଖିବାକୁ ମିଳିଛି।
ବାଲବାଟିକା ଛାତ୍ରୀ ଆଇସା ଦିଗାଲ ସୋମବାର ସ୍କୁଲ ପରିସରରେ ଖେଳୁଥିବା ବେଳେ ପଡ଼ିଯାଇ ଗୁରୁତର ହୋଇଥିଲେ। ତାଙ୍କ ହାତ ଭାଙ୍ଗିଯାଇ ଗଭୀର ଆଘାତ ଲାଗିଥିଲା। ପ୍ରଧାନ ଶିକ୍ଷୟିତ୍ରୀ ସୁଭାଷିନୀ ରଣଭୁଇଁସା ଘଟଣାକୁ ଗୁରୁତ୍ୱ ନ ଦେଇ ଆଇସାଙ୍କୁ ଘରକୁ ସେହି ବିଦ୍ୟାଳୟରେ ପଢୁଥିବା ତାଙ୍କ ଭାଇ ହାତରେ ପଠାଇ ଦେଇଥିଲେ । ଏ ନେଇ ଆଇସାଙ୍କ ଜେଜେ ମା’ ଅମ୍ବିକା ଦିଗାଲ ସ୍କୁଲକୁ ଆସି ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ପଚାରିବାରୁ ଖେଳ ଶିକ୍ଷକ ଅଜିତ୍‌ ପ୍ରଧାନ ତାଙ୍କୁ ଦୁର୍ବ୍ୟବହାର କରିଥିଲେ ବୋଲି ସେ ଅଭିଯୋଗ କରିଛନ୍ତି। ଆହତ ଆଇସାଙ୍କୁ ଚିକିତ୍ସା ପାଇଁ ପରିବାର ଲୋକେ ଫୁଲବାଣୀ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଡାକ୍ତର ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି।
ଏହାର ପ୍ରତିବାଦ କରି ଆହତ ଛାତ୍ରୀଙ୍କ ଚିକିତ୍ସା ଦାବିକରି ଗ୍ରାମବାସୀ ଓ ସ୍କୁଲ କମିଟି କର୍ମକର୍ତ୍ତା ମଙ୍ଗଳବାର ସକାଳେ ଏକ ଘଣ୍ଟା ଧରି ସ୍କୁଲ ମୁଖ୍ୟ ଫାଟକରେ ତାଲା ପକାଇ ରଖିଥିଲେ। ଖବର ପାଇ ସରପଞ୍ଚ ସଞ୍ଜୀବ ଲୋଚନ ପ୍ରଧାନ ଘଟଣା ସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଗ୍ରାମବାସୀଙ୍କୁ ବୁଝାଶୁଝା କରିଥିଲେ। ଆହତ ଛାତ୍ରୀଙ୍କୁ ଚିକିତ୍ସା କ୍ଷେତ୍ରରେ ସହଯୋଗ କରାଯିବ। ଦୁର୍ବ୍ୟବହାର କରିଥିବା ଖେଳ ଶିକ୍ଷକ ପ୍ରଧାନଙ୍କ ବଦଳି ପାଇଁ ସୁପାରିଶ କରିବେ ବୋଲି ପ୍ରତିଶ୍ରୁତି ଦେବା ପରେ ଗ୍ରାମବାସୀ ସ୍କୁଲ ଫାଟକରୁ ତାଲା ଖୋଲିଥିଲେ। ଖେଳ ଶିକ୍ଷକଙ୍କ ବଦଳି ନ ହେଲେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏ ନେଇ ବିଇଓ ବିନୋଦ ବିହାରୀ ଦିଗାଲଙ୍କୁ ପଚାରିବାରୁ ସେ କହିଲେ, ଘଟଣା ସମ୍ପର୍କରେ ସେ ଅବଗତ ଥିଲେ। ଜଣେ ଶିକ୍ଷୟିତ୍ରୀ ଅବା ଶିକ୍ଷକ ହୁଅନ୍ତୁ ଆହତ ଛାତ୍ରୀଙ୍କୁ ନେଇ ଘରେ ଛାଡ଼ିବା କଥା। ନଚେତ୍‌ ମେଡିକାଲ ନେବା କଥା। ସେମାନେ ସେପରି କରିନାହାନ୍ତି। ସିଆରସିସି ସୁଜାତା ପ୍ରଧାନ ମଧ୍ୟ ପହଞ୍ଚତ୍ ଅଭିଭାବକଙ୍କୁ ବୁଝାଶୁଝା କରିଥିଲେ। ଡିଇଓ ରାଜେଶ କୁମାର ସ୍ବାଇଁଙ୍କୁ ପଚାରିବାରୁ ସେ କହିଛନ୍ତି, ଘଟଣାର ତଦନ୍ତ ପରେ ପ୍ରଧାନ ଶିକ୍ଷୟିତ୍ରୀ ଓ ଖେଳ ଶିକ୍ଷକ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri