ନିର୍ମାଣ ଶ୍ରମିକଙ୍କ ପ୍ରତି ଅବହେଳା

କେନ୍ଦ୍ରାପଡ଼ା ଅଫିସ,୨୫ା୧୧: ଶ୍ରମିକଙ୍କ ଆର୍ଥିକ ଓ ସାମାଜିକ ଉନ୍ନତି ପାଇଁ ସରକାରଙ୍କ ଯୋଜନା ପ୍ରଣୟନ ହୋଇଛି। ତାହାକୁ କାର୍ଯ୍ୟକାରୀ ପାଇଁ ପ୍ରଶାସନିକ ଅଧିକାରୀଙ୍କ ସମେତ କର୍ମଚାରୀ ଅଛନ୍ତି। ହେଲେ ନିଜ ଦାୟିତ୍ୱ ପ୍ରତି ଅବହେଳା ଏହି ସରକାରୀ କର୍ମଚାରୀଙ୍କ ପାଇଁ ଏବେ ସଉକ ହୋଇଛି। ଫଳରେ ତୃଣମୂଳସ୍ତରରେ ସରକାରଙ୍କ ଯୋଜନା ପହଞ୍ଚତ୍ ପାରୁ ନ ଥିବା ଦର୍ଶାଇ କେନ୍ଦ୍ରାପଡ଼ା ଜିଲା ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ନିର୍ମାଣ ଶ୍ରମିକଙ୍କ ଦାବି ପୂରଣ ନ ହେଲେ ଆନ୍ଦୋଳନ ତୀବ୍ର ହେବ ବୋଲି ପ୍ରତିବାଦ ସଭାରେ ଚେତାବନୀ ଦିଆଯିବା ସହିତ ଜିଲାପାଳଙ୍କୁ ଏ ନେଇ ଦାବିପତ୍ର ପ୍ରଦାନ କରାଯାଇଛି। ସଂଘ ସମ୍ପାଦକ ତଥା ଶ୍ରମିକ ନେତା ଅଶୋକ କୁମାର ତ୍ରିପାଠୀଙ୍କ ନେତୃତ୍ୱରେ ଏହି ବିକ୍ଷୋଭ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ହୋଇଥିଲା। ସଭାପତି କାମିନୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସେକ୍‌ ରିଆଉଦ୍ଦିନ, ବାହାଲି ଟୁଡୁ, କାର୍ତ୍ତିକ ବେହେରା, ନିତ୍ୟାନନ୍ଦ ସାମଲ, ପ୍ରଦୀପ୍ତ ସାମଲ, ସୁବାସ ସାମଲ, ବିଷ୍ଣୁଚରଣ ବାରିକ ପ୍ରମୁଖ ସାମିଲ ହୋଇ ଶ୍ରମିକଙ୍କୁ ଅଣଦେଖା କରୁଥିବା ସରକାରୀ କର୍ମଚାରୀଙ୍କୁ ସମାଲୋଚନା କରିଥିଲେ। ଏ ସମ୍ପର୍କରେ ଶ୍ରମିକ ନେତା ତ୍ରିପାଠୀ କହିଛନ୍ତି, କେନ୍ଦ୍ରାପଡ଼ା ଶ୍ରମ କାର୍ଯ୍ୟାଳୟର ମନମୁଖି କାର୍ଯ୍ୟ ଶ୍ରମିକ ଅଶାନ୍ତିର କାରଣ ହୋଇଛି। ପଞ୍ଜୀକରଣ ବ୍ୟବସ୍ଥାଠାରୁ ଆରମ୍ଭ କରି ସହାୟତା ରାଶି ପ୍ରଦାନ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରାଯାଉଛି। ମହିଳା ନିର୍ମାଣ ଶ୍ରମିକଙ୍କ ପାଇଁ ଥିବା ନିୟମକୁ କାର୍ଯ୍ୟ କ୍ଷେତ୍ରରେ ଲାଗୁ କରାଯାଉ ନ ଥିବା ଶ୍ରମ ବିଭାଗ ଜାଣିଥିଲେ ମଧ୍ୟ ତନଖି ବ୍ୟବସ୍ଥା ନାହିଁ। ଏ ନେଇ ୫ଟି ଦାବି ଉପସ୍ଥାପନ କରାଯାଇ ପ୍ରତିବାଦ ସଭା ହୋଇଛି। ଏ ସମ୍ପର୍କରେ ଜିଲାପାଳ ଅମୃତ ଋତୁରାଜ କହିଛନ୍ତି, ଶ୍ରମ ଅଧିକାରୀଙ୍କ ସହ ଆଲୋଚନା କରାଯାଇ ନିର୍ମାଣ ଶ୍ରମିକଙ୍କ ସମସ୍ୟାର ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri