ରେଳ ବିକାଶରେ ଜିଲାକୁ ଅବହେଳା

ବାରିପଦା ଅଫିସ,୧୪।୨: କେନ୍ଦ୍ରର ଭାଜପା ସରକାର ରେଳ ବଜେଟ୍‌ରେ ମୟୂରଭଞ୍ଜ ଜିଲାକୁ ଅବହେଳା କରିଥିବା ଅଭିଯୋଗ ଆଣି ବିଜେଡି ପକ୍ଷରୁ ସୋମବାର ତିନି ଘଣ୍ଟିଆ ପ୍ରତିବାଦ କରାଯାଇଛି। ଜିଲା ମୁଖ୍ୟାଳୟ ବାରିପଦା, ରାଇରଙ୍ଗପୁର, କରଞ୍ଜିଆ ଓ ଉଦଳାରେ ଦଳ ବିକ୍ଷୋଭ ପ୍ରଦର୍ଶନ କରିଛି। ଏନେଇ ରେଳମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଉପଜିଲାପାଳଙ୍କ ଜରିଆରେ ପ୍ରଦାନ କରାଯାଇଛି। ଜିଲାରେ ରେଳ ବିକାଶ ନିମନ୍ତେ କେନ୍ଦ୍ର ସରକାର ଉପଯୁକ୍ତ ପଦକ୍ଷେପ ଗ୍ରହଣ ନ କଲେ ଆଗାମୀ ଦିନରେ ଗ୍ରାମଞ୍ଚଳଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ଜିଲାବ୍ୟାପୀ ଆନ୍ଦୋଳନ କରାଯିବ ବୋଲି କଡ଼ା ଚେତାବନୀ ଦିଆଯାଇଛି।
ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡି ମୟୂରଭଞ୍ଜ-୧ର ସଭାପତି ତଥା ବିଧାୟକ ସୁଦାମ ମାରାଣ୍ଡିଙ୍କ ସଭାପତିତ୍ୱରେ ବିକ୍ଷୋଭ ସମାବେଶ ତଥା ପ୍ରତିବାଦ ସଭା ହୋଇଥିଲା। ଜିଲାର ପ୍ରମୁଖ ରେଳପଥ ବୁଢାମରା-ଚାକୁଳିଆ, ବାଙ୍ଗିରିପୋଷି-ଗୋରୁମହିଷାଣୀ ଓ ବାଦାମପାହାଡ-କେନ୍ଦୁଝରର ସର୍ଭେ କାର୍ଯ୍ୟ ସମାପ୍ତ ହୋଇସାରିଥିଲେ ମଧ୍ୟ ଚଳିତ ବଜେଟରେ କୌଣସି ଅନୁଦାନ ନୂତନ ରେଳପଥ ପାଇଁ ଘୋଷଣା କରା ନ ଯିବା ଜିଲାବାସୀଙ୍କ ମନରେ ଗଭୀର ଆଘାତ ଦେଇଛି। ଆଦିବାସୀ ଅଧ୍ୟୁଷିତ ଜିଲାକୁ ରେଳ ବିକାଶ ନିମନ୍ତେ ଏକ ହଜାର ଟଙ୍କା ଦେବାକୁ ନେଇ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟକୁ ନିନ୍ଦା କରିଛି ବିଜେଡି। ୨୦୧୯ ସାଧାରଣ ନିର୍ବାଚନରେ ଜିଲାବାସୀ ବହୁମତ ସାବ୍ୟସ୍ତ କରି ଜିଲାକୁ ୬ ବିଧାୟକ ଓ ଦୁଇ ଲୋକ ସଭାକୁ ନିର୍ବାଚିତ କରିଥିଲେ। ପରେ କେନ୍ଦ୍ରମନ୍ତ୍ରୀ ପଦରେ ଥାଇ ମଧ୍ୟ ଜିଲା ପ୍ରତି ଅବହେଳା ପ୍ରଦର୍ଶନ କରିବା ସମସ୍ତଙ୍କୁ ପ୍ରତାରଣା ବୋଲି ଉପସ୍ଥିତ ବିଜେଡି ନେତୃବୃନ୍ଦ ସମାଲୋଚନା କରିଥିଲେ। ପୂର୍ବତନ ମନ୍ତ୍ରୀ ସରୋଜିନୀ ହେମ୍ବ୍ରମ, ପ୍ରାକ୍ତନ ଉପବାଚସ୍ପତି ସାନନ୍ଦ ମାରାଣ୍ଡି, ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଡା. ଦେବାଶିଷ ମାରାଣ୍ଡି, ବାରିପଦା ପୌରାଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତି, ପୌର ଉପାଧ୍ୟକ୍ଷା ସୀମା ଦାସ, ଏମ୍‌ସିସି ବ୍ୟାଙ୍କ ସଭାପତି ସୁବ୍ରମଣ୍ୟମ ମହାନ୍ତି, ଜିତେନ୍ଦ୍ର ମହାନ୍ତି, ପ୍ରାକ୍ତନ ବିଧାୟକ ଗଣେଶ୍ୱର ପାତ୍ର, ଛାତ୍ର ସଭାପତି ସୁନୀଲ ନାୟକ, ଯୁବ ସଭାପତି ଅରୁଣ ବରାଡ, ମହିଳା ସଭାନେତ୍ରୀ ଦୀପ୍ତିଲତା ମିଶ୍ର, ପ୍ରଭାତ ନାୟକ, କାଉନସିଲର ପୂଜା ତରେଇ, ପୂଜା ଶର୍ମା, ସବିତା ପାଲ, ଆରାଧନା ମହାନ୍ତି, ସୁକେଶିନୀ ସେଠୀ, ଦୀପ୍ତିରେଖା ପଟ୍ଟନାୟକ, ଜିତା ସିଂ, ପ୍ରଭାତୀ ପୃଷ୍ଟି ପ୍ରମୁଖ ବିକ୍ଷୋଭରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri