କର୍ତ୍ତବ୍ୟରେ ଅବହେଳା: ଗୁରୁଣ୍ଡିଆ ଥାନାର ୨ କନେଷ୍ଟବଳଙ୍କୁ ନିଲମ୍ବନ କଲେ ଏସ୍‌ପି

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): କର୍ତ୍ତବ୍ୟରେ ଅବହେଳା ଦର୍ଶାଇ ଗୁରୁଣ୍ଡିଆ ଥାନାର ୨ କନେଷ୍ଟବଳଙ୍କୁ ନିଲମ୍ବିତ କଲେ ରାଉରକେଲା ଏସ୍‌ପି ନିତେଶ ୱାଧୱାନୀ । ନିଲମ୍ବିତ କନେଷ୍ଟବଳ ଦ୍ବୟ ହେଲେ ସୁରେନ୍ଦ୍ର କୁମାର କିଷାନ ଏବଂ ମହିଳା କନେଷ୍ଟବଳ ବୈଦେହୀ କୁମରା ।

ସୂଚନା ମୁତାବକ ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆ ଥାନା ଅନ୍ତର୍ଗତ ପଙ୍କଡିହି ପଞ୍ଚାୟତର ଜର୍ଡା ଗ୍ରାମରେ ଗତ ଜାନୁଆରୀ ୧୭ରେ ଜଣେ ନିଖୋଜ ଶିଶୁ କନ୍ୟାର ମୃତଦେହ ଏକ ନାଳରୁ ମିଳିବା ପରେ ଅପହରଣ ଓ ହତ୍ୟା ଅଭିଯୋଗ ସନ୍ଦେହରେ ଗ୍ରାମବାସୀଙ୍କ ମାଡରେ ଆହତ ଏକ ଦମ୍ପତ୍ତି ବଣାଇଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ବେଳେ ତାଙ୍କ ମଧ୍ୟରୁ ମହିଳା ଜଣକ ପୋଲିସକୁ ଚକମା ଦେଖାଇ ଫେରାର ହୋଇଯାଇଥିଲେ । ତେବେ ତାଙ୍କୁ ଜଗିବା ଦାୟିତ୍ୱରେ ଥିବା ଉପରୋକ୍ତ କନେଷ୍ଟବଳ ଦ୍ବୟଙ୍କ କର୍ତ୍ତବ୍ୟରେ ଅବହେଳା ଯୋଗୁ ସେମାନଙ୍କୁ ଏସ୍‌ପି ନିଲମ୍ବିତ କରିଛନ୍ତି ।
ଉଲ୍ଲେଖଯୋଗ୍ୟ,ଜଡା ଗ୍ରାମର ରାଜୁ ମୁଣ୍ଡାର ୪ ବର୍ଷର ଝିଅ ଦୀପାଳି ମୁଣ୍ଡା ଗତ ଜାନୁୟାରୀ ୧୭ ତାରିଖ ଖେଳିବା ପାଇଁ ଘରୁ ବାହାରକୁ ଯାଇ ସନ୍ଧ୍ୟାା ପର୍ଯ୍ୟନ୍ତ ଘରକୁ ଫେରି ନ ଥିଲା। ଫଳରେ ଘର ଲୋକ ପାଖ ପଡ଼ୋଶୀ ସବୁଆଡେ ଅନେକ ଖୋଜାଖୋଜି କରିଥିଲେ ମଧ୍ୟ ଆଉ ପାଇ ନଥିଲେ। ପରେ ଘର ଠାରୁ କିଛି ଦୂରରେ ଚାଷ ଜମିରେ ଥିବା ଏକ ଛୋଟ ନାଳରେ ଶିଶୁ କନ୍ୟାର ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ପରେ ଏ ନେଇ ଗୁରୁଣ୍ଡିଆ ପୋଲିସକୁ ଖବର ଦେବା ପରେ ପୋଲିସ ୧୯ ତାରିଖ ସକାଳୁ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ ବଣାଇଁ ସରକାରୀ ଡ଼ାକ୍ତରଖାନାକୁ ପଠାଇବା ସହ ଏକ ଅପହରଣ ଓ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ପୋଲିସ ମୃତା ଶିଶୁର ପରିବାରଙ୍କ ଅଭିଯୋଗକୁ ଭିତ୍ତି କରି ଗ୍ରାମର ଏକ ଦମ୍ପତ୍ତିକୁ ଅଟକ ରଖି ପଚରାଉଚୁରା କରୁଥିଲା । ସମ୍ପୃକ୍ତ ଦମ୍ପତ୍ତିଙ୍କୁ ଗ୍ରାମବାସୀ ପ୍ରବଳ ମାଡ ମାରିବା ଫଳରେ ଗୁରୁତର ଅବସ୍ଥାରେ ପୋଲିସ ହେପାଜତରେ ବଣାଇଁ ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ମହିଳା ଜଣଙ୍କ ଡାକ୍ତରଖାନାରୁ ଫେରାର ହୋଇଯାଇଥିଲେ । ଆଇଆଇସିଙ୍କ ରିପୋର୍ଟ କ୍ରମେ ଏସପି ଓ୍ବାଧଓ୍ବାନୀ କନେଷ୍ଟବଳ ଦ୍ବୟଙ୍କୁ ନିଲମ୍ବିତ କରିଥିବା ସୂଚନା ମିଳିଛି । ତେବେ ଫେରାର ମହିଳା ୨ ଦିନ ପରେ ମିଳିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri