ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତି ଅବହେଳା

ଜଗତ୍‌ସିଂହପୁର ଅଫିସ, ୧୭ା୧୨:ଜଗତ୍‌ସିଂହପୁର ବ୍ଲକ ମହିରାସ୍ଥିତ ରଥ ସରକାରୀ ଉଚ୍ଚ ବିଦ୍ୟାଳୟ ଏବେ ଅବହେଳିତ ହୋଇପଡ଼ିଛି। ଏହି ଉଚ୍ଚ ବିଦ୍ୟାଳୟ ୧୯୯୩ରୁ ସରକାରୀ ବିଦ୍ୟାଳୟର ମାନ୍ୟତା ପାଇଥିଲେ ସୁଦ୍ଧା ସରକାରଙ୍କ ୫-ଟି ଅନ୍ତର୍ଗତ ଆକାଂକ୍ଷିତ ବିଦ୍ୟାଳୟ ତାଲିକାରେ ସ୍ଥାନ ପାଇନାହିଁ। କେବଳ ଏତିକି ନୁହେଁ, ବିଦ୍ୟାଳୟର ପ୍ରଧାନଶିକ୍ଷକ ପଦବୀ ଦୀର୍ଘ ୧୧ ବର୍ଷ ହେବ ଖାଲି ପଡିଛି। ଅନ୍ୟପଟେ ଗୋଟିଏ ଲେଖାଏ କଳା ଶିକ୍ଷକ, କ୍ରୀଡା ଶିକ୍ଷକ, ରାତ୍ର ଜଗୁଆଳ ଓ ପିଅନ ପଦବୀ ମଧ୍ୟ ଖାଲି ରହିଛି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ବିଭିନ୍ନ ସମସ୍ୟା ଭିତରେ ଶିକ୍ଷାନୁଷ୍ଠାନଟି ଚାଲିଥିବାରୁ ଏହାର ପ୍ରତିକାର ପାଇଁ ଦାବି ହୋଇଛି।
ଆଳିପିଙ୍ଗଳ-ନାଉଗାଁ ରାସ୍ତାର ମହିରା ଛକରୁ ବାମ ପାର୍ଶ୍ୱରେ ୨୦୦ ମିଟର ଅଣଓସାରିଆ ରାସ୍ତା ଦେଇଗଲେ ଏହି ବିଦ୍ୟାଳୟ ଦେଖିବାକୁ ମିଳେ। ରାସ୍ତା ଅବସ୍ଥା ଭଲ ନ ଥିବାରୁ ଅନେକ ସମୟରେ ଦୁର୍ଘଟଣା ଘଟୁଛି।ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୧୮୦ ଜଣ ଛାତ୍ରୀଛାତ୍ର ଶିକ୍ଷାଲାଭ କରୁଛନ୍ତି । ଗୋଟିଏ ଶ୍ରେଣୀ ଗୃହରେ ବିଜ୍ଞାନ ଲାବରେଟୋରୀ କାମଚଳା ଭାବେ ଚାଲିଛି । ମୋଟ ଉପରେ ୯ଟି ପକ୍କା ଶ୍ରେଣୀ ଗୃହ ଓ ଗୋଟିଏ ହଲ୍‌ ରହିଛି । ଏହାବାଦ୍‌ ଗୋଟିଏ ଲେଖାଏ ଆଇସିଟି ଲାବ୍‌ ଓ ଶିକ୍ଷକ କମନ ରୁମ୍‌ ଓ ପ୍ରଧାନ ଶିକ୍ଷକଙ୍କ କୋଠରି ରହିଛି । ବିଦ୍ୟାଳୟ ପାଇଁ ଅଧିକ ସଂଖ୍ୟାରେ ଛାତ ଘରର ଆବଶ୍ୟକତା ରହିଛି। ଏସବୁ ସମସ୍ୟାର ସମାଧାନ ସହ ଆକାଂକ୍ଷିତ ବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଜ୍ଞାନ ରଞ୍ଜନ ଆଚାର୍ଯ୍ୟଙ୍କ ସମେତ ଏକାଧିକ ଅଭିଭାବକ ଓ ସାଧାରଣ ଲୋକେ ଦାବି କରିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ନିରଞ୍ଜନ ବେହେରାଙ୍କ ସହ ଯୋଗାଯୋଗ କରିବାରୁ ସମସ୍ୟାର ସମାଧାନ ପାଇଁ ଚିନ୍ତା କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri