ପ୍ରାଣୀଧନ ଚିକିତ୍ସା ପ୍ରତି ଅବହେଳା

ବଇଣ୍ଡା,୨୭ା୧୧ (ପରିକ୍ଷିତ ସାହୁ): ପ୍ରାଣୀ ସମ୍ପଦର ବିକାଶ ଦିଗରେ ସରକାର ବହୁ ଯୋଜନା ହାତକୁ ନେଇଛନ୍ତି। ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଓ ଚାଷୀଙ୍କୁ ଅଧିକରୁ ଅଧିକ ଲାଭ ପହଞ୍ଚାଇବା ପାଇଁ ଗୋରୁ, ଛେଳି ଓ କୁକୁଡ଼ା ଚାଷ ନିମନ୍ତେ ପ୍ରୋତ୍ସାହନ ଯୋଗାଉଛନ୍ତି। ହେଲେ ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ଥିବା ପ୍ରାଣୀଧନଙ୍କ ଚିକିତ୍ସା ଦିଗରେ ଯଥେଷ୍ଟ ଧ୍ୟାନ ଦିଆଯାଉ ନ ଥିବାରୁ ଚାଷୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଠାରେ ଥିବା ପ୍ରାଣୀଧନ ଚିକିତ୍ସାଳୟକୁ ରାଜପଥ ସମ୍ପ୍ରସାରଣ ପାଇଁ ୫ ବର୍ଷ ତଳୁ ଭାଙ୍ଗି ଦିଆଯାଇଥିଲେ ମଧ୍ୟ ଆଉ ନୂତନ ନିର୍ମାଣ କରାଯାଉ ନାହିଁ। ଫଳରେ ରୋଗଗ୍ରସ୍ତ ପ୍ରାଣୀଧନଙ୍କ ଚିକିତ୍ସା କରାଯାଇ ପାରୁ ନ ଥିବାରୁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏ ନେଇ ବଇଣ୍ଡା ଗ୍ରାମବାସୀ ଶନିବାର ଅନୁଗୋଳ ଜିଲାପାଳଙ୍କ ଠାରେ ଅଭିଯୋଗ କରିଛନ୍ତି।
ଗ୍ରାମବାସୀ କହିଛନ୍ତି, ବହୁ ବର୍ଷ ପୂର୍ବରୁ ବଇଣ୍ଡାଠାରେ ଏକ ପ୍ରାଣୀଧନ ଚିକିତ୍ସାଳୟ ସ୍ଥାପନ କରାଯାଇଥିଲା। ହେଲେ ୨୦୧୮ ମେ’ ୧୭ରେ ୫୫ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ କରାଯିବା ପାଇଁ ପ୍ରଶାସନ ପକ୍ଷରୁ ଏହାକୁ ଉଚ୍ଛେଦ କରାଯାଇଥିଲା। କିନ୍ତୁ ଉଚ୍ଛେଦର ୫ ବର୍ଷ ବିତିଯାଇଥିଲେ ମଧ୍ୟ ଏଯାଏ ପ୍ରାଣୀଧନ ଚିକିତ୍ସାଳୟ ସ୍ଥାପନ କରାଯାଇ ନାହିଁ। ଏହି ଚିକିତ୍ସାଳୟ ଉପରେ ନୁନୁକାପସି, ଗାଁବଇଣ୍ଡା, ଜାମୁନାଳୀ, ଲୁହାମୁଣ୍ଡା ଆଦି ପଞ୍ଚାୟତର ସହସ୍ରାଧିକ ଚାଷୀ ସେମାନଙ୍କ ଗୋରୁ, ଛେଳି, ମେଣ୍ଡା ଆଦି ପ୍ରାଣୀଧନଙ୍କ ଚିକିତ୍ସା ପାଇଁ ନିର୍ଭର କରିଥାନ୍ତି। ବିଶେଷକରି ୩ ହଜାର ୨୨ ଗୋରୁ, ୪ ହଜାର ୨୧୨ ଛେଳି, ୧୧୨ ବିଦେଶୀ କୁକୁର ଲୋକେ ପାଳନ କରିଥିବା ବେଳେ ଏମାନଙ୍କ ଚିକିତ୍ସା ହୋଇପାରୁ ନାହିଁ। କିଛି ଦିନ ହେବ ଏହି ଅଞ୍ଚଳରେ ଥିବା ଗୋରୁଙ୍କୁ ଫାଟୁଆ ରୋଗ ହେଉଥିବାରୁ ଚାଷୀମାନେ ଚିକିତ୍ସା କରାଇବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନିକଟରେ କୌଣସି ପ୍ରାଣୀ ଚିକିତ୍ସାଳୟ ନ ଥିବାରୁ ୭ କିଲୋମିଟର ଦୂର ହଣ୍ଡପା ପ୍ରାଣୀ ଚିକିତ୍ସାଳୟ ଯାଇ ପ୍ରାଣୀଧନଙ୍କ ଚିକିତ୍ସା କରିବା ସେମାନଙ୍କ ପକ୍ଷେ ସମ୍ଭବ ହୋଇପାରୁ ନାହିଁ। ଫଳରେ ପ୍ରାଣୀଧନମାନେ ରୋଗ ହେଲେ ମୃତ୍ୟୁମୁଖରେ ପଡ଼ୁଛନ୍ତି। ସେହିପରି ଏହି ପ୍ରାଣୀ ଚିକିତ୍ସାକେନ୍ଦ୍ରରେ ନିଯୁକ୍ତ ହୋଇଥିବା ଡାକ୍ତର ଅବସର ନେବା ପରେ ଆଉ ନୂଆ ଡାକ୍ତରଙ୍କୁ ନିଯୁକ୍ତ କରାଯାଇ ନାହିଁ। ଅନ୍ୟ ପ୍ରାଣୀଧନ ଚିକିତ୍ସକଙ୍କୁ ଡେପୁଟେଶନ ଦିଆ ଯାଇଥିଲେ ମଧ୍ୟ ଚିକିତ୍ସା ଠିକ୍‌ ଭାବେ ହୋଇପାରୁ ନାହିଁ। ଶେଷରେ ଉପାୟଶୂନ୍ୟ ହୋଇ ଚାଷୀମାନେ ଘରୋଇ ପ୍ରାଣୀ ଚିକିତ୍ସକଙ୍କ ସହାୟତା ନେଇ ଅଯଥା ଖର୍ଚ୍ଚାନ୍ତ ହେଉଛନ୍ତି। ବଇଣ୍ଡା ଠାରେ ପ୍ରାଣୀ ଚିକିତ୍ସାଳୟ ନିର୍ମାଣ ପାଇଁ ୧୮ ଫେବୃୟାରୀ ୨୦୧୯, ୧୫ ସେପ୍ଟେମ୍ବର ୨୦୨୧ ଓ ୨ ଫେବୃୟାରୀ ୨୦୨୩ରେ ଜିଲାପାଳଙ୍କ ଠାରୁ ଆରମ୍ଭ କରି ଆଠମଲ୍ଲିକ ବିଧାୟକଙ୍କୁ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ତୁରନ୍ତ ପ୍ରାଣୀଧନ ଚିକିତ୍ସାଳୟ ନିର୍ମାଣ କରାଯିବା ପାଇଁ ବଇଣ୍ଡା ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ଆଠମଲ୍ଲିକ ଉପଖଣ୍ଡ ଚିକିତ୍ସା ଅଧିକାରୀ ନୀଳାଞ୍ଚଳ ସେନାପତି କହିଛନ୍ତି, ବଇଣ୍ଡା ଠାରେ ପ୍ରାଣୀଧନ ଚିକିତ୍ସାକେନ୍ଦ୍ର ନିର୍ମାଣ ପାଇଁ ଜମି ଚିହ୍ନଟ ହୋଇଛି। ହେଲେ ଜାତୀୟ ରାଜପଥ ନିର୍ମାଣ କରୁଥିବା ଠିକାସଂସ୍ଥା ଏହାର ନିର୍ମାଣ ପାଇଁ ଦାୟିତ୍ୱ ନେଇଥିଲେ ହେଁ କାର୍ଯ୍ୟ କରୁନାହିଁ। ଏ ନେଇ ଜିଲାପାଳଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?