ଧାର୍ମିକ, ପରିବେଶ ପର୍ଯ୍ୟଟନ କ୍ଷେତ୍ରକୁ ଅଣହେଳା

କେନ୍ଦ୍ରାପଡ଼ା, ୨୮ା୯ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ରାଜ୍ୟର ଏକମାତ୍ର ଜାତୀୟ ଉଦ୍ୟାନ ଅଛି। ଏଥିସହ ତୁଳସୀକ୍ଷେତ୍ର ଭାବେ ଏହି ଜିଲା ଧାର୍ମିକ, ପର୍ଯ୍ୟଟନ ପାଇଁ ପରିଚିତି ଲାଭ କରିଛି। ଏହି କ୍ଷେତ୍ରର ରାଜନଗର ବଗପାଟିଆରେ ଅବସ୍ଥିତ ପଞ୍ଚୁବରାହୀ ମନ୍ଦିରରେ କେବଳ ଦଳିତ ମହିଳା ହିଁ ପୂଜା କରନ୍ତି; ଯାହା ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ଦେଖିବାକୁ ମିଳେ ନାହିଁ। ପରିବେଶ ଓ ଧାର୍ମିକ, ପର୍ଯ୍ୟଟନ ପାଇଁ ପର୍ଯ୍ୟାପ୍ତ ଭିତ୍ତିଭୂମି ଥିଲେ ମଧ୍ୟ ଏହାକୁ ଏକ ଶିଳ୍ପର ମାନ୍ୟତା ପାଇଁ ଉଦ୍ୟମ ହୋଇନାହିଁ। ପର୍ଯ୍ୟଟନ ସହିତ କର୍ମ ନିଯୁକ୍ତିକୁ ଯୋଡ଼ିବାକୁ ସ୍ଥାନୀୟ ପ୍ରଶାସକ ଓ ରାଜନେତା ସମ୍ବେଦନଶୀଳ ନୁହନ୍ତି। ଧାର୍ମିକ ସ୍ଥଳର ଉନ୍ନତୀକରଣର ଆବଶ୍ୟକତା ଥିବା ବେଳେ ବିଭିନ୍ନ କାରଣରୁ ଭିତରକନିକା ଜାତୀୟ ଉଦ୍ୟାନ ମାନ୍ୟତାରୁ ବଞ୍ଚତ୍ତ ହେବା ସମ୍ଭାବନା ଦେଖାଦେଇଛି।

ଏ ସମ୍ପର୍କରେ ସାମାଜିକ କର୍ମୀ ବାନାମ୍ବର ସାହୁ କହିଛନ୍ତି, ଇଚ୍ଛାପୁରର ଶ୍ରୀବଳଦେବଜୀଉ, ସହରର ଗୋବିନ୍ଦଜୀଉ, ତମାଳଶାସନର ଦଧିବାମନଜୀଉ, ସନ୍ଥପୁରାର ଶିବ ମନ୍ଦିର, ଆଳିର ଲକ୍ଷ୍ମୀବରାହଜୀଉ ମନ୍ଦିର, କୁଦାନଗରୀ, ସଖୀବଟ, ଗଦାଧର ପୀଠ, କର୍ତ୍ତେଶ୍ୱର ମନ୍ଦିର, ଅନ୍ଧବର, ଗୋଠେଶ୍ୱର ପୀଠ, ହୁକିଟୋଲା, ବତିଘର ଆଦି ରାଜ୍ୟ ପର୍ଯ୍ୟଟନସ୍ଥଳର ମାନ୍ୟତା ମିଳିଛି। ଏସବୁ କ୍ଷେତ୍ର ପର୍ଯ୍ୟଟନସ୍ଥଳୀ ହୋଇଥିଲେ ମଧ୍ୟ ପ୍ରଚାର ପ୍ରସାର ଅଭାବ ସହ ପର୍ଯ୍ୟଟନସ୍ଥଳୀକୁ ଉତ୍ତମ ରାସ୍ତା ନାହିଁ। ଏହି ଜିଲାରେ ଶ୍ରୀବଳଦେବଜୀଉଙ୍କ ବିଭିନ୍ନ ଲୀଳାକୁ ଛୋଟ ପ୍ରକଳ୍ପ ମାଧ୍ୟମରେ ପ୍ରଦର୍ଶନ କରାଯାଇ ପାରିଲେ ଆର୍ଥିକ ବିକାଶ ହୋଇପାରିବ। ଗବେଷକ ଡ. ସର୍ବେଶ୍ୱର ସେଣ କହିଛନ୍ତି, ଦେଶରେ ହାତଗଣତି ମନ୍ଦିରରେ ମହିଳା ପୂଜକ ଅଛନ୍ତି। କେରଳ ରାଜ୍ୟ ଥିରୁଭାନନ୍ତପୁରମସ୍ଥିତ ଭଗବତି ମନ୍ଦିର, ମହାରାଷ୍ଟ୍ରର ଶନି ଶିଘ୍ନପୁର ମନ୍ଦିର ଆଦିରେ ମହିଳା ପୂଜକ ଥିବା ବେଳେ ରାଜ୍ୟର ଏକମାତ୍ର ପଞ୍ଚୁବରାହୀ ଦେବୀଙ୍କୁ ଦଳିତ ମହିଳା ପୂଜା କରିବାର ସ୍ବତନ୍ତ୍ର ଅଧିକାର ଅଛି। ଏହି ପରମ୍ପରା ପ୍ରାୟ ୪୦୦ବର୍ଷ ଧରି ଚାଲିଆସିଛି। ଏହା ସାମ୍ପ୍ରତିକ ସମୟରେ ମହିଳା ସଶକ୍ତୀକରଣ ଉଦାହରଣ ପାଲଟିଛି। ରାଜନଗର ବ୍ଲକ ବଗପାଟିଆସ୍ଥ ଏହି ପୀଠର ଉନ୍ନତୀକରଣ ସହ ପ୍ରଚାର ପ୍ରସାର ହୋଇପାରିଲେ ପର୍ଯ୍ୟଟନ ଶିଳ୍ପ ସମୃଦ୍ଧ ହେବ। ସେହିପରି ଅବହେଳିତ ବିଭିନ୍ନ ଐତିହ୍ୟ ସାମଗ୍ରୀର ସୁରକ୍ଷା ପାଇଁ ମ୍ୟୁଜିୟମର ଆବଶ୍ୟକତା ରହିଛି। ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ କହିଛନ୍ତି, ରାଜନେତା ଓ ପ୍ରଶାସକଙ୍କ ଅବହେଳା ଜିଲା ପର୍ଯ୍ୟଟନ ଶିଳ୍ପକୁ ରୁଗ୍‌ଣ କରିଛି। ଦୀର୍ଘବର୍ଷ ଧରି ଏଠାରେ ନିୟମିତ ଜିଲା ପର୍ଯ୍ୟଟନ ଅଧିକାରୀ ପଦ ପୂରଣ ହୋଇପାରୁନାହିଁ। ରାଜ୍ୟ ସରକାର ଭିତରକନିକାର ଲୁଣା ଧଳା କୁମ୍ଭୀର ଗୋରି ଓ ଅଲିଭ ରିଡ୍‌ଲେ କଇଁଛ ଗୋଲୁ ମାସକଟ ଭାବେ ବ୍ୟବହାର କରିଛନ୍ତି। ତେବେ ଏହି ପ୍ରାଣୀଙ୍କ ସୁରକ୍ଷା ଉଦ୍‌ବେଗଜନକ ପରିସ୍ଥିତି ସୃଷ୍ଟି କରିଛି। ମଧୁରପାଣିର ଅଭାବ, ତଟକ୍ଷୟ, ଚିଙ୍ଗୁଡି ଘେରି, ଭିତରକନିକା ଆଭ୍ୟନ୍ତର ଅଞ୍ଚଳରୁ ଲୋକବସତିକୁ ସ୍ଥାନାନ୍ତର, ଇକୋ ସେନ୍‌ସିଟିଭ ଜୋନ୍‌ର ପରିଚାଳନା ଆଦିରେ ଛନ୍ଦି ହୋଇଛି। ଯାହାଫଳରେ ୨୦୧୭ରେ ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ ହୋଇପାରି ନ ଥିବା ବେଳେ ଏବେ ଜାତୀୟ ଉଦ୍ୟାନ ମାନ୍ୟତା ହରାଇବାକୁ ଯାଉଛି। ଜିଲା ଜନ ଅଧିକାର ମଞ୍ଚ ସଭାପତି ଭୁବନ ମୋହନ ଜେନା କହିଛନ୍ତି, ଜିଲାର ଆର୍ଥିକ ବିକାଶରେ ପର୍ଯ୍ୟଟନ ଶିଳ୍ପ ସହାୟକ ହୋଇପାରିବ। ଧାର୍ମିକ ପୀଠର ଉନ୍ନତୀକରଣ ଓ ପ୍ରଚାର ପ୍ରସାରର ଆବଶ୍ୟକତା ଅଛି। ସେହିପରି ପ୍ରାକୃତିକ ପରିବେଶର ଉପଯୋଗ ଦରକାର। ଗାଇଡ, ଫଟୋଗ୍ରାଫି, କୁଟୀରଶିଳ୍ପର ମଣ୍ଡିଠାରୁ ଆରମ୍ଭ କରି ବେଳାଭୂମିକୁ ପର୍ଯ୍ୟଟକ ଉପଯୋଗୀ ଭିତ୍ତିଭୂମିର ବିକାଶ ଦ୍ୱାରା ଜିଲାର ଅର୍ଥନୈତିକ ବିକାଶ ହେବ। ମହୁ, ଝୁଣା ଆଦି ବନଜାତ ଦ୍ରବ୍ୟକୁ ଯୁବବର୍ଗଙ୍କ କର୍ମନିଯୁକ୍ତି ସହ ଯୋଡ଼ିବାକୁ ପଡ଼ିବ। ସାମୁଦ୍ରିକ, ବନ୍ୟ ଜୀବ ସମ୍ପର୍କରେ ବିଶ୍ୱବିଦ୍ୟାଳୟ ଓ ଗବେଷଣାଗାର ଏ ସମ୍ପର୍କରେ ଶିକ୍ଷାକୁ ପ୍ରୋତ୍ସାହିତ କରିବ। ଗଣମାଧ୍ୟମ, ସାମାଜିକ ଗଣମାଧ୍ୟମ ସହିତ ସରକାରୀ ପ୍ରୋତ୍ସାହନରେ ଜିଲାର ବିଭବକୁ ଅଧିକ ପ୍ରଚାର ପ୍ରସାର ହୋଇପାରିଲେ ଜିଲାର ଆର୍ଥିକ ବିକାଶ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?