କେନ୍ଦୁପତ୍ର କର୍ମଚାରୀ, ତୋଳାଳିଙ୍କ ପ୍ରତି ଅଣଦେଖା ମନୋଭାବ: ବର୍ଷସାରା କାମ ଯୋଗାଇବାକୁ ଦାବି

ବରଗଡ଼,୩୦।୧(ପ୍ରେମାନନ୍ଦ ଖମାରୀ):କେନ୍ଦୁପତ୍ର କର୍ମଚାରୀ ଓ ତୋଳାଳିଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ବର୍ଷସାରା କାମ ଯୋଗାଇବା ବଦଳରେ କେବଳ ସାମୟିକ ତଥା ଋତୁକାଳୀନ ଭାବେ ରୋଜଗାର ଦିଆଯାଉଥିବାରୁ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଫଳରେ ବହୁବିଧ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି ବୋଲି ପଶ୍ଚିମ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ଓ ତୋଳାଳି ସଂଘ ଅଭିଯୋଗ କରିଛି। ଏହି କ୍ରମରେ ବର୍ଷସାରା ସେମାନଙ୍କୁ କାମ ଯୋଗାଇ ଦେବା ଦାବିରେ ଗୁରୁବାର ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।
ସ୍ମାରକପତ୍ରରେ ଉଲ୍ଲେଖ ରହିଛି, କେନ୍ଦୁପତ୍ର ସେକ୍ଟର ସମେତ ଜଙ୍ଗଲ ସୁରକ୍ଷା ଏବଂ ରାଜ୍ୟର ଅର୍ଥନୀତି ଅଭିବୃଦ୍ଧିରେ କେନ୍ଦୁପତ୍ର କର୍ମଚାରୀ ଏବଂ ତୋଳାଳିମାନଙ୍କ ପ୍ରମୁଖ ଭୂମିକା ରହିଛି। କିନ୍ତୁ କେନ୍ଦୁପତ୍ର କର୍ମଚାରୀ ଏବଂ ତୋଳାଳିଙ୍କୁ ଋତୁକାଳୀନ ଭାବେ ନିୟୋଜନ କରାଯାଉଥିବା ଯୋଗୁ ସେମାନଙ୍କ ଆର୍ଥିକ ସ୍ଥିତି ଭୁଶୁଡ଼ି ପଡୁଛି। ବର୍ଷର ଅର୍ଦ୍ଧାଧିକ ଦିନ ବେରୋଜଗାରକ୍ଷମ ହୋଇପଡୁ ଥିବାବେଳେ ଜୀବନ, ଜୀବିକା ନିର୍ବାହ ତଥା ପରିବାର ଗୁଜୁରାଣ ମେଣ୍ଟାଇବା କାଠିକର ପାଠ ହୋଇପଡୁଛି। ଅନ୍ୟପକ୍ଷେ କେବଳ ଋତୁକାଳୀନ ନୁହେଁ, ବର୍ଷବ୍ୟାପୀ କାମ କରିବା ପାଇଁ କେନ୍ଦୁପତ୍ର କର୍ମଚାରୀ ଏବଂ ତୋଳାଳିମାନେ ଇଚ୍ଛୁକ ଅଛନ୍ତି।
ଏହି ଦୃଷ୍ଟିରୁ କେନ୍ଦୁପତ୍ର କର୍ମଚାରୀ ଏବଂ ତୋଳାଳିମାନଙ୍କୁ କେବଳ ଋତୁକାଳୀନ ଭାବେ ନୁହେଁ, ଜଙ୍ଗଲ ବିଭାଗର ବିଭିନ୍ନ କାର୍ଯ୍ୟରେ ବର୍ଷବ୍ୟାପୀ ନିୟୋଜନ କରିବା ପାଇଁ ସଂଘ ଦାବି କରିଛି। ସେମାନଙ୍କୁ କେନ୍ଦୁପତ୍ର ପ୍ରକ୍ରିୟାକରଣ, ଚାରାରୋପଣ, ଜଙ୍ଗଲ ସୁରକ୍ଷା ଏବଂ ସରକାରଙ୍କ ଦ୍ୱାରା ପ୍ରଣୀତ ଅନ୍ୟକାମରେ ନିୟୋଜନ କରିବାକୁ ଦାବି ହୋଇଛି। ଏହାହେଲେ କୌଣସି କେନ୍ଦୁପତ୍ର କର୍ମଚାରୀ ଓ ତୋଳାଳି କେବେ ବେରୋଜଗାରକ୍ଷମ ହେବେ ନାହିଁ, ବରଂ ରୋଜଗାର ପାଇଁ ସେମାନଙ୍କ ଜୀବନ, ଜୀବିକାରେ ବିକାଶ ଆସିବା ସହିତ ପରିବାର ଗୁଜୁରାଣ ମେଣ୍ଟାଇବା ଲାଘବ ହେବ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ଏହାକୁ ବିଚାରକୁ ନେଇ ବିହିତ ପଦକ୍ଷେପ ନେବା ପାଇଁ କେନ୍ଦୁପତ୍ର କର୍ମଚାରୀ ଓ ତୋଳାଳି ସଂଘ ସ୍ମାରକପତ୍ରରେ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛି। ସଂଘର ସଭାପତି ଛବିଳ ମୋହନ ସିଂ ଛିନ୍ଦା ଏବଂ ସମ୍ପାଦକ ସୁରେଶ ମହାନନ୍ଦଙ୍କ ନେତୃତ୍ୱରେ ଅନେକ କେନ୍ଦୁପତ୍ର କର୍ମଚାରୀ ଓ ତୋଳାଳି ସ୍ମାରକପତ୍ର ଦେବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri