ଅବହେଳିତ ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ବ୍ରହ୍ମବରଦା,୨ା୨(ଯଯାତି କେଶରୀ ବେହେରା): ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅବହେଳିତ ଅବସ୍ଥାରେ ରହିଛି। ଏଠାରେ ପ୍ରାୟ ୧୦ହଜାରରୁ ଊର୍ଦ୍ଧ୍ୱ ଜନବସତି ରହିଛି। ଅଞ୍ଚଳର ୫ରୁ୬ ପଞ୍ଚାୟତର ଲୋକେ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଛନ୍ତି। ହେଲେ ଏଠାରେ ଆମ୍ବୁଲାନ୍ସ ସେବା ଉପଲବ୍ଧ ହେଉନାହିଁ। ଫଳରେ ବ୍ରହ୍ମବରଦା ଓ ଏହାର ଆଖପାଖ ଅଞ୍ଚଳର ରୋଗୀ ଜରୁରୀକାଳୀନ ସମୟରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ସମୟରେ ଲୋକେ ଘରୋଇ ଗାଡ଼ି ଭଡ଼ାକରି ଚିକିତ୍ସା କେନ୍ଦ୍ରକୁ ଯାଉଛନ୍ତି। ବ୍ରହ୍ମବରଦା ଅଞ୍ଚଳ ଦେଇ ବରୁଆଁ-ବାଲିଚନ୍ଦ୍ରପୁର ମୁଖ୍ୟରାସ୍ତା ଯାଇଛି। ଫଳରେ ପ୍ରତିଦିନି ଏହି ରାସ୍ତାରେ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଏହି ସମୟରେ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କଲେ ତାହା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟରୁ ଆସୁଛି। ବ୍ରହ୍ମବରଦାରୁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଦୂରତା ପ୍ରାୟ ୧୮ କିମି ଏବଂ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟ ୨୦ କିମି। ତେଣୁ ଏତେ ଦୂରରୁ ୧୦୮ ଆମ୍ବୁଲାନ୍ସ ଆସି ରୋଗୀ କିମ୍ବା ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ନେଇ ପୁଣି ଚିକିତ୍ସା କେନ୍ଦ୍ରକୁ ଫେରିବାରେ ବହୁ ସମୟ ବିତିଯାଉଛି। ଫଳରେ ଅନେକ ରୋଗୀ ଉପଯୁକ୍ତ ଚିକିତ୍ସା ନ ପାଇ ମୃତ୍ୟୁବରଣ କରୁଛନ୍ତି।
ଏପରି ଘଟଣା ବ୍ରହ୍ମବରଦା ଅଞ୍ଚଳରେ ବାରମ୍ବାର ଘଟୁଥିଲେ ମଧ୍ୟ ବିଭାଗୀୟ ଅଧିକାରୀ ଚୁପ ବସିଛନ୍ତି ବୋଲି ଅଭିଯୋଗ ହୋଇଛି। ଏ ସମ୍ପର୍କରେ ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ମିର୍ଜା ମଜହୁର ହୁସେନଙ୍କୁ ପଚାରିବାରୁ ସେ କହିଛନ୍ତି, ପୂର୍ବତନ ବିଧାୟକ ଦେବାଶିଷ ନାୟକଙ୍କ ଉଦ୍ୟମରେ ଏଠାରେ ଆମ୍ବୁଲାନ୍ସ ସେବା ୨୦୧୧ରେ ଯୋଗାଇ ଦିଆଯାଇଥିଲା। ୨୦୧୫ ବେଳକୁ ଜିଲା ମୁଖ୍ୟ ଚିକିତ୍ସାଳୟ ତରଫରୁ ତାହାକୁ ଅପସରଣ କରି ନିଆଯାଇଥିଲା। ସେହିଦିନଠାରୁ ଏଠାରେ ଆଉ ଆମ୍ବୁଲାନ୍ସ ସେବା ଉପଲବ୍ଧ ହୋଇନାହିଁ। ତେଣୁ ଏଠାରେ ୨୪ ଘଣ୍ଟିଆ ଆମ୍ବୁଲାନ୍ସ ସେବା ଉପଳବ୍ଧ କରାଇବାକୁ ସରକାରଙ୍କ ନିକଟରେ ଗ୍ରାମବାସୀ ଦାବି କରିଛନ୍ତି। ଆମ୍ବୁଲାନ୍ସ ସେବା ଉପଲବ୍ଧ ହୋଇପାରିଲେ ବହୁ ମୂଲ୍ୟବାନ ଜୀବନ ବାନ ବଞ୍ଚିଯାଇପାରିବ ବୋଲି ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri