ଅବହେଳିତ ପାତାଳି ଶ୍ରୀକ୍ଷେତ୍ର

ସୋନପୁର,୨୬।୪ (ନି.ପ୍ର.) ସୁବର୍ଣ୍ଣପୁର ଜିଲା କୋଟ ସମଲାଇସ୍ଥିତ ପାତାଳି ଶ୍ରୀକ୍ଷେତ୍ର ହେଉଛି ପଶ୍ଚିମ ଓଡିଶାର ଅନ୍ୟତମ ଧାର୍ମିକ ପର୍ଯ୍ୟଟନସ୍ଥଳୀ। ପାତାଳି ଶ୍ରୀକ୍ଷେତ୍ରର ରହିଛି ଅନେକ ଖ୍ୟାତି। କିମ୍ବଦନ୍ତୀ କହେ, ଏଠି ପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା ୧୪୪ ବର୍ଷ ଧରି ପାତାଳି ହୋଇଥିଲେ। ୨୦୦୩ ମସିହାରେ ରାଜ୍ୟ ସରକାର ଏହି ସ୍ଥାନକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେଇଥିଲେ। ଏହି ମାନ୍ୟତା ପରେ ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚତୁର୍ଦ୍ଧା ମୂର୍ତ୍ତି ପ୍ରଦାନ କରାଯାଇଛି। ଏହି ମୂର୍ତ୍ତି ଛଲିଆ ପାହାଡରେ ଏକ ଅସ୍ଥାୟୀ ଘରେ ପୂଜା ପାଉଛନ୍ତି। ପର୍ଯ୍ୟଟନ କ୍ଷେତ୍ରର ସ୍ବୀକୃତି ମିଳିବା ପରେ ଏହି କ୍ଷେତ୍ରକୁ ପ୍ରତ୍ୟହ ପର୍ଯ୍ୟଟକ ଓ ସଂସ୍କୃତି ଗବେଷକଙ୍କ ସୁଅ ଛୁଟୁଛି। ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଓ ପ୍ରଚାର ପ୍ରସାରରେ ଏହି କ୍ଷେତ୍ରର ମହିମା ଅନନ୍ୟ ଓ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏଠାରେ ଏକ ମନ୍ଦିର ନିର୍ମାଣ ପାଇଁ ଦୀର୍ଘ ବର୍ଷର ଦାବି ଥିଲା। ୨୦୧୨ ଜୁଲାଇ ୫ ତାରିଖରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଦ୍ୱାରା ଏକ ଭବ୍ୟ ମନ୍ଦିର ନିର୍ମାଣ ପାଇଁ ଏଠାରେ ଭୂମିପୂଜା ହୋଇଥିଲା। ମାତ୍ର ଏ ପର୍ଯ୍ୟନ୍ତ ମନ୍ଦିର ନିର୍ମାଣ କାମ ଆରମ୍ଭ ହୋଇନାହିଁ। ଫଳରେ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
୨୦୧୧ରେ ପୁରୀ ମନ୍ଦିର ପ୍ରଶାସନ ଦ୍ୱାରା ପ୍ରଦତ୍ତ ଚତୁର୍ଦ୍ଧାମୂର୍ତ୍ତିଙ୍କ ପ୍ରତିଷ୍ଠା ଉତ୍ସବରେ ଶ୍ରୀ ଗଜପତି ମହାରାଜ ଅତିଥି ଭାବେ ଯୋଗଦେଇ ଶ୍ରୀଜଗନ୍ନାଥଙ୍କୁ ରକ୍ତବାହୁ ଆକ୍ରମଣରୁ ରକ୍ଷା କରିବା ପାଇଁ ପାତାଳି କ୍ଷେତ୍ରରେ ପାତାଳି କରାଯାଇଥିବା ପ୍ରକାଶ କରିଥିଲେ। ଯାହାକି ପ୍ରମାଣିକ ତଥ୍ୟ ଭାବେ ମାଦଳା ପାଞ୍ଜି ସମେତ ବହୁ ଐତିହାସିକଙ୍କ ସ୍ବୀକୃତି ରହିଛି। ଏହି ଉତ୍ସବରେ ପୁରୀ ଝାଞ୍ଜିରୀ ମଠ ମହନ୍ତ ତଥା ବିଶିଷ୍ଟ ଜଗନ୍ନାଥ ସଂସ୍କୃତି ପ୍ରଚାରକ ସଚ୍ଚିଦାନନ୍ଦ ଦାଶ ଅଧ୍ୟକ୍ଷତା କରି ପାତାଳି କ୍ଷେତ୍ରର ମାହାତ୍ମ୍ୟ ବର୍ଣ୍ଣନା କରିଥିଲେ। ପ୍ରଶାସନ ଓ ଲୋକ ପ୍ରତିନିଧି ମନ୍ଦିର ନିର୍ମାଣ ପାଇଁ ସମସ୍ତ ପ୍ରକାର ଉଦ୍ୟମ କରିବେ ବୋଲି ସେତେବେଳେ ପ୍ରତିଶ୍ରୁତି ଦେଇଥିଲେ। ତତ୍କାଳୀନ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ମନ୍ଦିର ନିର୍ମାଣ ପାର୍ଇ ପଦକ୍ଷେପ ନିଆଯିବ ବୋଲି ସେତେବେଳେ କହିଥିଲେ । ୯ ବର୍ଷ ପୂର୍ବରୁ ଏକ ଭବ୍ୟ ମନ୍ଦିର ନିର୍ମାଣ ପାଇଁ ୪ କୋଟି ଟଙ୍କାର ବ୍ୟୟ ଅଟକଳ ହୋଇଥିଲା। ଯାହାକୁ ଅନୁମୋଦନ କରିଥିଲା ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି। ସେଥିପାଇଁ ସ୍ଥାନ ବି ନିରୂପଣ ହୋଇ ସାରିଥିଲା। ଏହା ସତ୍ତ୍ୱେ ମନ୍ଦିର ନିର୍ମାଣ ହୋଇପାରୁନି। ଅନ୍ୟପକ୍ଷେ ପର୍ଯ୍ୟଟକଙ୍କ ସୁବିଧା ପାଇଁ ଏଠାରେ ରୋପ ଓ୍ବେ ନିର୍ମାଣ ପାଇଁ ଦାବି ହୋଇ ଆସୁଥିଲା। ଶେଷରେ ୨୦୧୯ ଫେବୃୟାରୀ ୧୧ ତାରିଖରେ ଶିଳାନ୍ୟାସ ହେଲା। କିନ୍ତୁ ୪ ବର୍ଷ ପରେ ବି ରୋପ ଓ୍ବେ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇନି। ଏ ଦିଗରେ ଧ୍ୟାନ ଦିଆ ଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ପ୍ରକଳ୍ପ ପାଇଁ ପଶ୍ଚିମ ଓଡିଶା ବିକାଶ ପରିଷଦ ପକ୍ଷରୁ ୧୦ କୋଟି ଟଙ୍କା ମଞ୍ଜୁର କରା ଯାଇଥିଲା। ତତ୍କାଳୀନ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ କିଶୋର ମହାନ୍ତିଙ୍କ ସମେତ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ସୋନପୁର ବିଧାୟକ ନିରଞ୍ଜନ ପୂଜାରୀ, ତତ୍କାଳୀନ ବଲାଙ୍ଗୀର ଏମ୍‌ପି କଲିକେଶ ନାରାୟଣ ସିଂହଦେଓ, ତତ୍କାଳୀନ ଆଠମଲ୍ଲିକ ବିଧାୟକ ସଞ୍ଜିବ କୁମାର ସାହୁ, ସୁବର୍ଣ୍ଣପୁରର ପ୍ରାକ୍ତନ ଜିଲାପାଳ ମଧୁସୂଦନ ମିଶ୍ର, ପଶ୍ଚିମ ଓଡିଶା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ପ୍ରେମାନିଧି ସେଠ୍‌ ଅତିଥି ଭାବରେ ଯୋଗଦେଇ ପ୍ରକଳ୍ପ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ତେବେ ଠିକା ସଂସ୍ଥା ୩ ବର୍ଷ ଧରି ନିର୍ମାଣ ଆରମ୍ଭ ନ କରିବାରୁ ଡବ୍ଲୁଓଡିସି ସମ୍ପୃକ୍ତ ଠିକା ସଂସ୍ଥା ସହିତ କରିଥିବା ଚୁକ୍ତିନାମାକୁ ଗତ ୧୫ ଡିସେମ୍ବର ୨୦୨୨ରେ ବାତିଲ କରିଛି। ଫଳରେ ପାତାଳି ଶ୍ରୀକ୍ଷେତ୍ର ମନ୍ଦିର ଓ ରୋପ ଓ୍ବେ ନିର୍ମାଣ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?