ଦୁର୍ଗମ ଅଞ୍ଚଳରେ ଅବହେଳିତ ଆଦିବାସୀ ବର୍ଷା ଦିନରେ ବାଧକ ସାଜୁଛି ଡୁଡୁଙ୍ଗପଟା ନାଳ

ଥୁଆମୂଳ ରାମପୁର,୨୩।୬ (ଦୁର୍ଗା କୀର୍ତ୍ତି): ଆଦିବାସୀମାନଙ୍କ ପାଇଁ ସରକାର ଅନେକ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଆଜି ବି ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଆଦିବାସୀ ଅବହେଳିତ ଅବସ୍ଥାରେ ରହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟଜଳ, ମୋବାଇଲ ନେଟ୍‌ୱାର୍କ ଭଳି ମୌଳିକ ସୁବିଧାରୁ ବଞ୍ଚତ୍ତ ରହୁଛନ୍ତି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିଲେଟ ପଞ୍ଚାୟତରେ ଏଭଳି ଚିତ୍ର ଦେଖିବାକୁ ମିଳିଛି। ଗମନାଗମନ ବ୍ୟବସ୍ଥା ନ ଥିବା ଯୋଗୁ ଅଞ୍ଚଳବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବର୍ତ୍ତମାନ ମୁଖ୍ୟ ରାସ୍ତାର ଡୁଡୁଙ୍ଗପଟା ନାଳ ପଞ୍ଚାୟତବାସୀଙ୍କ ପାଇଁ ବାଧକ ସାଜିଛି। ବର୍ଷା ଦିନରେ ନାଳରେ ଭରପୂର ପାଣି ପ୍ରବାହିତ ହେଉଥିବାରୁ ଯାନବାହନ ଚଳାଚଳରେ ସମସ୍ୟା ସୃଷ୍ଟି ହେଉଛି। ଏପରି କି ପାଣି ଭିତରେ ପଶି ଲୋକେ ଚାଲି ଯିବାକୁ ମଧ୍ୟ ଭୟ କରୁଛନ୍ତି। ନିର୍ମାଣାଧୀନ ରାସ୍ତାର ରୁପେନ ନିକଟ ଡୁଡୁଙ୍ଗପଟା ନାଳ ଉପରେ ପୋଲ ନିର୍ମାଣ ପାଇଁ ଅଞ୍ଚଳବାସୀ ଦାବି କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନାହିଁ। ଫଳରେ ଏହି ପଞ୍ଚାୟତର ରୂପେନ ଦାଣ୍ଡପଦର, ସିଲେଟ, ସରମାଣ୍ଡି, ବୋର୍ଡିଝୋଲା, ଝାଞ୍ଜି, ଦୁର୍ବେଲଗୁଡ଼ା, କାନ୍ଦୁଲଗୁଡ଼ା, ବିଲାମାଳ, କୁଟଖାଲ, ପାଜିଖାଲ, ମାଳତୀପଦର ଆଦି ଗାଁର ଲୋକେ ଦୁର୍ଦ୍ଦଶା ଭୋଗୁଛନ୍ତି। ରାସ୍ତାରେ ପୋଲ ନ ଥିବା ଯୋଗୁ ଗାଁକୁ ଅମ୍ବୁଲାନ୍ସ ସେବା ଅପହଞ୍ଚ ହୋଇପଡ଼ିଛି। ଅନ୍ୟାନ୍ୟ ଜରୁରିକାଳୀନ ସେବାରୁ ମଧ୍ୟ ଗ୍ରାମବାସୀ ବଞ୍ଚତ୍ତ ହେଉଛନ୍ତି। ଗମନାଗମନ ସୁବିଧା ନ ଥିବା ଯୋଗୁ ଭୁଶୁଡ଼ିପଡ଼ିଛି ଶିକ୍ଷା, ସ୍ବାସ୍ଥ୍ୟ ଭଳି ମୌଳିକ ସୁବିଧା। ପ୍ରଶାସନ ତୁରନ୍ତ ଏହି ନାଳ ଉପରେ ପୋଲ ନିର୍ମାଣ କରିବାକୁ ସିଲେଟ ପଞ୍ଚାୟତବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ତନିର ଅଲମଙ୍କୁ ପଚାରିବାରୁ ଉକ୍ତ ନାଳରେ ପୋଲ ନିର୍ମାଣ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା ସରିଛି ଏବଂ ଖୁବ୍‌ଶୀଘ୍ର ଏ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri