ଦୁର୍ଗମ ଅଞ୍ଚଳରେ ଅବହେଳିତ ଆଦିବାସୀ ବର୍ଷା ଦିନରେ ବାଧକ ସାଜୁଛି ଡୁଡୁଙ୍ଗପଟା ନାଳ

ଥୁଆମୂଳ ରାମପୁର,୨୩।୬ (ଦୁର୍ଗା କୀର୍ତ୍ତି): ଆଦିବାସୀମାନଙ୍କ ପାଇଁ ସରକାର ଅନେକ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଆଜି ବି ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଆଦିବାସୀ ଅବହେଳିତ ଅବସ୍ଥାରେ ରହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟଜଳ, ମୋବାଇଲ ନେଟ୍‌ୱାର୍କ ଭଳି ମୌଳିକ ସୁବିଧାରୁ ବଞ୍ଚତ୍ତ ରହୁଛନ୍ତି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିଲେଟ ପଞ୍ଚାୟତରେ ଏଭଳି ଚିତ୍ର ଦେଖିବାକୁ ମିଳିଛି। ଗମନାଗମନ ବ୍ୟବସ୍ଥା ନ ଥିବା ଯୋଗୁ ଅଞ୍ଚଳବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବର୍ତ୍ତମାନ ମୁଖ୍ୟ ରାସ୍ତାର ଡୁଡୁଙ୍ଗପଟା ନାଳ ପଞ୍ଚାୟତବାସୀଙ୍କ ପାଇଁ ବାଧକ ସାଜିଛି। ବର୍ଷା ଦିନରେ ନାଳରେ ଭରପୂର ପାଣି ପ୍ରବାହିତ ହେଉଥିବାରୁ ଯାନବାହନ ଚଳାଚଳରେ ସମସ୍ୟା ସୃଷ୍ଟି ହେଉଛି। ଏପରି କି ପାଣି ଭିତରେ ପଶି ଲୋକେ ଚାଲି ଯିବାକୁ ମଧ୍ୟ ଭୟ କରୁଛନ୍ତି। ନିର୍ମାଣାଧୀନ ରାସ୍ତାର ରୁପେନ ନିକଟ ଡୁଡୁଙ୍ଗପଟା ନାଳ ଉପରେ ପୋଲ ନିର୍ମାଣ ପାଇଁ ଅଞ୍ଚଳବାସୀ ଦାବି କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନାହିଁ। ଫଳରେ ଏହି ପଞ୍ଚାୟତର ରୂପେନ ଦାଣ୍ଡପଦର, ସିଲେଟ, ସରମାଣ୍ଡି, ବୋର୍ଡିଝୋଲା, ଝାଞ୍ଜି, ଦୁର୍ବେଲଗୁଡ଼ା, କାନ୍ଦୁଲଗୁଡ଼ା, ବିଲାମାଳ, କୁଟଖାଲ, ପାଜିଖାଲ, ମାଳତୀପଦର ଆଦି ଗାଁର ଲୋକେ ଦୁର୍ଦ୍ଦଶା ଭୋଗୁଛନ୍ତି। ରାସ୍ତାରେ ପୋଲ ନ ଥିବା ଯୋଗୁ ଗାଁକୁ ଅମ୍ବୁଲାନ୍ସ ସେବା ଅପହଞ୍ଚ ହୋଇପଡ଼ିଛି। ଅନ୍ୟାନ୍ୟ ଜରୁରିକାଳୀନ ସେବାରୁ ମଧ୍ୟ ଗ୍ରାମବାସୀ ବଞ୍ଚତ୍ତ ହେଉଛନ୍ତି। ଗମନାଗମନ ସୁବିଧା ନ ଥିବା ଯୋଗୁ ଭୁଶୁଡ଼ିପଡ଼ିଛି ଶିକ୍ଷା, ସ୍ବାସ୍ଥ୍ୟ ଭଳି ମୌଳିକ ସୁବିଧା। ପ୍ରଶାସନ ତୁରନ୍ତ ଏହି ନାଳ ଉପରେ ପୋଲ ନିର୍ମାଣ କରିବାକୁ ସିଲେଟ ପଞ୍ଚାୟତବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ତନିର ଅଲମଙ୍କୁ ପଚାରିବାରୁ ଉକ୍ତ ନାଳରେ ପୋଲ ନିର୍ମାଣ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା ସରିଛି ଏବଂ ଖୁବ୍‌ଶୀଘ୍ର ଏ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ବରଗଡ଼ ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ମାଟି ଚୋରାଚାଲାଣ, ହାତ ବାନ୍ଧି ବସିଛି ଖଣି ବିଭାଗ, ଜିଲାପାଳଙ୍କୁ…

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ତହସିଲ ଅନ୍ତର୍ଗତ କଟାପାଲି, ବରଗାଁ ଅଞ୍ଚଳରେ ଅବାଧରେ ମାଟି ଚୋରାଚାଲାଣ ହେଉଛି। ଅଭିଯୋଗ ସତ୍ତ୍ୱେ ସ୍ଥାନୀୟ ଖଣି ବିଭାଗର ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବା…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri