Posted inଜାତୀୟ

ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର

ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ ବିଲ୍‌କୁ ଅନୁମୋଦନ ଦେଇଛନ୍ତି। ‘ତେଲଙ୍ଗାନା ଏମ୍ପ୍ଲଇଜ୍‌ ଆକାଉଣ୍ଟେବିଲିଟି ଆଣ୍ଡ୍‌ ମନିଟରିଂ ଅଫ୍‌ ପାରେଣ୍ଟିଆଲ ସପୋର୍ଟ ବିଲ୍‌-୨୦୨୬’ ନାମରେ ଅଣାଯାଇଥିବା ବିଲ୍‌ ବିଧାନସଭାରେ ବହୁମତରେ ପାରିତ ହୋଇଛି। ଏହି ବିଲ୍‌ ଅନୁସାରେ ଯଦି କୌଣସି ସରକାରୀ କର୍ମଚାରୀ ତାଙ୍କ ମାଆବାପାଙ୍କ ଯତ୍ନ ନେଉ ନ ଥିବା ଅଭିଯୋଗ ହୁଏ ତେବେ ତାଙ୍କ ଦରମାର ୧୫% କିମ୍ବା ୧୦ ହଜାର(ଯେଉଁଟା ସର୍ବନିମ୍ନ ହେବ) ଟଙ୍କା ସରକାର କାଟିଦେବେ। ଅନ୍ୟପକ୍ଷରେ ପିଲାମାନଙ୍କଠାରୁ ଆର୍ଥିକ ସହାୟତା ପାଉ ନ ଥିବା ଅଭିଭାବକ ଜିଲ୍ଲାପାଳ କିମ୍ବା ରାଜ୍ୟ ସରକାରଙ୍କ ଦ୍ୱାରା ନିୟୋଜିତ ନିର୍ଦ୍ଦିଷ୍ଟ କର୍ତ୍ତୃପକ୍ଷ ଓ ବରିଷ୍ଠ ନାଗରିକ ଆୟୋଗଙ୍କ ନିକଟରେ ଆବେଦନ କରି ସହାୟତା ପାଇପାରିବେ। ପିଲାମାନଙ୍କ ଉପରେ ନିର୍ଭରଶୀଳ ବୃଦ୍ଧ ମାଆବାପାଙ୍କ ପ୍ରତି ଯତ୍ନ ଏବଂ ଆର୍ଥିକ ଦିଗକୁ ନିଶ୍ଚିତ କରିବା ଲାଗି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡି କହିଛନ୍ତି, ବୃଦ୍ଧ ମାଆବାପାଙ୍କ ଯତ୍ନ ଲାଗି ବ୍ୟକ୍ତିଗତ ସ୍ତରରେ ନିଶ୍ଚିତ କରିବାକୁ ହେବ। ଏଥିପାଇଁ ପ୍ରତ୍ୟେକ ବ୍ୟକ୍ତିଙ୍କ ଉତ୍ତରଦାୟିତ୍ୱ ରହିଛି। ବାପାମାଆଙ୍କ ପ୍ରତି ରହିଥିବା ଏହି ସାମାଜିକ ଦାୟିତ୍ୱବୋଧକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଉକ୍ତ ବିଲ୍‌ ଆଣିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri