ଅବହେଳା ନେଲା ଗର୍ଭବତୀଙ୍କ ଜୀବନ: ପ୍ରତିବାଦରେ ଧାରଣା

ପାରଳାଖେମୁଣ୍ଡ/କାଶୀନଗର,୨୧।୧୧(ଡି.ଏନ୍‌.ଏ.): ଗଜପତି ଜିଲା କାଶୀନଗର ବ୍ଲକ ଅଧୀନ କରଟାମ ଗ୍ରାମର ଜଣେ ଗର୍ଭବତୀ ମାଳତୀ କୁମାର ପଟ୍ଟନାୟକ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ମୃତ୍ୟୁ ଘଟିଥିଲା। ଚିକିତ୍ସାର ଅବହେଳା ଯୋଗୁ ମାଳତୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ କରି ଗ୍ରାମବାସୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଅନିଦ୍ଧିଷ୍ଟ କାଳ ପାଇଁ ଧାରଣାରେ ବସିଛନ୍ତି। ମହିଳାଙ୍କ ଦୁଇ ଭାଇ ଶିବ ପ୍ରସାଦ ନାୟକ ଓ ସୁମନ୍ତ କୁମାର ନାୟକ କହିଛନ୍ତି ଯେ, ଗତ ୧୬ରେ ପରିସ୍ରା କରିବାରେ ସମସ୍ୟା ସୃଷ୍ଟି ହେବାରୁ ସେମାନେ ଭଉଣୀକୁ କାଶୀନଗର ମେଡିକାଲାକୁ ଆଣିଥିଲେ। ଚିକିତ୍ସାର ଅବହେଳା ଯୋଗୁ ତାଙ୍କ ଭଉଣୀଙ୍କ ମୃତ୍ୟୁ ଘଟିଛି କେବଳ ଦୋଷ ଲୁଚାଇବା ପାଇଁ ଚିକିତ୍ସା କରିଥିବା ଡାକ୍ତର ଓ ଷ୍ଟାଫ ପରବର୍ତ୍ତୀ ସମୟରେ ଜିଲା ମୁଖ୍ୟ ଚିକିତ୍ସାଲୟକୁ ରେଫର କରିଥିଲେ। ସେଠାରେ ଡା ମାଳତିଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ତେଣୁ ସମ୍ପୃକ୍ତ ଡାକ୍ତରଙ୍କୁ ଆଇନ ଅନୁଯାୟୀ ଦଣ୍ଡିତ କରିବା ସହ ମାଳତୀଙ୍କ ପରିବାରକୁ ୩୦ଲକ୍ଷ ଟଙ୍କା କ୍ଷତି ପୂରଣ ଦିଆଯାଉ ବୋଲି ସେମାନେ ଦାବି ରଖିଛନ୍ତି। ସିଆଳି ସରପଞ୍ଚ ରାମ ପ୍ରସାଦ ପଟ୍ଟନାୟକ ପାରଳାଖେମୁଣ୍ଡିର ସାମାଜିକ କର୍ମୀ ସୁନୀଲ ପଟ୍ଟନାୟକ ସ୍ଥାନୀୟ ମହିଳା କର୍ମୀ କନ୍ୟା କୁମାରୀ ସାହୁ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କ ଦାବିକୁ ସମର୍ଥନ ଜଣାଇଥିବା ବେଳେ ଡା. ନୟଲ ମାଳତୀଙ୍କ କହିଛନ୍ତି ଯେ, ଚିକିତ୍ସା ଅବହେଳା ଯୋଗୁ ମାଳତିଙ୍କ ମୃତ୍ୟୁ ଘଟିନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

WPL : ଅକ୍ଟୋବର ୨୮ରେ ହେବ ନିଲାମ; ଘୋଷଣା କରାଯାଇଛି ଭେନ୍ୟୁ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆଗାମୀ ମହିଳା ପ୍ରିମିୟର ଲିଗ (WPL) ସିଜିନ ପାଇଁ ନିଲାମର ତାରିଖ ଏବଂ ସ୍ଥାନ ଘୋଷଣା କରିଛି। BCCI…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର…

ଗୋଟିଏ ଦିନର ବ୍ରାଣ୍ଡ ପ୍ରମୋସନ ପାଇଁ ବୈଭବ ସୂର୍ଯ୍ୟବଂଶୀ ନିଅନ୍ତି କେତେ ଟଙ୍କା? ପରିମାଣ ଶୁଣଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୯: ୧୫ ବର୍ଷୀୟ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଛି। ବ୍ୟାଟିଂରେ ଚମତ୍କାର ପ୍ରଦର୍ଶନ କରି ବୈଭବ ନିଜ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?