ଓବିସି/ଏସ୍‌ଇବିସି ବର୍ଗଙ୍କ ଚାକିରି ସଂରକ୍ଷଣରେ ଅବହେଳା

ଭୁବନେଶ୍ବର,୩୦ା୬(ସୁନିତ୍‌ ମିଶ୍ର): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଗୁରୁବାର ପଛୁଆ ବର୍ଗ ଜାତୀୟ କମିଶନର ଅଧ୍ୟକ୍ଷ ହଂସରାଜ ଗଙ୍ଗରାମ ଅହିରଙ୍କୁ ଚିଠି ଲେଖିଛନ୍ତି। ଜେନା ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, ଓଡ଼ିଶା ସରକାର ଜାଣିଶୁଣି ଓବିସି ଏବଂ ଏସ୍‌ଇବିସି ବର୍ଗର ଛାତ୍ରୀଛାତ୍ରଙ୍କୁ ଶିକ୍ଷା ଓ ଚାକିରି କ୍ଷେତ୍ରରେ ସଂରକ୍ଷଣ ଦେବାରେ ଚରମ ଅବହେଳା କରିଆସୁଛନ୍ତି। ଓଡ଼ିଶାରେ ଏହି ବର୍ଗର ମୋଟ୍‌ ୫୪ପ୍ରତିଶତ ଲୋକ ବସବାସ କରୁଥିବା ବେଳେ ସେମାନଙ୍କୁ ଉଚ୍ଚଶିକ୍ଷା କ୍ଷେତ୍ରରେ ଶୂନ ପ୍ରତିଶତ ସଂରକ୍ଷଣ ମିଳୁଛି। କେନ୍ଦ୍ର ସରକାର ୨୦୦୫ରେ ପ୍ରକାଶ କରିଥିବା ବିଜ୍ଞପ୍ତି ଅନୁଯାୟୀ ଓବିସି ବର୍ଗକୁ ୨୭ ପ୍ରତିଶତ ସଂରକ୍ଷଣ ଦେବା ଲାଗି କୁହାଯାଇଥିଲା। ଏପରି କି ସବୁ ରାଜ୍ୟରେ ଓବିସି ବର୍ଗଙ୍କ ଲାଗି ସରକାରୀ ଚାକିରି କ୍ଷେତ୍ରରେ ୨୭ ପ୍ରତିଶତ ସ୍ଥାନରେ ୧୧.୨୫ ପ୍ରତିଶତ ସଂରକ୍ଷଣ ଲାଗୁ କରାଯାଇଛି। ହେଲେ ଆର୍ଥିକ ଦୁର୍ବଳ ଶ୍ରେଣୀ(ଇଡବ୍ଲ୍ୟୁଏସ୍‌)ରେ ସାଧାରଣ ବର୍ଗକୁ ୧୦ ପ୍ରତିଶତ ସଂରକ୍ଷଣ ଦିଆଯାଉଛି। ଓଡ଼ିଶାରେ ସାଧାରଣ ବର୍ଗଙ୍କ ସଂଖ୍ୟା ମୋଟ ୬ ପ୍ରତିଶତ ରହିଥିବାବେଳେ ୧୦ପ୍ରତିଶତ ସଂରକ୍ଷଣ ଦିଆଯାଇ ଓବିସିମାନଙ୍କ ପ୍ରତି ଅବହେଳା କରାଯାଉଛି। ରାଜ୍ୟ ସରକାର ମଧ୍ୟ ଏହି ନିୟମ ପରିବର୍ତ୍ତନ କରୁନାହାନ୍ତି। ତେଣୁ ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବା ଦରକାର। ୫୪ ପ୍ରତିଶତ ସ୍ଥାନରେ ଅତିକମ୍‌ରେ ଓବିସି ବର୍ଗଙ୍କୁ ୨୭ ପ୍ରତିଶତ ସଂରକ୍ଷଣ ରାଜ୍ୟ ସରକାର ଚଳିତ ଆର୍ଥିକ ବର୍ଷରୁ ପ୍ରଦାନ କରିବା ଜରୁରୀ ବୋଲି ଶ୍ରୀକାନ୍ତ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri