ସମ୍ପତ୍ତି ବିବରଣୀ ପ୍ରଦାନରେ ଅବହେଳା

ଯାଜପୁର ଅଫିସ,୨୭ା୧୨:ରାଜ୍ୟରେ ଶିକ୍ଷା, ସ୍ବାସ୍ଥ୍ୟ, ପୋଲିସ, ଅମଲା, କ୍ରୀଡ଼ା, ପରିବହନ, ଯୋଗାଣ ଭଳି ଅନେକ ବିଭାଗରେ ଦୁର୍ନୀତି ଦେଖିବାକୁ ମିଳୁଛି। ବଡ଼ବଡ଼ିଆ ଅଫିସରଙ୍କଠାରୁ ଆରମ୍ଭ କରି ଯନ୍ତ୍ରୀ, ମନ୍ତ୍ରୀ, କିରାଣି ପ୍ରମୁଖ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରି ଧରା ପଡୁଛନ୍ତି। ଏହି ଦୁର୍ନୀତିକୁ ନିୟନ୍ତ୍ରଣ କରିବାକୁ ରାଜ୍ୟ ସରକାର ସମସ୍ତ ଗ୍ରୁପ-ଏଠାରୁ ଗ୍ରୁପ-ଡି ପର୍ଯ୍ୟନ୍ତ ଅଧିକାରୀମାନଙ୍କୁ ବାର୍ଷିକ ସମ୍ପତ୍ତି ବିବରଣୀ ଦାଖଲ କରିବାକୁ ନିର୍ଦ୍ଦେଶ ଦେଉଛନ୍ତି। ଓଡ଼ିଶା ଗଭର୍ନମେଣ୍ଟ ସର୍ଭେଣ୍ଟ କଣ୍ଡକ୍ଟ ରୁଲ୍ସ-୨୦୨୧ ଅନୁସାରେ ସରକାରୀ କର୍ମଚାରୀମାନେ ସମସ୍ତ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବିବରଣୀ ପ୍ରତ୍ୟେକ ବର୍ଷର ଜାନୁୟାରୀ ୧ ସୁଦ୍ଧା ଦାଖଲ କରିବାକୁ ନିର୍ଦ୍ଦେଶ ରହିଛି। କିନ୍ତୁ ଅଧିକାଂଶ ଅଧିକାରୀ ଓ କର୍ମଚାରୀ ୧ା୧ା୨୦୨୧ଠାରୁ ୩୧ା୧୨ା୨୦୨୧ ପର୍ଯ୍ୟନ୍ତ ସମ୍ପତ୍ତି ବିବରଣୀ ଏଯାଏ ଦାଖଲ କରିନାହାନ୍ତି। ଏଥିପାଇଁ ୩୦ା୯ା୨୦୨୨ ଓ ୩୦ା୧୧ା୨୦୨୨ ପର୍ଯ୍ୟନ୍ତ ଧାର୍ଯ୍ୟ ସମୟ ଘୁଞ୍ଚାଇ ଦିଆଯାଇଥିଲେ ସୁଦ୍ଧା ଅନେକ ସରକାରୀ କର୍ମଚାରୀ ଏହାକୁ ବେଖାତିର କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଉଦ୍‌ବେଗ ପ୍ରକାଶ କରିବା ସହ ଏହି ଆଇନକୁ ବେଖାତିର କରିଥିବା ସରକାରୀ କର୍ମଚାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମସ୍ତ ଆରଡିସି ଓ ଜିଲାପାଳମାନଙ୍କୁ ଚିଠି କରିଛନ୍ତି। ଅନ୍ୟପକ୍ଷରେ ୨୦୨୧ ବର୍ଷର ସମ୍ପତ୍ତି ତାଲିକା ଦାଖଲ କରିବାକୁ ବିଭାଗ ପକ୍ଷରୁ ୨୬ା୧୨ା୨୦୨୨ ତଥା ସୋମବାର ପର୍ଯ୍ୟନ୍ତ ଶେଷ ସମୟ ଦିଆଯାଇଥିଲା। ସୂଚନାଯୋଗ୍ୟ, ୨୦୨୧ ବର୍ଷର ସମ୍ପତ୍ତି ବିବରଣୀ ପ୍ରଦାନ କରିବାକୁ ପ୍ରାୟ ୧ ବର୍ଷ ସୁଯୋଗ ଦିଆଯିବା ଦୁର୍ନୀତିଖୋର ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ଏକପ୍ରକାର ସୁଯୋଗ ଦିଆଯାଉଥିବା ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri