ସମ୍ପତ୍ତି ବିବରଣୀ ପ୍ରଦାନରେ ଅବହେଳା

ଯାଜପୁର ଅଫିସ,୨୭ା୧୨:ରାଜ୍ୟରେ ଶିକ୍ଷା, ସ୍ବାସ୍ଥ୍ୟ, ପୋଲିସ, ଅମଲା, କ୍ରୀଡ଼ା, ପରିବହନ, ଯୋଗାଣ ଭଳି ଅନେକ ବିଭାଗରେ ଦୁର୍ନୀତି ଦେଖିବାକୁ ମିଳୁଛି। ବଡ଼ବଡ଼ିଆ ଅଫିସରଙ୍କଠାରୁ ଆରମ୍ଭ କରି ଯନ୍ତ୍ରୀ, ମନ୍ତ୍ରୀ, କିରାଣି ପ୍ରମୁଖ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରି ଧରା ପଡୁଛନ୍ତି। ଏହି ଦୁର୍ନୀତିକୁ ନିୟନ୍ତ୍ରଣ କରିବାକୁ ରାଜ୍ୟ ସରକାର ସମସ୍ତ ଗ୍ରୁପ-ଏଠାରୁ ଗ୍ରୁପ-ଡି ପର୍ଯ୍ୟନ୍ତ ଅଧିକାରୀମାନଙ୍କୁ ବାର୍ଷିକ ସମ୍ପତ୍ତି ବିବରଣୀ ଦାଖଲ କରିବାକୁ ନିର୍ଦ୍ଦେଶ ଦେଉଛନ୍ତି। ଓଡ଼ିଶା ଗଭର୍ନମେଣ୍ଟ ସର୍ଭେଣ୍ଟ କଣ୍ଡକ୍ଟ ରୁଲ୍ସ-୨୦୨୧ ଅନୁସାରେ ସରକାରୀ କର୍ମଚାରୀମାନେ ସମସ୍ତ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବିବରଣୀ ପ୍ରତ୍ୟେକ ବର୍ଷର ଜାନୁୟାରୀ ୧ ସୁଦ୍ଧା ଦାଖଲ କରିବାକୁ ନିର୍ଦ୍ଦେଶ ରହିଛି। କିନ୍ତୁ ଅଧିକାଂଶ ଅଧିକାରୀ ଓ କର୍ମଚାରୀ ୧ା୧ା୨୦୨୧ଠାରୁ ୩୧ା୧୨ା୨୦୨୧ ପର୍ଯ୍ୟନ୍ତ ସମ୍ପତ୍ତି ବିବରଣୀ ଏଯାଏ ଦାଖଲ କରିନାହାନ୍ତି। ଏଥିପାଇଁ ୩୦ା୯ା୨୦୨୨ ଓ ୩୦ା୧୧ା୨୦୨୨ ପର୍ଯ୍ୟନ୍ତ ଧାର୍ଯ୍ୟ ସମୟ ଘୁଞ୍ଚାଇ ଦିଆଯାଇଥିଲେ ସୁଦ୍ଧା ଅନେକ ସରକାରୀ କର୍ମଚାରୀ ଏହାକୁ ବେଖାତିର କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଉଦ୍‌ବେଗ ପ୍ରକାଶ କରିବା ସହ ଏହି ଆଇନକୁ ବେଖାତିର କରିଥିବା ସରକାରୀ କର୍ମଚାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମସ୍ତ ଆରଡିସି ଓ ଜିଲାପାଳମାନଙ୍କୁ ଚିଠି କରିଛନ୍ତି। ଅନ୍ୟପକ୍ଷରେ ୨୦୨୧ ବର୍ଷର ସମ୍ପତ୍ତି ତାଲିକା ଦାଖଲ କରିବାକୁ ବିଭାଗ ପକ୍ଷରୁ ୨୬ା୧୨ା୨୦୨୨ ତଥା ସୋମବାର ପର୍ଯ୍ୟନ୍ତ ଶେଷ ସମୟ ଦିଆଯାଇଥିଲା। ସୂଚନାଯୋଗ୍ୟ, ୨୦୨୧ ବର୍ଷର ସମ୍ପତ୍ତି ବିବରଣୀ ପ୍ରଦାନ କରିବାକୁ ପ୍ରାୟ ୧ ବର୍ଷ ସୁଯୋଗ ଦିଆଯିବା ଦୁର୍ନୀତିଖୋର ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ଏକପ୍ରକାର ସୁଯୋଗ ଦିଆଯାଉଥିବା ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri