ରହୁନି କଟକଣା, ସୁରକ୍ଷା ଢିଲା

ପୁରୁଣା ଭୁବନେଶ୍ୱର,୨୯।୧୨(ଡି.ଏନ୍‌.ଏ.): ପର୍ଯ୍ୟଟନ ଋତୁ ପାଇଁ ରାଜଧାନୀର ଖଣ୍ଡଗିରି, ଉଦୟଗିରି, ନନ୍ଦନକାନନ, ଧଉଳି ଆଦି ପର୍ଯ୍ୟଟନ କ୍ଷେତ୍ରରେ ନାହିଁ ନଥିବା ଭିଡ଼ ପରିଲକ୍ଷିତ ହେଉଛି। ଏଥିରୁ ଶ୍ରୀଲିଙ୍ଗରାଜ ମନ୍ଦିର ବାଦ୍‌ ପଡ଼ିନାହିଁ। ପ୍ରତ୍ୟହ ରାଜ୍ୟ ଏବଂ ରାଜ୍ୟ ବାହାରୁ ହଜାର ହଜାର ପର୍ଯ୍ୟଟକ ଶ୍ରୀଜୀଉଙ୍କ ଦର୍ଶନ ଲାଗି ଆସୁଛନ୍ତି। ପର୍ଯ୍ୟଟକଙ୍କ ଏହି ଭିଡ଼ ପାଇଁ କମିଶନରେଟ ପୋଲିସର ଶ୍ରୀଲିଙ୍ଗରାଜ ମନ୍ଦିର ସୁରକ୍ଷାରେ ଅବହେଳା ଜଣାପଡ଼ୁଛି। ମନ୍ଦିର ମୁଖ୍ୟଦ୍ୱାରରୁ ୨୨ପାହାଚ, ଉତ୍ତରଦ୍ୱାର, ଦକ୍ଷିଣ ଘର ଆଦି ସ୍ଥାନରେ ସିସିଟିଭି ଲଗା ଯାଇଥିବାବେଳେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ମୁଖ୍ୟ ଦ୍ୱାରରେ ସୁରକ୍ଷା ଅଧିକାରୀ ସମସ୍ତ ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁଙ୍କ ଯାଞ୍ଚ କରିବା ଦରକାର ଏବଂ ବିସ୍ଫୋରକ ଦ୍ରବ୍ୟ ମନ୍ଦିର ଭିତରକୁ ନନେବା ଉଦ୍ଦେ୍ଯଯରେ ଯାଞ୍ଚ କରାଯାଇଥାଏ। ଅନେକ ଦିନ ହେବ ଏହି ଯାଞ୍ଚ କରାଯାଉ ନ ଥିବା ଅଭିଯୋଗ ହୋଇଛି। ବୁଧବାର ମୁଖ୍ୟଦ୍ୱାର ସମ୍ପୂର୍ଣ୍ଣ ରୂପେ ଖୋଲାଥିବାବେଳେ ଅନେକ ପର୍ଯ୍ୟଟକ ବିନା ଦ୍ୱିଧାରେ ପ୍ରବେଶ କରୁଥିବା ଦେଖାଯାଇଛି। ଏହାକୁ କମିଶନରେଟ ପୋଲିସ ପକ୍ଷରୁ କଡ଼ାକଡ଼ି କରାଯିବାକୁ ବିଭିନ୍ନ ମହଲରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri