Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ଅବହେଳା, ଇନ୍ଦୁ ମାଲହୋତ୍ରାଙ୍କ ନେତୃତ୍ୱରେ ଯାଞ୍ଚ୍‌ କମିଟି ଗଠନ …

ନୂଆଦିଲ୍ଲୀ, ୧୨।୧ : ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା କ୍ଷେତ୍ରରେ ଅବହେଳା ହୋଇଥିବା ଘଟଣାର ଯାଞ୍ଚ୍‌ ପାଇଁ ୫ ଜଣିଆ କମିଟି ଗଠନ କରାଯାଇଛି। ଏହାର ନେତୃତ୍ୱ ଅବସରପ୍ରାପ୍ତ ବିଚାରପତି ଇନ୍ଦୁ ମାଲହୋତ୍ରା ନେବେ।

ଏହି ମାମଲାର ଶୁଣାଣି ସମୟରେ ଭାରତର ପ୍ରଧାନ ବିଚାରପତି ଏନ.ଭି ରମନା କହିଛନ୍ତି ଯେ ଆମେ ଅନୁମାନ କରୁଛୁ ଯେ ଏଭଳି ମାମଲାର ଏକତରଫା ଯାଞ୍ଚ ହୋଇପାରିବ ନାହିଁ। ତେଣୁ ଅବସରପ୍ରାପ୍ତ ବିଚାରପତି ଇନ୍ଦୁ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଏହାର ଦାୟିତ୍ୱ ନେବେ।

କମିଟି ପକ୍ଷରୁ ସୁରକ୍ଷାରେ କାହିଁକି ଭୁଲ ହେଲା ?,କିଏ ଦାୟୀ ?,ଭବିଷ୍ୟତରେ କଣ କରାଯିବ ? ଏନେଇ ଏକ ରିପୋର୍ଟ ଶୀଘ୍ର ଶୀର୍ଷକୋର୍ଟରେ ଦାଖଲ କରିବାକୁ ଚେଷ୍ଟା କରିବେ।

କମିଟି ସଦସ୍ୟଙ୍କ ମଧ୍ୟରେ ଅବସରପ୍ରାପ୍ତ ବିଚାରପତି ଇନ୍ଦୁ ମାଲହୋତ୍ରାଙ୍କ ସହିତ ଏନ୍‌ଆଇଏର ଡିଜି କିମ୍ବା ତାଙ୍କ ଦ୍ୱାରା ନିଯୁକ୍ତ ଅଧିକାରୀ ଯିଏକି ଆଇଜି ପଦବୀରୁ କମ ହୋଇ ନଥିବେ, ଚଣ୍ଡିଗଡ଼ ଡିଜିପି ପଞ୍ଜାବର ସୁରକ୍ଷା ଏଡିଜିପି ଏବଂ ପଞ୍ଜାବ-ହରିୟାଣା ହାଇକୋର୍ଟର ରେଜିଷ୍ଟ୍ରାର୍‌ ଜେନେରାଲ ପ୍ରମୁଖ ରହିଛନ୍ତି।

ଲୟର୍ସ ଭଏସ ନାମକ ଏକ ସଂସ୍ଥା ଦ୍ୱାରା ଏହି ପିଟିସନ ଦାଖଲ କରାଯାଇଛି। ସଂସ୍ଥା ପକ୍ଷରୁ ଶୀର୍ଷକୋର୍ଟରେ ଏହି ମାମଲାର ନିରପେକ୍ଷ ତଦନ୍ତ ଦାବି କରିଯାଇଛିି।

ସୂଚନାଯୋଗ୍ୟ, ଗତ ଶୁକ୍ରବାର ଶୁଣାଣି ସମୟରେ ଏହା ଶୀର୍ଷକୋର୍ଟଙ୍କ ନଜରକୁ ଆସିଥିଲା ଯେ ଉଭୟ ପଞ୍ଜାବ ଏବଂ କେନ୍ଦ୍ର ସରକାର ସେମାନଙ୍କ ପକ୍ଷରୁ ଯାଞ୍ଚ୍‌ କରିବା ପାଇଁ କମିଟି ଗଠନ କରିଛନ୍ତି। ଶୁଣାଣି ସମୟରେ ଉଭୟ ସରକାର ପରସ୍ପରର କମିଟି ସଦସ୍ୟଙ୍କୁ ପ୍ରଶ୍ନ କରି ସେମାନଙ୍କ ନିରପେକ୍ଷତା ଉପରେ ସନ୍ଦେହ ସୃଷ୍ଟି କରିଥିଲେ। ଏହାର ତଦନ୍ତ ପାଇଁ ଏକ କମିଟି ଗଠନ ହୋଇପାରେ ବୋଲି ସର୍ବୋଚ୍ଚ କୋର୍ଟ ସୂଚିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri