Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ଅବହେଳା, ଗଠନ ହେବ ଯାଞ୍ଚ୍‌ କମିଟି…

ନୂଆଦିଲ୍ଲୀ, ୧୦।୧ : ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାରେ ହୋଇଥିବା ଅବହେଳା ମାମଲାର ବିଚାର କରି ସୁପ୍ରିମ୍‌କୋର୍ଟ ଏକ ଯାଞ୍ଚ କମିଟି ଗଠନ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଏହି କମିଟି ଗଠିତ ହେବ।

ମାମଲାର ଶୁଣାଣି ସମୟରେ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଥିଲେ ଯେ, ଶୀର୍ଷକୋର୍ଟ ଏବଂ ପ୍ରଧାନ ବିଚାରପତି ଏନ୍‌ ଭି. ରମନାଙ୍କ ପକ୍ଷରୁ ପଞ୍ଜାବ ସରକାରଙ୍କ ମୁଖ୍ୟ ସଚିବ ଏବଂ ଡିଜିଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଥିଲା।

ବର୍ତ୍ତମାନ ପର୍ଯ୍ୟନ୍ତ କେନ୍ଦ୍ର ସରକାର ସ୍ଥିର କରିଥିବା କମିଟି ଦ୍ୱାରା କୌଣସି ଶୁଣାଣି ହୋଇନାହିଁ। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ଏହା ସତ୍ୟ ଯେ ସୁରକ୍ଷା ଅଭାବରୁ ଏହା ଘଟିଛି। ପଞ୍ଜାବ ସରକାର ନିଜେ ଏହି ତଥ୍ୟକୁ ଗ୍ରହଣ କରିଛନ୍ତି। କିନ୍ତୁ ପ୍ରଶ୍ନ ହେଉଛି ଯଦି ଯାଞ୍ଚ୍‌ କମିଟି ଗଠନ ହୁଏ ତେବେ ଏହା କ’ଣ କରିବ?

ପ୍ରଧାନ ବିଚାରପତି ଏନ.ଭି ରମନାଙ୍କ ବେଞ୍ଚ କହିଛନ୍ତି ଯେ ଯଦି ଆପଣ ଏହି ପ୍ରସଙ୍ଗରେ ଦାୟିତ୍ୱଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଚାହୁଁଛନ୍ତି, ତେବେ କୋର୍ଟ ଏଥିରେ କଣ କରିପାରିବେ? ଏହା ସହିତ ସୁପ୍ରିମକୋର୍ଟ କହିଛନ୍ତି ଯେ ଘଟଣାର ଅନୁସନ୍ଧାନ ପାଇଁ ପଞ୍ଜାବ ଏବଂ କେନ୍ଦ୍ର ସରକାର ଗଠନ କରିଥିବା କମିଟିଗୁଡ଼ିକରେ ରୋକ ଜାରି ରହିବେ।

କୋର୍ଟ କହିଛନ୍ତି ଯେ ପୂର୍ବତନ ବିଚାରପତିଙ୍କ ନେତୃତ୍ୱରେ ହେବାକୁ ଥିବା କମିଟିରେ ଚଣ୍ଡିଗଡ଼ର ପୋଲିସ ମୁଖ୍ୟ, ଏନଆଇଏର ଆଇଜି, ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟର ରେଜିଷ୍ଟ୍ରାର ଜେନେରାଲ ମଧ୍ୟ କମିଟି ସଦସ୍ୟ ଭାବେ ଅନ୍ତର୍ଭୁକ୍ତ ହୋଇପାରନ୍ତି। ସୁପ୍ରିମକୋର୍ଟ ଦ୍ୱିତୀୟ ଥର ପାଇଁ ଏହି ମାମଲାର ଶୁଣାଣି କରୁଛନ୍ତି। ଏହାପୂର୍ବରୁ ପଞ୍ଜାବ ଏବଂ କେନ୍ଦ୍ର ସରକାର ଗଠନ କରିଥିବା ତଦନ୍ତ କମିଟି ଉପରେ ରୋକ ଲାଗି କୋର୍ଟ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri