Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ଅବହେଳା, ଗଠନ ହେବ ଯାଞ୍ଚ୍‌ କମିଟି…

ନୂଆଦିଲ୍ଲୀ, ୧୦।୧ : ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାରେ ହୋଇଥିବା ଅବହେଳା ମାମଲାର ବିଚାର କରି ସୁପ୍ରିମ୍‌କୋର୍ଟ ଏକ ଯାଞ୍ଚ କମିଟି ଗଠନ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଏହି କମିଟି ଗଠିତ ହେବ।

ମାମଲାର ଶୁଣାଣି ସମୟରେ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଥିଲେ ଯେ, ଶୀର୍ଷକୋର୍ଟ ଏବଂ ପ୍ରଧାନ ବିଚାରପତି ଏନ୍‌ ଭି. ରମନାଙ୍କ ପକ୍ଷରୁ ପଞ୍ଜାବ ସରକାରଙ୍କ ମୁଖ୍ୟ ସଚିବ ଏବଂ ଡିଜିଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଥିଲା।

ବର୍ତ୍ତମାନ ପର୍ଯ୍ୟନ୍ତ କେନ୍ଦ୍ର ସରକାର ସ୍ଥିର କରିଥିବା କମିଟି ଦ୍ୱାରା କୌଣସି ଶୁଣାଣି ହୋଇନାହିଁ। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ଏହା ସତ୍ୟ ଯେ ସୁରକ୍ଷା ଅଭାବରୁ ଏହା ଘଟିଛି। ପଞ୍ଜାବ ସରକାର ନିଜେ ଏହି ତଥ୍ୟକୁ ଗ୍ରହଣ କରିଛନ୍ତି। କିନ୍ତୁ ପ୍ରଶ୍ନ ହେଉଛି ଯଦି ଯାଞ୍ଚ୍‌ କମିଟି ଗଠନ ହୁଏ ତେବେ ଏହା କ’ଣ କରିବ?

ପ୍ରଧାନ ବିଚାରପତି ଏନ.ଭି ରମନାଙ୍କ ବେଞ୍ଚ କହିଛନ୍ତି ଯେ ଯଦି ଆପଣ ଏହି ପ୍ରସଙ୍ଗରେ ଦାୟିତ୍ୱଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଚାହୁଁଛନ୍ତି, ତେବେ କୋର୍ଟ ଏଥିରେ କଣ କରିପାରିବେ? ଏହା ସହିତ ସୁପ୍ରିମକୋର୍ଟ କହିଛନ୍ତି ଯେ ଘଟଣାର ଅନୁସନ୍ଧାନ ପାଇଁ ପଞ୍ଜାବ ଏବଂ କେନ୍ଦ୍ର ସରକାର ଗଠନ କରିଥିବା କମିଟିଗୁଡ଼ିକରେ ରୋକ ଜାରି ରହିବେ।

କୋର୍ଟ କହିଛନ୍ତି ଯେ ପୂର୍ବତନ ବିଚାରପତିଙ୍କ ନେତୃତ୍ୱରେ ହେବାକୁ ଥିବା କମିଟିରେ ଚଣ୍ଡିଗଡ଼ର ପୋଲିସ ମୁଖ୍ୟ, ଏନଆଇଏର ଆଇଜି, ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟର ରେଜିଷ୍ଟ୍ରାର ଜେନେରାଲ ମଧ୍ୟ କମିଟି ସଦସ୍ୟ ଭାବେ ଅନ୍ତର୍ଭୁକ୍ତ ହୋଇପାରନ୍ତି। ସୁପ୍ରିମକୋର୍ଟ ଦ୍ୱିତୀୟ ଥର ପାଇଁ ଏହି ମାମଲାର ଶୁଣାଣି କରୁଛନ୍ତି। ଏହାପୂର୍ବରୁ ପଞ୍ଜାବ ଏବଂ କେନ୍ଦ୍ର ସରକାର ଗଠନ କରିଥିବା ତଦନ୍ତ କମିଟି ଉପରେ ରୋକ ଲାଗି କୋର୍ଟ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri