କାର୍ଯ୍ୟରେ ଅବହେଳା, ୭ ବ୍ଲକ କର୍ମଚାରୀଙ୍କ ଦରମା ବନ୍ଦ

ଭଞ୍ଜନଗର, ୬ା୧୨(ଡି.ଏନ୍‌.ଏ): ଭଞ୍ଜନଗର ବ୍ଲକରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ନେଇ ସୋମବାର ବାଚସ୍ପତି ବିକ୍ରମ କେଶରୀ ଆରୁଖ ଜଳସମ୍ପଦ ବିଭାଗ ଡାକ ବଙ୍ଗଳାଠାରେ ସମୀକ୍ଷା କରିଛନ୍ତି। ଏହି ସମୟରେ ବିଡିଓ ଶଶିଭୂଷଣ ମହାପାତ୍ର, ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ୟାମଘନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଜିଲାରେ ପୂର୍ତ୍ତ ବିଭାଗ ପକ୍ଷରୁ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ମଧ୍ୟ ବାଚସ୍ପତି କରିଥିଲେ। ଏହାପରେ ବାଚସ୍ପତି ଜିଲୁଣ୍ଡି ପଞ୍ଚାୟତରେ ଚାଲିଥିବା ମିନି ଷ୍ଟାଡିୟମ ସମେତ ଅନ୍ୟାନ୍ୟ ଉନ୍ନୟନମୂଳକ କାର୍ଯ୍ୟ ବୁଲି ଦେଖିଥିଲେ। ମିନି ଷ୍ଟାଡିୟମକୁ ଜିଲାର ଶ୍ରେଷ୍ଠ ମିନି ଷ୍ଟାଡିୟମ ଭାବେ କରିବା ଲକ୍ଷ୍ୟ ନେଇ କାମ ହେଉଛି। ବାଚସ୍ପତିଙ୍କ ଗସ୍ତ ସମୟରେ ଜିଲୁଣ୍ଡି ସରପଞ୍ଚ ରଞ୍ଜିତ ଆରୁଖ, ସମିତିସଭ୍ୟ ରଣବୀଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ବ୍ଲକରେ ଉନ୍ନୟନ କାର୍ଯ୍ୟ ମନ୍ଥର ଗତିରେ ଚାଲିଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି, ଯାହାକୁ ନେଇ ବିଡିଓ କଡ଼ା ଆଭିମୁଖ୍ୟ ଆପଣାଇଛନ୍ତି। ବ୍ଲକର ୭ ଜଣ କର୍ମଚାରୀଙ୍କ ନଭେମ୍ବର ଦରମାକୁ ବିଡିଓ ବନ୍ଦ ରଖିଛନ୍ତି। ଦରମା ବନ୍ଦ ଥିବା କର୍ମଚାରୀମାନେ ପୂର୍ବାପେକ୍ଷା ଅଧିକ ତତ୍ପରତା ଦେଖାଇ ଦିନରାତି ଏକାକାର କରି କାମ କରୁଥିବା ଜଣାପଡ଼ିଛି। କର୍ମଚାରୀମାନଙ୍କ ଅବହେଳା ଯୋଗୁ ଉନ୍ନୟନ କାର୍ଯ୍ୟ ଧିମେଇ ଯାଇଥିଲା, ଯାହାକୁ ନେଇ ଅନେକ ସମସ୍ୟା ଆସୁଥିଲା। ବିଗତ କିଛି ଦିନ ହେବ ଉନ୍ନୟନ କାର୍ଯ୍ୟରେ ପରିବର୍ତ୍ତନ ଆସିଥିବା ଜଣାପଡ଼ିଛି। ଅପରପକ୍ଷେ ବିଡିଓ, ସହକାରୀ ନିର୍ବାହୀ ଯନ୍ତ୍ରୀ ଏବଂ ବିଇଓଙ୍କୁ ନେଇ ସ୍ମାର୍ଟ ସ୍କୁଲ କାର୍ଯ୍ୟ ଅଗ୍ରଗତି ଉପରେ ଆଜି ଏକ ସମୀକ୍ଷା ହୋଇଥିଲା। ବିଦ୍ୟାଳୟର ଛୋଟଛୋଟ କାମକୁ ବିଦ୍ୟାଳୟ ସ୍ତରରେ କରିବା ବ୍ୟବସ୍ଥା କରାଯାଉ। କାର୍ଯ୍ୟରେ ଯଦି କୌଣସି ପ୍ରଧାନଶିକ୍ଷକ ଅବହେଳା କରନ୍ତି, ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଇଓ କହିଥିଲେ। ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟାନୁଷ୍ଠାନ ସମାଧାନର ପନ୍ଥା ନୁହେଁ। ତେଣୁ ଆମମାନଙ୍କ ମଧ୍ୟରେ ସେବା ମନୋବୃତ୍ତି ରହିବା ଆବଶ୍ୟକ ବୋଲି ସେ କହିଥିଲେ। ବିଡିଓ ମହାପାତ୍ର କହିଥିଲେ, ଗୁଣାତ୍ମକ ଶିକ୍ଷାର ବିକାଶରେ ଶିକ୍ଷକମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ସରକାର ଅଧିକରୁ ଅଧିକ ବିଦ୍ୟାଳୟକୁ ସ୍ମାର୍ଟ ସ୍କୁଲ ଯୋଜନାରେ ସାମିଲ କରୁଛନ୍ତି। ସମସ୍ତଙ୍କ ସହଯୋଗ ରହିଲେ ଯୋଜନା ସଫଳ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?