କାର୍ଯ୍ୟରେ ଅବହେଳା, ୭ ବ୍ଲକ କର୍ମଚାରୀଙ୍କ ଦରମା ବନ୍ଦ

ଭଞ୍ଜନଗର, ୬ା୧୨(ଡି.ଏନ୍‌.ଏ): ଭଞ୍ଜନଗର ବ୍ଲକରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ନେଇ ସୋମବାର ବାଚସ୍ପତି ବିକ୍ରମ କେଶରୀ ଆରୁଖ ଜଳସମ୍ପଦ ବିଭାଗ ଡାକ ବଙ୍ଗଳାଠାରେ ସମୀକ୍ଷା କରିଛନ୍ତି। ଏହି ସମୟରେ ବିଡିଓ ଶଶିଭୂଷଣ ମହାପାତ୍ର, ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ୟାମଘନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଜିଲାରେ ପୂର୍ତ୍ତ ବିଭାଗ ପକ୍ଷରୁ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ମଧ୍ୟ ବାଚସ୍ପତି କରିଥିଲେ। ଏହାପରେ ବାଚସ୍ପତି ଜିଲୁଣ୍ଡି ପଞ୍ଚାୟତରେ ଚାଲିଥିବା ମିନି ଷ୍ଟାଡିୟମ ସମେତ ଅନ୍ୟାନ୍ୟ ଉନ୍ନୟନମୂଳକ କାର୍ଯ୍ୟ ବୁଲି ଦେଖିଥିଲେ। ମିନି ଷ୍ଟାଡିୟମକୁ ଜିଲାର ଶ୍ରେଷ୍ଠ ମିନି ଷ୍ଟାଡିୟମ ଭାବେ କରିବା ଲକ୍ଷ୍ୟ ନେଇ କାମ ହେଉଛି। ବାଚସ୍ପତିଙ୍କ ଗସ୍ତ ସମୟରେ ଜିଲୁଣ୍ଡି ସରପଞ୍ଚ ରଞ୍ଜିତ ଆରୁଖ, ସମିତିସଭ୍ୟ ରଣବୀଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ବ୍ଲକରେ ଉନ୍ନୟନ କାର୍ଯ୍ୟ ମନ୍ଥର ଗତିରେ ଚାଲିଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି, ଯାହାକୁ ନେଇ ବିଡିଓ କଡ଼ା ଆଭିମୁଖ୍ୟ ଆପଣାଇଛନ୍ତି। ବ୍ଲକର ୭ ଜଣ କର୍ମଚାରୀଙ୍କ ନଭେମ୍ବର ଦରମାକୁ ବିଡିଓ ବନ୍ଦ ରଖିଛନ୍ତି। ଦରମା ବନ୍ଦ ଥିବା କର୍ମଚାରୀମାନେ ପୂର୍ବାପେକ୍ଷା ଅଧିକ ତତ୍ପରତା ଦେଖାଇ ଦିନରାତି ଏକାକାର କରି କାମ କରୁଥିବା ଜଣାପଡ଼ିଛି। କର୍ମଚାରୀମାନଙ୍କ ଅବହେଳା ଯୋଗୁ ଉନ୍ନୟନ କାର୍ଯ୍ୟ ଧିମେଇ ଯାଇଥିଲା, ଯାହାକୁ ନେଇ ଅନେକ ସମସ୍ୟା ଆସୁଥିଲା। ବିଗତ କିଛି ଦିନ ହେବ ଉନ୍ନୟନ କାର୍ଯ୍ୟରେ ପରିବର୍ତ୍ତନ ଆସିଥିବା ଜଣାପଡ଼ିଛି। ଅପରପକ୍ଷେ ବିଡିଓ, ସହକାରୀ ନିର୍ବାହୀ ଯନ୍ତ୍ରୀ ଏବଂ ବିଇଓଙ୍କୁ ନେଇ ସ୍ମାର୍ଟ ସ୍କୁଲ କାର୍ଯ୍ୟ ଅଗ୍ରଗତି ଉପରେ ଆଜି ଏକ ସମୀକ୍ଷା ହୋଇଥିଲା। ବିଦ୍ୟାଳୟର ଛୋଟଛୋଟ କାମକୁ ବିଦ୍ୟାଳୟ ସ୍ତରରେ କରିବା ବ୍ୟବସ୍ଥା କରାଯାଉ। କାର୍ଯ୍ୟରେ ଯଦି କୌଣସି ପ୍ରଧାନଶିକ୍ଷକ ଅବହେଳା କରନ୍ତି, ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଇଓ କହିଥିଲେ। ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟାନୁଷ୍ଠାନ ସମାଧାନର ପନ୍ଥା ନୁହେଁ। ତେଣୁ ଆମମାନଙ୍କ ମଧ୍ୟରେ ସେବା ମନୋବୃତ୍ତି ରହିବା ଆବଶ୍ୟକ ବୋଲି ସେ କହିଥିଲେ। ବିଡିଓ ମହାପାତ୍ର କହିଥିଲେ, ଗୁଣାତ୍ମକ ଶିକ୍ଷାର ବିକାଶରେ ଶିକ୍ଷକମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ସରକାର ଅଧିକରୁ ଅଧିକ ବିଦ୍ୟାଳୟକୁ ସ୍ମାର୍ଟ ସ୍କୁଲ ଯୋଜନାରେ ସାମିଲ କରୁଛନ୍ତି। ସମସ୍ତଙ୍କ ସହଯୋଗ ରହିଲେ ଯୋଜନା ସଫଳ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri