Posted inଜାତୀୟ

ଅପରେଶନ ବେଳେ ମହିଳାଙ୍କ ପେଟରେ ତଉଲିଆ ଭୂଲିଗଲେ ଡାକ୍ତର: ଘଟିଲା ଏଭଳି କିଛି..

ପାଟଣା,୨୭।୮: ବିହାରର ଗୟାରେ ଡାକ୍ତରଙ୍କ ଅବହେଳାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଅପରେଶନ ସମୟରେ ୨୧ ବର୍ଷୀୟ ଜଣେ ମହିଳାଙ୍କ ପେଟରେ ଡାକ୍ତର ତଉଲିଆ ଛାଡ଼ି ଦେଇଥିଲେ। ଫଳରେ ମହିଳାଙ୍କ କଷ୍ଟ କମିବା ବଦଳରେ ବଢ଼ି ଯାଇଥିଲା। ପରେ ତାଙ୍କୁ ପୁଣି ଥରେ ଅନ୍ୟ ଏକ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ସିଟି ସ୍କାନ କରିବା ପରେ ଡାକ୍ତର ଚକିତ ହୋଇଯାଇଥିଲେ।
ଘଟଣାଟି ଏପରି। ମୀରା ଦେବୀ ନାମକ ଜଣେ ଗର୍ଭବତୀ ମହିଳାଙ୍କ ପ୍ରସବ ବେଦନା ହେବାରୁ ତାଙ୍କୁ ଏକ ଘରୋଇ କ୍ଲିନିକ୍‌ରେ ଭର୍ତ୍ତି କରାଯାଇଥିଲା। ଜୁଲାଇ ୨୯ରେ ତାଙ୍କର ଅପରେଶନ କରାଯାଇଥିଲା। ସେ ଘରକୁ ଫେରିଥିଲେ ହେଁ ତାଙ୍କୁ ଯନ୍ତ୍ରଣା ହୋଇଥିଲା। ଏହା କମ୍‌ ନ ହେବାରୁ ପରିବାରଲୋକେ ପାଟଣା ଆସି ଅନ୍ୟ ଏକ ଘରୋଇ କ୍ଲିନିକ୍‌ରେ ତାଙ୍କୁ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ସିଟି ସ୍କାନ କରାଯାଇଥିଲା। ହେଲେ ରିପୋର୍ଟ ଯାହା ବାହାରିଲା ତାହା ଦେଖି ଡାକ୍ତର ଚକିତ ହୋଇଯାଇଥିଲେ। ପୁଣି ଥରେ ଅପରେଶନ କରିବା ପରେ ଡାକ୍ତର ତାଙ୍କ ପେଟରୁ ତଉଲିଆକୁ ବାହାର କରିଥିଲେ। ଏହି ତଉଲିଆ ଡାକ୍ତରମାନେ ଅପରେଶନ ସମୟରେ ବ୍ୟବହାର କରିଥାନ୍ତି ବୋଲି ଜଣାପଡ଼ିଥିଲା। ଫଳରେ ଅବହେଳାରୁ ପୂର୍ବ ଅପରେଶନ ସମୟରେ ତାହା ଛାଡ଼ି ଦେଇଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି। ଏବେ ମହିଳାଜଣଙ୍କ ଗୁରୁତର ଅଛନ୍ତି। ଲଗାତାର ଭାବେ ରକ୍ତ ଦିଆଯାଉଛି। ଅପରପକ୍ଷେ ପରିବାରଲୋକେ ଅଭିଯୁକ୍ତ ଡାକ୍ତରଙ୍କ ବିରୋଧରେ ଏଫଆଇଆର୍‌ କରିବେ ବୋଲି ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri