୫-ଟି ବିଦ୍ୟାଳୟରେ ଶିକ୍ଷକଙ୍କ ଅବହେଳା

ମାହାଙ୍ଗା,୨୩ା୭(ଯଯାତି ସିଂହ)ପିଲାମାନଙ୍କୁ ଉତ୍ତମ ଶିକ୍ଷା ଯୋଗାଇଦେବା ପାଇଁ ରାଜ୍ୟ ସରକାର ବିଦ୍ୟାଳୟଗୁଡ଼ିକୁ ୫-ଟି ଯୋଜନାରେ ରୂପାନ୍ତରଣ କରୁଥିବାବେଳେ ଶିକ୍ଷକମାନଙ୍କ ଅବହେଳା ପାଇଁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବ୍ୟାଘାତ ହେଉଛି। ମାହାଙ୍ଗା ବ୍ଲକ ଅନ୍ତର୍ଗତ ଗୋତରା ପଞ୍ଚାୟତସ୍ଥିତ ଭବାନୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଏହି ବିଦ୍ୟାଳୟର ଶିକ୍ଷକମାନେ ବିଳମ୍ବର ଆସୁଥିବା ନେଇ ଅଭିଭାବକମାନେ କହିଛନ୍ତି। ସରକାରଙ୍କ ନିୟମ ଅନୁଯାୟୀ, ଶନିବାର ସକାଳ ୬ଟା ୩୦ରୁ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ଖୋଲାଯିବା ପାଇଁ ନିର୍ଦ୍ଦେଶ ରହିଛି। ଭବାନୀ ସରକାରୀ ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନମିତା ମିଶ୍ର ସମୟ ଅନୁଯାୟୀ ଆସିଥିଲେ ମଧ୍ୟ ଅନ୍ୟ ଶିକ୍ଷୟିତ୍ରୀ, ଶିକ୍ଷକମାନେ ବିଦ୍ୟାଳୟକୁ ବିଳମ୍ବରେ ଆସିଥିଲେ। ଶିକ୍ଷକ ସୁବ୍ରତ ପ୍ରଧାନ, ମଧୁସ୍ମିତା ଜେନା ଓ ରୁନି ଲତା ମଲିକ ସକାଳ ୬ଟା ୪୫ ପରେ ବିଦ୍ୟାଳୟକୁ ଆସିଥିଲେ। ହିନ୍ଦୀ ଶିକ୍ଷକ ଅକ୍ଷୟ କୁମାର ସାହୁ ୭ଟା ବେଳକୁ ଆସିଥିଲେ। ଏନେଇ ପ୍ରଧାନ ଶିକ୍ଷୟିତ୍ରୀ ମିଶ୍ରଙ୍କ ସହ ଯୋଗାଯୋଗ ସମ୍ଭବ ହୋଇପାରିନାହିଁ। ଏ ସମ୍ପର୍କରେ ସିଆରସିସି ରମାକାନ୍ତ ଦାସଙ୍କୁ ଯୋଗାଯୋଗ କରିବାରୁ ଶନିବାର ଏହି ବିଦ୍ୟାଳୟର କୌଣସି ଶିକ୍ଷକ ଛୁଟି ନେଇନାହାନ୍ତି। ତେବେ ଯେଉଁ ଶିକ୍ଷକମାନେ କାର୍ଯ୍ୟରେ ଅବହେଳା କରିଥିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସେହିପରି କଟକ ଜିଲା ଅତିରିକ୍ତ ଶିକ୍ଷା ଅଧିକାରୀ ଡ.ସନ୍ତୋଷ ରାଉତଙ୍କ ସହ ଯୋଗାଯୋଗ କରିବାରୁ ଯଦି କେହି ଶିକ୍ଷୟିତ୍ରୀ ଶିକ୍ଷକ କାର୍ଯ୍ୟରେ ଅବହେଳା କରିଥାନ୍ତି ତେବେ ସେମାନଙ୍କ ବିିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି କାର୍ଯ୍ୟରେ ଅବହେଳା କରିଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri