୫-ଟି ବିଦ୍ୟାଳୟରେ ଶିକ୍ଷକଙ୍କ ଅବହେଳା

ମାହାଙ୍ଗା,୨୩ା୭(ଯଯାତି ସିଂହ)ପିଲାମାନଙ୍କୁ ଉତ୍ତମ ଶିକ୍ଷା ଯୋଗାଇଦେବା ପାଇଁ ରାଜ୍ୟ ସରକାର ବିଦ୍ୟାଳୟଗୁଡ଼ିକୁ ୫-ଟି ଯୋଜନାରେ ରୂପାନ୍ତରଣ କରୁଥିବାବେଳେ ଶିକ୍ଷକମାନଙ୍କ ଅବହେଳା ପାଇଁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବ୍ୟାଘାତ ହେଉଛି। ମାହାଙ୍ଗା ବ୍ଲକ ଅନ୍ତର୍ଗତ ଗୋତରା ପଞ୍ଚାୟତସ୍ଥିତ ଭବାନୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଏହି ବିଦ୍ୟାଳୟର ଶିକ୍ଷକମାନେ ବିଳମ୍ବର ଆସୁଥିବା ନେଇ ଅଭିଭାବକମାନେ କହିଛନ୍ତି। ସରକାରଙ୍କ ନିୟମ ଅନୁଯାୟୀ, ଶନିବାର ସକାଳ ୬ଟା ୩୦ରୁ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ଖୋଲାଯିବା ପାଇଁ ନିର୍ଦ୍ଦେଶ ରହିଛି। ଭବାନୀ ସରକାରୀ ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନମିତା ମିଶ୍ର ସମୟ ଅନୁଯାୟୀ ଆସିଥିଲେ ମଧ୍ୟ ଅନ୍ୟ ଶିକ୍ଷୟିତ୍ରୀ, ଶିକ୍ଷକମାନେ ବିଦ୍ୟାଳୟକୁ ବିଳମ୍ବରେ ଆସିଥିଲେ। ଶିକ୍ଷକ ସୁବ୍ରତ ପ୍ରଧାନ, ମଧୁସ୍ମିତା ଜେନା ଓ ରୁନି ଲତା ମଲିକ ସକାଳ ୬ଟା ୪୫ ପରେ ବିଦ୍ୟାଳୟକୁ ଆସିଥିଲେ। ହିନ୍ଦୀ ଶିକ୍ଷକ ଅକ୍ଷୟ କୁମାର ସାହୁ ୭ଟା ବେଳକୁ ଆସିଥିଲେ। ଏନେଇ ପ୍ରଧାନ ଶିକ୍ଷୟିତ୍ରୀ ମିଶ୍ରଙ୍କ ସହ ଯୋଗାଯୋଗ ସମ୍ଭବ ହୋଇପାରିନାହିଁ। ଏ ସମ୍ପର୍କରେ ସିଆରସିସି ରମାକାନ୍ତ ଦାସଙ୍କୁ ଯୋଗାଯୋଗ କରିବାରୁ ଶନିବାର ଏହି ବିଦ୍ୟାଳୟର କୌଣସି ଶିକ୍ଷକ ଛୁଟି ନେଇନାହାନ୍ତି। ତେବେ ଯେଉଁ ଶିକ୍ଷକମାନେ କାର୍ଯ୍ୟରେ ଅବହେଳା କରିଥିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସେହିପରି କଟକ ଜିଲା ଅତିରିକ୍ତ ଶିକ୍ଷା ଅଧିକାରୀ ଡ.ସନ୍ତୋଷ ରାଉତଙ୍କ ସହ ଯୋଗାଯୋଗ କରିବାରୁ ଯଦି କେହି ଶିକ୍ଷୟିତ୍ରୀ ଶିକ୍ଷକ କାର୍ଯ୍ୟରେ ଅବହେଳା କରିଥାନ୍ତି ତେବେ ସେମାନଙ୍କ ବିିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି କାର୍ଯ୍ୟରେ ଅବହେଳା କରିଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?