Posted inଜାତୀୟ

କୃଷକ ଆନ୍ଦୋଳନ: ଆଲୋଚନା ନିଷ୍ଫଳ, ଅଚଳାବସ୍ଥା ଜାରି

ନୂଆଦିଲ୍ଲୀ,୪ା୧୨:୩ ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ପଞ୍ଜାବ, ହରିୟାଣା ଓ ଉତ୍ତରପ୍ରଦେଶ ସମେତ ଅନ୍ୟ ରାଜ୍ୟଗୁଡ଼ିକର ଚାଷୀମାନେ ଚଳାଇଥିବା ଆନ୍ଦୋଳନ ଗୁରୁବାର ଅଷ୍ଟମ ଦିନରେ ପହଞ୍ଚତ୍ଛି। ଦିଲ୍ଲୀରୁ ବୁରାଡିସ୍ଥିତ ନିରଙ୍କାରୀ ପଡ଼ିଆ ସମେତ ଜାତୀୟ ରାଜଧାନୀ ସୀମାରେ ବିଭିନ୍ନ କୃଷକ ସଙ୍ଗଠନ ପକ୍ଷରୁ ବିକ୍ଷୋଭ ଜାରି ରହିଛି। ସରକାର ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଡାକି ବିବାଦୀୟ କୃଷି ଆଇନକୁ ପ୍ରତ୍ୟାହାର କରିବା ସହ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ସୁନିଶ୍ଚିତ କରିବା ପାଇଁ ନୂଆ ଆଇନ ଆଣନ୍ତୁ ବୋଲି ଚାଷୀମାନେ ଅଡ଼ିବସିଛନ୍ତି। ନଚେତ୍‌ ଦିଲ୍ଲୀକୁ ସିଲ୍‌ କରିଦିଆଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଏହି ଅଚଳାବସ୍ଥା ଦୂର କରିବା ପାଇଁ କେନ୍ଦ୍ର ସରକାର ଓ ପ୍ରାୟ ୪୦ ଚାଷୀ ନେତାଙ୍କ ମଧ୍ୟରେ ହୋଇଥିବା ଚତୁର୍ଥ ପର୍ଯ୍ୟାୟ ବୈଠକ ନିଷ୍ଫଳ ହୋଇଛି। ଇତିମଧ୍ୟରେ ନୂଆ ଆଇନରେ ମଣ୍ଡି ବ୍ୟବସ୍ଥାକୁ ନେଇ କୃଷକମାନଙ୍କ ଆପତ୍ତି ଶୁଣିବାକୁ କେନ୍ଦ୍ର ସରକାର ପ୍ରସ୍ତୁତ ବୋଲି କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଟୁଇଟ୍‌ କରିଛନ୍ତି। ଏବେ ଶନିବାର ହେବାକୁ ଥିବା ବୈଠକକୁ ଅପେକ୍ଷା।
ମିଳିଥିବା ସୂଚନାନୁସାରେ କେନ୍ଦ୍ରମନ୍ତ୍ରୀମାନେ ଉକ୍ତ ବୈଠକରେ ନୂଆ କୃଷି ଆଇନକୁ ନେଇ ବିସ୍ତୃତ ବିବରଣୀ ସହ ଏହା ଚାଷୀଙ୍କ ମଙ୍ଗଳ ପାଇଁ ଉଦ୍ଦିଷ୍ଟ ବୋଲି ସଫେଇ ଦେଇଥିଲେ। ତେବେ କୃଷକ ନେତାମାନେ ସରକାରଙ୍କ ଆଭିମୁଖ୍ୟକୁ ଖାରଜ କରିଦେଇଥିଲେ। ଅଲ୍‌ ଇଣ୍ଡିଆ କିଷାନ ସଂଘର୍ଷ କୋଅର୍ଡିନେଶନ କମିଟି (ଏଆଇକେଏସ୍‌ସିସି) କାର୍ଯ୍ୟକାରୀ ସଦସ୍ୟା ତଥା ମହାରାଷ୍ଟ୍ର ଓ ଗୁଜରାଟର ଚାଷୀଙ୍କ ପ୍ରତିନିଧିତ୍ୱ କରୁଥିବା ଲୋକ ସଂଘର୍ଷ ମୋର୍ଚ୍ଚା ଅଧ୍ୟକ୍ଷା ପ୍ରତିଭା ସିନ୍ଧେ କହିଛନ୍ତି, ଆମ ପକ୍ଷରୁ ଆଲୋଚନା ଶେଷ ହୋଇସାରିଛି। ସରକାର ଆଜି ସମାଧାନର ପନ୍ଥା ବାହାର ନ କଲେ ଆମେ ଆଉ କେନ୍ଦ୍ରର କୌଣସି ବୈଠକରେ ସାମିଲ ହେବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବଡ଼ ଘୋଷଣା କଲେ ସରକାର; ଏତିକି ମାସ ଯାଏ WFH କରିବେ ୫୦% କର୍ମଚାରୀ, ଗାଡ଼ି ପାର୍କିଂ…

ନୂଆଦିଲ୍ଲୀ,୧।୭: ଶୀତକାଳୀନ ପ୍ରଦୂଷଣର ମୁକାବିଲା ପାଇଁ ଦିଲ୍ଲୀ ସରକାର ଏକ ମାଷ୍ଟର ପ୍ଲାନ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ, ନଭେମ୍ବର ୧ ରୁ ଫେବୃଆରୀ ୨୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri