ପୁଣିଥରେ ମା’ ହେଲେ ନେହା

ମୁମ୍ବାଇ: ବଲିଉଡ୍‌ରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନେହା ଧୁପିଆ ପୁଣିଥରେ ମା’ ହୋଇଛନ୍ତି । ସେ ଏଥର ଏକ ପୁତ୍ର ସନ୍ତାନ ପ୍ରସବ କରିଛନ୍ତି । କିଛିଦିନ ହେବ ସେ ତାଙ୍କ ପ୍ରେଗନାନ୍ସିର ଫଟୋ ସାସିଆଲ ମିଡିଆରେ ଶେୟାର କରୁଥିବା ଦେଖିବାକୁ ମିଳିଥିଲା । ଏହାସହ ନିକଟରେ ସେ ମ୍ୟାଟରନିଟି ଫଟୋ ଶୁଟ୍ ବି କରିଥିଲେ । ଯାହା ତାଙ୍କ ପ୍ରଶଂସକଙ୍କୁ ବେଶ୍ ପସନ୍ଦ ଆସିଥିଲା । ନେହା ପୁତ୍ର ସନ୍ତାନ ପ୍ରସବ କରିବା ପରେ ତାଙ୍କ ସ୍ୱାମୀ ତଥା ଅଭିନେତା ଅଙ୍ଗଦ ବେଦୀ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଏହି ଖବର ଦେଇଛନ୍ତି । ସେ ଲେଖିଛନ୍ତି ଈଶ୍ୱର ଆଜି ଆମକୁ ଏକ ପୁତ୍ର ସନ୍ତାନ ଦେଇଛନ୍ତି । ଉଭୟ ନେହା ଓ ପୁଅ ଭଲ ଅଛନ୍ତି । କିଛିଦିନ ତଳେ ନେହା ଗର୍ଭବତୀ ଥିବାର ଭିଡିଓ ଓ ଫଟୋ ଶେୟାର କରିଥିବା ବେଳେ ଏହା ବେଶ୍ ଭାଇରାଲ ହୋଇଥିଲା । ପୂର୍ବରୁ ନେହା ଏକ କନ୍ୟା ସନ୍ତାନର ଜନନୀ ହୋଇ ସାରିଛନ୍ତି । ତେବେ ଏଥର ଗର୍ଭବତୀ ଥାଇ ବି ସେ କାମ ବନ୍ଦ କରି ନ ଥିଲେ । ଶେଷ ପର୍ଯ୍ୟନ୍ତ ସେ କାମ କରୁଥିଲେ । କିଛିଦିନ ତଳେ ସେ ତାଙ୍କ ଅଗାମୀ ଫିଲ୍ମ ‘ସନକ ‘ ପାଇଁ ଡବ୍ କରିଥିଲେ । ଏହାସହ ‘ଏ ଥର୍ସଡେ’ର ଶୁଟିଂ ମଧ୍ୟ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?