ଜିଲା ପାଇଁ ଗୌରବ ଆଣିଲେ ନେହେରୁ: ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ…

ନୂଆପଡା,୩୦।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଭାଲେଶ୍ବର ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଲୟର ଦଶମ ଶ୍ରେଣୀ ଛାତ୍ର ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଦ୍ବିତୀୟ ସ୍ଥାନ ଅଧିକାର କରି ଗୌରବ ଆଣିଛନ୍ତି। ଡିସେମ୍ବର ୨୬ରୁ ୨୮ ପର୍ଯ୍ୟନ୍ତ ୩ ଦିନ ଧରି ୫୨ ତମ ରାଜ୍ୟସ୍ତରୀୟ ବିଜ୍ଞାନ ମେଳା କେନ୍ଦୁଝର ଧନୁର୍ଯ୍ୟ ନାରାୟଣ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଥିଲା । ସେହି ବିଜ୍ଞାନ ମେଳାରେ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଭାଲେଶ୍ବରର ଦଶମ ଶ୍ରେଣୀ ଛାତ୍ର ନେହେରୁ ପଟେଲ ସୌର ସଂଯୁକ୍ତ ସ୍ବୟଂ ଚାଳିତ ସ୍ପ୍ରେୟର ମେଶିନ ପ୍ରଦର୍ଶନ କରି ଦ୍ବିତୀୟ ସ୍ଥାନ ଅଧିକାର କରି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଠାରୁ ପୁରସ୍କୃତ ହୋଇ ବିଦ୍ୟାଳୟ ଓ ଜିଲା ପାଇଁ ଗୌରବ ଆଣିଛନ୍ତି। ଆଗାମୀ ଦିନରେ କଲିକତା ଠାରେ ଆୟୋଜିତ ହେବାକୁ ଥୁବା ଜୋନାଲ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ପ୍ରତିନିଧିତ୍ କରିବା ପାଇଁ ମନୋନୀତ ହୋଇଛନ୍ତି ।
ଏହି ପ୍ରକଳ୍ପଟି ଗଣିତ ଶିକ୍ଷକ ବିକାଶ ଚନ୍ଦ୍ର ସାହୁଙ୍କ ମାର୍ଗଦର୍ଶନରେ ପ୍ରସ୍ତୁତ ହୋଇଥିବା ବେଳେ ନେହେରୁଙ୍କ ଏହି ସଫଳତା ବିଦ୍ୟାଲୟ ତଥା ନୂଆପଡା ଜିଲା ପାଇଁ ଗୌରବ ଓ ଅନ୍ୟ ଛାତ୍ରୀଛାତ୍ରମାନଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ନୂତନ ଅନଷେଣ ପାଇଁ ପ୍ରେରଣା ଦେଇଛି । ଜିଲା ବିଜ୍ଞାନ ନିରୀକ୍ଷକ ଗିରିଧାରି ସା,ବିଦ୍ୟାଳୟ ଅଧ୍ୟକ୍ଷ ରାମନାଥ ଜାଲ ଶୁଭେଛା ଜଣାଇ ନେହେରୁଙ୍କୁ ଭବିଷ୍ୟତରେ ଅଧିକ ସୃଜନଶୀଳ ପ୍ରୟାସ ପାଇଁ ପ୍ରେରିତ କରିବା ସହ ଅନ୍ୟ ଛାତ୍ରୀଛାତ୍ରମାନଙ୍କ ପାଇଁ ଏକ ଉଦାହରଣ ସୃଷ୍ଟି କରିଛି ବୋଲି କହିଥିଲେ ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri