ଭଦ୍ରକରେ ଚାଞ୍ଚଲ୍ୟ… ୧୩ ବର୍ଷିଆ ନାବାଳିକାଙ୍କୁ ବଳାତ୍କାର କଲେ ବୃଦ୍ଧ ପଡ଼ୋଶୀ, ସ୍କୁଲରେ ଅଚେତ…

ଧୂଷୁରୀ,୧୫ା୧ ( ଦୀପ୍ତି ରଞ୍ଜନ ନାୟକ) : ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ଆରଡି ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ୧୩ ବର୍ଷିଆ ନାବାଳିକାଙ୍କୁ ଜଣେ ବୃଦ୍ଧ ବଳାତ୍କାର କରିଛନ୍ତି। ଏ ନେଇ ପୀଡ଼ିତାଙ୍କ ବଡ଼ ମା’ ଆରଡି ଫାଣ୍ଡିରେ ମଙ୍ଗଳବାର ସାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ପ୍ରଶାନ୍ତ ଜେନା(୬୦) ନାମକ ବ୍ୟକ୍ତିଙ୍କୁ ଗିରଫ କରି ତଦନ୍ତ କରୁଛି।
ଅଭିଯୋଗ ମୁତାବକ, ଅଭିଯୁକ୍ତ ନାବାଳିକାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ରବିବାର ବଳାତ୍କାର କରିଥିଲେ। ଏ ବିଷୟରେ କାହାକୁ ନ କହିବାକୁ ଧମକ ମଧ୍ୟ ଦେଇଥିଲା। ମଙ୍ଗଳବାର ବିଦ୍ୟାଳୟରେ ପଢୁଥିବା ବେଳେ ପୀଡ଼ିତା ଅଚେତ ହୋଇ ଯାଇଥିଲା। ପରିବାର ଲୋକ ପଚାରିବାରୁ ସେ କାନ୍ଦିକାନ୍ଦି ସବୁକଥା କହିଥିଲେ। ଅଭିଯୋଗ ପରେ ଫାଣ୍ଡି ପୋଲିସ ଅଭିଯୁକ୍ତଙ୍କୁ ଫାଣ୍ତିକୁ ଆଣି ପଚରାଉଚରା କରିଥିଲା। ପରେ ଧୂଷୁରୀ ଥାନା ଅଧିକାରୀ ଫାଣ୍ଡିରେ ପହଞ୍ଚତ୍ ଅଭିଯୁକ୍ତଙ୍କୁ ଥାନାକୁ ନେଇଥିଲେ। ବୁଧବାର ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା କରାଯାଇଛି । ଏନେଇ ଧୁଷୁରୀ ଥାନାରେ ଏକ ମାମଲା ନଂ(୧୪/୨୬) ଏକ ବଳାତ୍କାର ମାମଲା ରୁଜୁ ହୋଇଛି । ୂଗୁରୁବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବା ନେଇ ସୂଚନା ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri