ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ ମୟାବାହାଲ ଦେହୁରୀପଡ଼ାରେ ଶୁକ୍ରବାର ରାତିରେ ଏଭଳି ଏକ ନିର୍ମମ ହତ୍ୟାକାଣ୍ଡ ଘଟିଯାଇଛି। ସ୍ୱାମୀ-ସ୍ତ୍ରୀଙ୍କ ଝଗଡ଼ା ସମାଧାନ କରିବାକୁ ଯାଇ ପଡ଼ୋଶୀ ଯୁବକ ହେମନ୍ତ ନାଏକ (୨୬) ପ୍ରାଣ ହରାଇଛନ୍ତି। ଏହି ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ କନ୍ଦର୍ପ ଦେହୁରୀଙ୍କୁ ଗିରଫ କରିଛି।

ସୂଚନା ଅନୁଯାୟୀ, ଗତ ଶୁକ୍ରବାର ଗ୍ରାମରେ ଡେମୂଳ ପୂଜା ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଅଭିଯୁକ୍ତ କନ୍ଦର୍ପ ଦେହୁରୀ ଗ୍ରାମର ପୂଜକ (କାଲୋ) ଭାବେ ଦାୟିତ୍ୱ ତୁଲାଉଥିଲେ। ପୂଜା ପରେ କୌଣସି କଥାକୁ କେନ୍ଦ୍ର କରି କନ୍ଦର୍ପ ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଭୟଭୀତ ହୋଇ କନ୍ଦର୍ପଙ୍କ ସ୍ତ୍ରୀ ପଡ଼ୋଶୀ ହେମନ୍ତଙ୍କ ଘରକୁ ଦୌଡ଼ି ପଳାଇଥିଲେ। କନ୍ଦର୍ପ ମଧ୍ୟ ତାଙ୍କ ପଛେ ପଛେ ସେଠାରେ ପହଞ୍ଚିଥିଲେ।

ସେଠାରେ ହେମନ୍ତ ଓ ତାଙ୍କ ପରିବାର ଲୋକେ ସ୍ୱାମୀ-ସ୍ତ୍ରୀଙ୍କ ଗଣ୍ଡଗୋଳ ଶାନ୍ତ କରିବାକୁ ଚେଷ୍ଟା କରୁଥିବା ବେଳେ କନ୍ଦର୍ପ ଉତ୍ତ୍ୟକ୍ତ ହୋଇ ହେମନ୍ତଙ୍କ ଭଉଣୀଙ୍କୁ ହାତ ଉଠାଇଥିଲେ। ଏହାକୁ ନେଇ ହେମନ୍ତ ଓ କନ୍ଦର୍ପଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ପରେ ଗ୍ରାମର କିଛି ଯୁବକ କନ୍ଦର୍ପଙ୍କୁ ବୁଝାସୁଝା କରି ତାଙ୍କ ଘରକୁ ଛାଡ଼ି ଆସିଥିଲେ।

ଅଭିଯୋଗ ମୁତାବକ, ରାତି ପ୍ରାୟ ୧୦:୩୦ ରୁ ୧୧:୦୦ ମଧ୍ୟରେ ହେମନ୍ତ ନିଜ ଘର ବାହାରେ ଏକାକୀ ବସିଥିବା ବେଳେ କନ୍ଦର୍ପ ଏକ ଧାରୁଆ ଅସ୍ତ୍ର ଆଣି ହେମନ୍ତଙ୍କ ମୁଣ୍ଡକୁ ପ୍ରହାର କରିଥିଲେ। ଜୋରଦାର ଆଘାତ ଯୋଗୁଁ ଘଟଣାସ୍ଥଳରେ ହିଁ ହେମନ୍ତଙ୍କ ମୃତ୍ୟୁ ହୋଇଥିଲା।

ମୃତ ହେମନ୍ତଙ୍କ ବାପାଙ୍କର ଗତ ବର୍ଷ ମୃତ୍ୟୁ ହୋଇଥିବା ବେଳେ ଆସନ୍ତା ଜୁଲାଇ ୬ ତାରିଖରେ ତାଙ୍କ ଭଉଣୀଙ୍କ ବାହାଘର ହେବାର ଥିଲା। ଏହି ଖୁସିର ମାହୋଲ ମଧ୍ୟରେ ଏଭଳି ଅଘଟଣ ପରିବାର ଉପରେ ଦୁଃଖର ପାହାଡ଼ ଭାଙ୍ଗି ପକାଇଛି।

ଖବର ପାଇ ସଦର ଏସଡିପିଓ ନିର୍ମଳ କୁମାର ମହାପାତ୍ର ଏବଂ ତଲସରା ଥାନା ଅଧିକାରୀ ଯଶୋବନ୍ତୀ ବାଗ ସଦଳବଳେ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିଛନ୍ତି। ପୋଲିସ ତଲସରା ଥାନା କେସ୍ ନମ୍ବର ୧୧/୨୬ ରେ ହତ୍ୟା ମାମଲା ରୁଜୁ କରି ହତ୍ୟାକାଣ୍ଡରେ ବ୍ୟବହୃତ ଧାରୁଆ ଅସ୍ତ୍ରକୁ ଜବତ କରିଛି ଏବଂ ସାଇଣ୍ଟିଫିକ୍ ଟିମ୍‌ ସହାୟତାରେ ଅଧିକ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri