ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ଏସ. ଅର୍ଜୁନ ଦୋରା।

ସୂଚନା ଅନୁଯାୟୀ, ଗତ ବୁଧବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଅର୍ଜୁନ ତାଙ୍କ ପଡୋଶୀ ଏସ. ସଦାନନ୍ଦ ଦୋରାଙ୍କୁ ହଠାତ୍ ଆକ୍ରମଣ କରିଥିଲେ। ପୂର୍ବରୁ ଥିବା କୌଣସି ବିବାଦକୁ ନେଇ ଏହି ଆକ୍ରମଣ ହୋଇଥିବା ଜଣାପଡ଼ିଛି। ସଦାନନ୍ଦଙ୍କୁ ଗୁରୁତର ଅବସ୍ଥାରେ ପରିବାର ଲୋକେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଏହି ଘଟଣା ସମ୍ପର୍କରେ ସଦାନନ୍ଦଙ୍କ ସ୍ତ୍ରୀ ଏସ. ସୁଲଭ ଦୋରା ଦିଗପହଣ୍ଡି ଥାନାରେ ଏକ ଲିଖିତ ଏତଲା ଦେଇଥିଲେ। ଥାନା ଆଇଆଇସି କିଶୋର କୁମାର ସାମଲଙ୍କ ନିର୍ଦ୍ଦେଶରେ ପୋଲିସ ମାମଲା ନଂ ୧୩୯/୨୬ ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା।

ତଦନ୍ତକାରୀ ଅଧିକାରୀ ଏସ.ଆଇ. ରାଜ କିଶୋର ପାତ୍ର ଅଭିଯୁକ୍ତ ଅର୍ଜୁନଙ୍କୁ ଗୁରୁବାର ଗିରଫ କରିଥିଲେ। ତାଙ୍କ ନିକଟରୁ ଆକ୍ରମଣରେ ବ୍ୟବହୃତ ଲାଠି ଓ ପଥରଖଣ୍ଡ ଜବତ କରାଯାଇଛି। ଗୁରୁବାର ସନ୍ଧ୍ୟାରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ସେଠାରେ ଜାମିନ ଆବେଦନ ଖାରଜ ହେବା ପରେ ତାଙ୍କୁ ଦିଗପହଣ୍ଡି ସବ୍-ଜେଲ୍ ହାଜତକୁ ପଠାଇ ଦିଆଯାଇଛି। ପୂର୍ବ ଶତ୍ରୁତା କାରଣରୁ ଏହି ହିଂସାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ତଦନ୍ତକାରୀ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri