ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି: ଧାନ କିଣାବେଳେ ସିଲ୍‌ ହେବ ପଡ଼ୋଶୀ ରାଜ୍ୟ ସୀମା

ଭୁବନେଶ୍ୱର,୧୫।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଖରିଫ୍‌ ଧାନ କିଣା ସଂକ୍ରାନ୍ତରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟରେ ଧାନ କିଣାବେଳେ ପଡ଼ୋଶୀ ରାଜ୍ୟ ସୀମା ସିଲ୍‌ କରିବାକୁ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପରିକି ରାଜ୍ୟ ବାହାର ଚାଷୀ ଓଡ଼ିଶାରେ ଧାନ ବିକ୍ରି କରିପାରିବେ ନାହିଁ ବୋଲି ବୈଠକରେ କୁହାଯାଇଛି। ଏପରିକି ମଣ୍ଡିରେ ଚାଷୀଙ୍କ ଧାନର ମାନ ଥରୁଟିଏ ଯାଞ୍ଚ କରାଯିବ। ଏହା ପୂର୍ବରୁ ମଣ୍ଡି ଓ ମିଲ୍‌ରେ ଧାନର ମାନ ଯାଞ୍ଚ ହେଉଥିଲା।

ଏପରିକି ଚାଷୀଙ୍କ ଧାନ କିପରି ସୂଚାରୁ ରୂପେ କିଣାହେବ ସେନେଇ ବୈଠକରେ ଆଲୋଚନା କରାଯାଇଛି। ସମ୍ପୃକ୍ତ ଜିଲାର ଜିଲାପାଳ ଧାନ କିଣିବା ସମୟ ସୀମା ବଢ଼ାଇ ପାରିବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏପରିକି ମଣ୍ଡିଗୁଡିକୁ ଆଧୁନିକୀକରଣ କରାଯିବ। ଏନେଇ ୫୫୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ବୈଠକରେ କୁହାଯାଇଛି।

ଧାନକିଣା ବେଳେ ମନ୍ତ୍ରୀଙ୍କୁ ଜିଲା ଦାୟିତ୍ୱ ଦିଆଯିବ। ପ୍ରତି ମଣ୍ଡି ପାଇଁ ଅଧିକୃତ ଅଧିକାରୀଙ୍କୁ ନିଯୁକ୍ତ କରାଯିବ। ମଣ୍ଡିଗୁଡିକୁ ଜୋନ କରାଯିବ। ଜୋନ୍‌ ଦାୟିତ୍ୱରେ ସୁପରଭାଇଜର ରହିବେ। ଚଳିତ ବର୍ଷ ୮୦ ଲକ୍ଷ କୁଇଣ୍ଟାଲ ଧାନ କିଣିବାକୁ ଲକ୍ଷ୍ୟ ଧାର୍ଯ୍ୟ ରଖାଯାଇଥିବା ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ରାଜ୍ୟ ସରକାର ୩୧ଶହ ଟଙ୍କାରେ ଚାଷୀଙ୍କ ଧାନ କିଣିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri