ବାପ ପୁଅଙ୍କ ଆକ୍ରମଣରେ ଚାଲିଗଲା ପଡ଼ୋଶୀଙ୍କ ଜୀବନ

ପୋଲସରା,୮ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ପାଣ୍ଡିରିପଡ଼ା ପଞ୍ଚାୟତ ପାତାଳସିଙ୍ଗି ଗ୍ରାମରେ ଜମିବାଡ଼ିକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗାଁର ପଞ୍ଚୁ ସାହୁ (୫୫)।

ମୃତକଙ୍କ ଭାଇ ବିଦ୍ୟାଧରଙ୍କ କହିବା ମୁତାବକ, ପଞ୍ଚୁଙ୍କ ସହିତ ପୂର୍ବରୁ ଗ୍ରାମର ସୁବଳ ସାହୁଙ୍କ ସହ ଜମିବାଡ଼ିକୁ ନେଇ ବିବାଦ ଲାଗି ରହିଥିଲା। ସୋମବାର ପଞ୍ଚୁ ଜମିରେ ଚାଷ କରୁଥିବା ବେଳେ ସୁବଳ ଓ ତାଙ୍କ ୩ ପୁଅ ମନୋଜ କୁମାର ସାହୁ, ଶଙ୍କର ସାହୁ, ସୁମନ୍ତ ସାହୁ ମିଶି ସଂଘବଦ୍ଧ ଭାବେ ଟାଙ୍ଗିଆ, କାତି, ହାମାର ସାହାଯ୍ୟରେ ଅତର୍କିତ ଆକ୍ରମଣ କରିଥିଲେ। ଫଳରେ ପଞ୍ଚୁଙ୍କ ପେଟ, ଗୋଡ଼ ଏବଂ ମୁହଁରେ ଗଭୀର ଆଘାତ ଲାଗିଥିଲା। ପରେ ଆକ୍ରମଣକାରୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପୋଲସରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପଞ୍ଚୁଙ୍କୁ ଉଦ୍ଧାର କରି ଏକ ଅଟୋରେ ମେଡ଼ିକାଲରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଇନ୍ସପେକ୍ଟର କୃଷ୍ଣ ସାହା ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ମେଡ଼ିକାଲକୁ ପଠାଇଥିଲେ। ଏନେଇ ପଞ୍ଚୁଙ୍କ ପୁଅ ପିଣ୍ଟୁ ସାହୁ ପୋଲସରା ଥାନାରେ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ ମାମଲା( ନଂ. ୩୧୩/୨୨) ରୁଜୁ କରି ତଦନ୍ତ କରୁଥିବା ଥାନା ଅଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri