ଗୁଣି ସନ୍ଦେହରେ ପଡ଼ୋଶୀ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଅଟକ

ରାୟଗଡ଼ା ଅଫିସ,୬ା୯: ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏବେ ବି ଲୋକଙ୍କ ମନରୁ ଅନ୍ଧବିଶ୍ୱାସ ଦୂର ହୋଇପାରିନାହିଁ । ଗ୍ରାମାଞ୍ଚଳ ଦୂରର କଥା ସହରୀ ଲୋକଙ୍କ ମାନସିକତାରେ ପରିବର୍ତ୍ତନ ଆସିନାହିଁ। ରାୟଗଡ଼ା ସହର କୋଇଲାପଡ଼ା ଅଞ୍ଚଳରେ ସୋମବାର ମଧ୍ୟାହ୍ନରେ ଜଣେ ମହିଳାଙ୍କୁ ଗୁଣି ସନ୍ଦେହରେ ହତ୍ୟା କରାଯାଇଛି। ଏହି ଘଟଣାରେ ରାୟଗଡ଼ା ଟାଉନ୍‌ ଥାନା ପୋଲିସ ପଡ଼ୋଶୀ ଯୁବକ ରାଜେଶ କୁଲେସିକାଙ୍କୁ ରଖି ପଚରାଉଚରା କରୁଛି। ସୂଚନା ଅନୁଯାୟୀ, କୋଇଲାପଡ଼ାରେ ରହୁଥିବା ଚନ୍ଦ୍ରମା ବିଭାର(୫୦) ସାହି ଲୋକଙ୍କୁ ଗୁଣିଗାରେଡ଼ି କରୁଥିବା ନେଇ ପଡ଼ୋଶୀ ରାଜେଶ କୁଲେସିକା ଦୀର୍ଘଦିନ ଧରି ସନ୍ଦେହକରି ଆସୁଥିଲେ। ଏହାକୁ ନେଇ ଉଭୟ ପରିବାର ମଧ୍ୟରେ ଅଶାନ୍ତି ଲାଗି ରହିଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ରାଜେଶ ସୋମବାର ଚନ୍ଦ୍ରମାଙ୍କ ଘରେ ପଶି ଟାଙ୍ଗିଆରେ ତାଙ୍କ ବେକକୁ ଆକ୍ରମଣ କରିଥିଲେ। ଏଥିରେ ଚନ୍ଦ୍ରମାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ହତ୍ୟାକାଣ୍ଡ ପରେ ରାଜେଶ ବାହାରକୁ ଆସି ସାହି ଲୋକଙ୍କୁ ଭୟଭୀତ କରିଥିଲେ। ଚନ୍ଦ୍ରମା ଗୁଣିକରି ସାହି ଲୋକଙ୍କୁ ଅସୁସ୍ଥ କରୁଥିବା ରାଜେଶ ସାହି ଲୋକଙ୍କୁ କହିଥିଲେ। ଖବର ପାଇ ରାୟଗଡ଼ା ଟାଉନ ଥାନା ଅଧିକାରୀ ରଶ୍ମିରଞ୍ଜନ ପ୍ରଧାନ, ଏସ୍‌ପି ବିବେକାନନ୍ଦ ଶର୍ମା ଏବଂ ଟାଉନ ଏସ୍‌ଡିପିଓ ଦେବଜ୍ୟୋତି ଦାସ ପହଞ୍ଚି ଘଟଣାର ତଦନ୍ତ କରିଛନ୍ତି। ଚନ୍ଦ୍ରମାଙ୍କ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ହତ୍ୟାରେ ବ୍ୟବହୃତ ଟାଙ୍ଗିଆ ମଧ୍ୟ ଜବତ କରାଯାଇଛି। ଗୁଣି ସନ୍ଦେହରେ ମା’ଙ୍କୁ ହତ୍ୟା କରାଯାଇଛି ବୋଲି ଚନ୍ଦ୍ରମାଙ୍କ ପୁଅ ଅବିନାଶ ଅଭିଯୋଗ କରିଛନ୍ତି। ଘରେ ଚନ୍ଦ୍ରମା ଏକା ଥିବାର ସୁଯୋଗ ନେଇ ରାଜେଶ ହତ୍ୟାକାଣ୍ଡ ଘଟାଇଥିବା ସେ କହିଛନ୍ତି। ତେବେ ରାଜେଶ ଗୁଣିଗାରେଡ଼ି ସନ୍ଦେହରେ କିମ୍ବା ଅନ୍ୟ କାରଣରୁ ହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇ ନ ଥିବା ଥାନା ଅଧିକାରୀ କହିଛନ୍ତି। ହତ୍ୟାକାଣ୍ଡ ଘଟାଇବା ପରେ ଅଭିଯୁକ୍ତର ମାନସିକ ସ୍ଥିତି ଭଲ ନ ଥିବାରୁ ସେ ଘଟଣା ବିଷୟରେ ଠିକ୍‌ରେ ସୂଚନା ଦେଇନାହାନ୍ତି। ତେଣୁ ଅଧିକ ପଚରାଉଚରା କରାଯାଉଥିବା ସେ କହିଛନ୍ତି। ଏ ନେଇ ଟାଉନ ଥାନାରେ ୨୧୫/୨୨ ରେ ଏକ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri