Posted inଜାତୀୟ

ପ୍ରତ୍ୟେକ ବ୍ୟକ୍ତିଙ୍କୁ ସୁରକ୍ଷା ଯୋଗାଇ ପାରିବନି ପୋଲିସ କି ସେନା: ଖଟ୍ଟର

ଚଣ୍ଡିଗଡ,୨।୮: ହରିୟାଣା ନୁହ ହିଂସା ମଧ୍ୟରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ବୁଧବାର ନିଜ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ସରକାର, ପୋଲିସ କିମ୍ବା ସେନା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସୁରକ୍ଷା ଯୋଗାଇ ପାରିବେ ନାହିଁ। ପ୍ରତ୍ୟେକ ବ୍ୟକ୍ତିଙ୍କୁ ସୁରକ୍ଷା ଦେଇ ପାରିବେ ନାହିଁ। ଏଥିପାଇଁ ଆମକୁ ପରିବେଶର ଉନ୍ନତି କରିବାକୁ ପଡିବ। ସାମାଜିକ ସମନ୍ବୟ ସ୍ଥିର କରିବାକୁ ହେବ।
ସାମ୍ପ୍ରଦାୟିକ ହିଂସା ବର୍ତ୍ତମାନ ପର୍ଯ୍ୟନ୍ତ ହିଂସାରେ ୬ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୧୬ ଜଣଙ୍କୁ ଗିରଫ କରାଯାଥିବା ବୁଧବାର ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କହିଛନ୍ତି। ମୃତକଙ୍କ ମଧ୍ୟରେ ୨ଜଣ ହୋମଗାର୍ଡ ଏବଂ ୪ ଜଣ ସାଧାରଣ ନାଗରିକ ଅଛନ୍ତି। ରାଜ୍ୟରେ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ ବୃଦ୍ଧି କରାଯାଇଛି ଏବଂ ପୋଲିସ ସହିତ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମଧ୍ୟ ନିୟୋଜିତ କରାଯାଇଛି। ବିଭିନ୍ନ ଜିଲାରେ ୩୦ଟି ପୋଲିସ ଏବଂ କେନ୍ଦ୍ରୀୟ ସୁରକ୍ଷା ବଳର ୨୦ଟି ଟିମ୍‌ ନିୟୋଜିତ ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। କେନ୍ଦ୍ରୀୟ ସୁରକ୍ଷା ବଳର ୨୦ଟି ଟିମ ମଧ୍ୟରୁ ୩ଟି ପାଲୱାଲରେ, ୨ଟି ଗୁରୁଗ୍ରାମରେ, ଗୋଟିଏ ଫରିଦାବାଦରେ ଏବଂ ୧୪ଟି ନୁହରେ ନିୟୋଜିତ ହୋଇଛନ୍ତି।
ସୂଚନାଯୋଗ୍ୟ, ହରିୟାଣାର ନୁହ ଜିଲା ନନ୍ଦ ଗାଁ ନିକଟରେ ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ ବ୍ରଜମଣ୍ଡଳ ଜଳାଭିଷେକ ଯାତ୍ରା କରାଯାଉଥିବାବେଳେ ଗୁରୁଗ୍ରାମ-ଅଲଓ୍ବାର ଜାତୀୟ ରାଜପଥରେ ଗୋଟିଏ ଗୋଷ୍ଠୀ ଏହାକୁ ଅଟକାଇବା ସହ ଶୋଭାଯାତ୍ରା ଉପରକୁ ଟେକାମାଡ଼ କରିଥିଲା। ଉତ୍ତେଜନା ବଢ଼ିବା ସହ ସରକାରୀ ଓ ଘରୋଇ ଗାଡ଼ିଗୁଡ଼ିକୁ ଟାର୍ଗେଟ କରାଯିବା ସହ କେତେକରେ ନିଆଁ ଲଗାଇଦିଆଯାଇଥିଲା। ଉତ୍ତ୍ୟକ୍ତ ଲୋକଙ୍କ ଗୁଳିରେ ୨ଜଣ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବାବେଳେ ହିଂସା ରୋକିବା ପାଇଁ ନିୟୋଜିତ ଥିବା ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ହିଂସାରେ ବର୍ତ୍ତମାନ ପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ଘଟିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri