Posted inଜାତୀୟ

ପ୍ରତ୍ୟେକ ବ୍ୟକ୍ତିଙ୍କୁ ସୁରକ୍ଷା ଯୋଗାଇ ପାରିବନି ପୋଲିସ କି ସେନା: ଖଟ୍ଟର

ଚଣ୍ଡିଗଡ,୨।୮: ହରିୟାଣା ନୁହ ହିଂସା ମଧ୍ୟରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ବୁଧବାର ନିଜ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ସରକାର, ପୋଲିସ କିମ୍ବା ସେନା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସୁରକ୍ଷା ଯୋଗାଇ ପାରିବେ ନାହିଁ। ପ୍ରତ୍ୟେକ ବ୍ୟକ୍ତିଙ୍କୁ ସୁରକ୍ଷା ଦେଇ ପାରିବେ ନାହିଁ। ଏଥିପାଇଁ ଆମକୁ ପରିବେଶର ଉନ୍ନତି କରିବାକୁ ପଡିବ। ସାମାଜିକ ସମନ୍ବୟ ସ୍ଥିର କରିବାକୁ ହେବ।
ସାମ୍ପ୍ରଦାୟିକ ହିଂସା ବର୍ତ୍ତମାନ ପର୍ଯ୍ୟନ୍ତ ହିଂସାରେ ୬ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୧୬ ଜଣଙ୍କୁ ଗିରଫ କରାଯାଥିବା ବୁଧବାର ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କହିଛନ୍ତି। ମୃତକଙ୍କ ମଧ୍ୟରେ ୨ଜଣ ହୋମଗାର୍ଡ ଏବଂ ୪ ଜଣ ସାଧାରଣ ନାଗରିକ ଅଛନ୍ତି। ରାଜ୍ୟରେ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ ବୃଦ୍ଧି କରାଯାଇଛି ଏବଂ ପୋଲିସ ସହିତ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମଧ୍ୟ ନିୟୋଜିତ କରାଯାଇଛି। ବିଭିନ୍ନ ଜିଲାରେ ୩୦ଟି ପୋଲିସ ଏବଂ କେନ୍ଦ୍ରୀୟ ସୁରକ୍ଷା ବଳର ୨୦ଟି ଟିମ୍‌ ନିୟୋଜିତ ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। କେନ୍ଦ୍ରୀୟ ସୁରକ୍ଷା ବଳର ୨୦ଟି ଟିମ ମଧ୍ୟରୁ ୩ଟି ପାଲୱାଲରେ, ୨ଟି ଗୁରୁଗ୍ରାମରେ, ଗୋଟିଏ ଫରିଦାବାଦରେ ଏବଂ ୧୪ଟି ନୁହରେ ନିୟୋଜିତ ହୋଇଛନ୍ତି।
ସୂଚନାଯୋଗ୍ୟ, ହରିୟାଣାର ନୁହ ଜିଲା ନନ୍ଦ ଗାଁ ନିକଟରେ ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ ବ୍ରଜମଣ୍ଡଳ ଜଳାଭିଷେକ ଯାତ୍ରା କରାଯାଉଥିବାବେଳେ ଗୁରୁଗ୍ରାମ-ଅଲଓ୍ବାର ଜାତୀୟ ରାଜପଥରେ ଗୋଟିଏ ଗୋଷ୍ଠୀ ଏହାକୁ ଅଟକାଇବା ସହ ଶୋଭାଯାତ୍ରା ଉପରକୁ ଟେକାମାଡ଼ କରିଥିଲା। ଉତ୍ତେଜନା ବଢ଼ିବା ସହ ସରକାରୀ ଓ ଘରୋଇ ଗାଡ଼ିଗୁଡ଼ିକୁ ଟାର୍ଗେଟ କରାଯିବା ସହ କେତେକରେ ନିଆଁ ଲଗାଇଦିଆଯାଇଥିଲା। ଉତ୍ତ୍ୟକ୍ତ ଲୋକଙ୍କ ଗୁଳିରେ ୨ଜଣ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବାବେଳେ ହିଂସା ରୋକିବା ପାଇଁ ନିୟୋଜିତ ଥିବା ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ହିଂସାରେ ବର୍ତ୍ତମାନ ପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ଘଟିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?