ବୋରିଗୁମ୍ମା ବ୍ଳକରେ ବଢୁଛି ନବଜାତ ଶିଶୁ ମୃତ୍ୟୁ

ବୋରିଗୁମା,୧୫ା୧୨(ଡି.ଏନ.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକରେ ନବଜାତ ଶିଶୁ ମୃତ୍ୟୁ ଘଟଣା ଦିନକୁ ଦିନ ବଢିବାରେ ଲାଗିଛି। ମାତୃ ଏବଂ ନବଜାତ ଜନ୍ମିତ ଶିଶୁ ଉପଯୁକ୍ତ ସେବା ନ ପାଇ ସେମାନଙ୍କ ମୃତ୍ୟୁ ଘଟୁଥିବା କୁହାଯାଉଛି। ସ୍ବାସ୍ଥ୍ୟ ବିଭାଗର ସଚେତନତା ଅଭାବ ଏବଂ ଖାମଖିଆଲି ମନୋଭାବ ଯୋଗୁ ନବଜାତ ଶିଶୁଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହେଉଛି। ଗତ ୧୫ ଦିନରେ ୫ ଜଣ ଶିଶୁଙ୍କ ଜୀବନ ଯାଇଥିବା ବେଳେ ବୁଧବାର ପୁଣି ଏକ ୧୪ ଦିନର ଶିଶୁପୁତ୍ରର ମୃତ୍ୟୁ ହୋଇଛି।

ଖବରରୁ ଜଣାପଡିଛି, ବୋରିଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା କୋଟପାଡ଼ -ପାଣ୍ଡସଗୁଡା ପଞ୍ଚାୟତର ରେଙ୍ଗାଲଗୁଡା, ବଳିଗୁଡା ଗ୍ରାମରେ ଏକ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ଶିଶୁଟି ଗ୍ରାମର ଇନ୍ଦ୍ର ମୁଦୁଲି ଓ ସ୍ତ୍ରୀ ରଇବାରି ମୁଦୁଲିଙ୍କର ବୋଲି ଜଣାପଡିଛି। ଗତ ୧ ତାରିଖରେ ବୋରିଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏହି ଦମ୍ପତିଙ୍କ ଶିଶୁପୁତ୍ର ଜନ୍ମ ହୋଇଥିଲା। ଜନ୍ମ ବେଳେ ଶିଶୁପୁତ୍ରର ଓଜନ ୨ କେଜି ୫୦୦ ଗ୍ରାମ ଥିଲା। ତା’ପରଦିନ ୨ ତାରିଖରେ ରଇବାରୀଙ୍କୁ ମେଡ଼ିକାଲରୁ ଡିସଚାର୍ଜ କରାଯାଇଥିଲା। ସେତେବେଳେ ତାଙ୍କ ଜନ୍ମିତ ଶିଶୁପୁତ୍ରର ସ୍ବାସ୍ଥ୍ୟବସ୍ଥା ଠିକ ଥିଲା। ତେବେ ମଙ୍ଗଳବାର ରାତିରେ ଶିଶୁଟିର ସ୍ବାସ୍ଥ୍ୟବସ୍ଥା ବିଗିଡି ଯାଇଥିଲା। ମେଡିକାଲ ନେବାକୁ ପରିବାର ଲୋକେ ଗାଡି ଯୋଗାଡ କରୁଥିବା ବେଳେ ଶିଶୁଟିର ମୃତ୍ୟୁ ହୋଇଥିଲା। ପରେ ମାଆବାପା ମୃତଦେହକୁ ନିଜ ଅଗଣାରେ ପୋତି ଦେଇଥିଲେ। ଶିଶୁପୁତ୍ରକୁ ଘରକୁ ଆଣିବା ଦିନଠାରୁ କେହି ସ୍ବାସ୍ଥ୍ୟ କର୍ମଚାରୀ ବୁଝିବାକୁ ଆସି ନ ଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ତେବେ ବ୍ଲକରେ ୧୫ ଦିନ ମଧ୍ୟରେ ୬ ଜଣ ନବଜାତ ଶିଶୁଙ୍କ ଜୀବନହାନି ଘଟିବା ବ୍ଲକର ସ୍ବାସ୍ଥ୍ୟସେବା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଭାଗ ପକ୍ଷରୁ ଏକ ଟିମ୍‌ ଗଠିତ ହୋଇ ତଦନ୍ତ ଆରମ୍ଭ ହୋଇଥିଲେ ମଧ୍ୟ ଏପଯ୍ୟନ୍ତ ଠିକ କାରଣ ଜଣାପଡିନାହିଁ। ଏହା ପୂର୍ବରୁ ନୂଆଗୁଡା ଗ୍ରାମର ୩ ଜଣ, ନାରୀଗାଁର ଜଣେ, ବୋରିଗୁମାର ଜଣେ ଶିଶୁଙ୍କ ମୃତ୍ୟୁ ହୋଇଛି। କୌଣସି ଶିଶୁଙ୍କ ମୃତ୍ୟୁର ପ୍ରକୃତ କାରଣ ଏଯାଏ ଜଣାପଡିନି। ବିଭାଗ ମଧ୍ୟ କୌଣସି ଆଖିଦୃଷ୍ଟିଆ ପଦକ୍ଷେପ ଗ୍ରହଣ କରିନି। ଗ୍ରାମାଞ୍ଚଳରେ କାର୍ଯ୍ୟରତ ସ୍ବାସ୍ଥ୍ୟ କର୍ମୀମାନେ ମଧ୍ୟ କ୍ଷେତ୍ର ପରିଦର୍ଶନ କରୁନାହାନ୍ତି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳ ଆଡ଼କୁ ମାଡିଆସୁଛି ଗଭୀର ଅବପାତ: IMDର ବଡ଼ ସୂଚନା, ଆଜି ରାତି ସୁଦ୍ଧା…

ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଡିପ ଡିପ୍ରେସନରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?