ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି- ୨୦୨୦: ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ବୟସ ଏତିକି ହେବା ଜରୁରୀ

ଭୁବନେଶ୍ୱର,୨୦।୧: ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ପାଇଁ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରି, ରାଜ୍ୟ ସରକାର ପ୍ରଥମ ଶ୍ରେଣୀରୁ ୬ ବର୍ଷରୁ ଅଧିକ ବୟସ ହେଲେ ନାମଲେଖାଇବା ନିୟମକୁ ଦେଇ କୁ ସଂଶୋଧିତ କରିଛନ୍ତି। ସରକାରଙ୍କ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି ଯେ ସମ୍ପୃକ୍ତ ଶିକ୍ଷାବର୍ଷର ସେପ୍ଟେମ୍ବର 1 ତାରିଖ ସୁଦ୍ଧା ୬ ରୁ ଅଧିକ ବର୍ଷ ବୟସ ପ୍ରାପ୍ତ କରିଥିବା ପିଲାମାନେ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ଯୋଗ୍ୟ ହେବେ।

ରାଜ୍ୟ ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ କୁ ପର୍ଯ୍ୟାୟକ୍ରମେ କାର୍ଯ୍ୟକାରୀ କରିବାକୁ ଯୋଜନା କରିଛନ୍ତି । କାର୍ଯ୍ୟକାରିତାର ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଜାତୀୟ ଶିକ୍ଷା ନୀତି କାର୍ଯ୍ୟକାରୀ କରିବା ଏବଂ ସ୍ଥାନୀୟ ପ୍ରସଙ୍ଗୀକରଣ ସହିତ ଜାତୀୟ ପାଠ୍ୟକ୍ରମ ରୂପରେଖ ଢାଞ୍ଚାରେ ରାଜ୍ୟ ପାଠ୍ୟକ୍ରମ ରୂପରେଖକୁ ପ୍ରସ୍ତୁତ କରିବା ନେଇ ଚଳିତ ମାସର ଆରମ୍ଭରେ ବିଜ୍ଞପ୍ତି ସଂଖ୍ୟା ୧୨୩୪ ୟବଗ୍ଧରୟ ୧୫.୦୧.୨୦୨୪ ମାଧ୍ୟମରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଘୋଷଣା କରିଥିଲା ।

ନୀତି କାର୍ଯ୍ୟାନ୍ୱୟନ ପାଇଁ ରାଜ୍ୟର ପ୍ରାରମ୍ଭିକ ପଦକ୍ଷେପର ଏକ ଅଂଶ ଭାବରେ, ମୌଳିକ ସାକ୍ଷରତା ଏବଂ ସଂଖ୍ୟାଜ୍ଞାନକୁ ପ୍ରାଧାନ୍ୟ ଦେଇ ଜାତୀୟ ନୀତି ନିର୍ଦ୍ଦେଶାବଳୀ ସହିତ ସମନ୍ୱୟ ରଖି ସେପ୍ଟେମ୍ବର ୨୦୨୪ ରେ ନିପୁଣ ଓଡ଼ିଶା ଯୋଜନା ଆରମ୍ଭ କରାଯାଇଥିଲା । ଏଥିସହିତ ରାଜ୍ୟ ସରକାର ପିଏମ୍ ଶ୍ରୀ ଯୋଜନାକୁ କାର୍ଯ୍ୟକାରୀ କରି ରାଜ୍ୟର ବିଦ୍ୟାଳୟଗୁଡ଼ିକୁ ଜାତୀୟ ଶିକ୍ଷା ନୀତି କାର୍ଯ୍ୟାନ୍ୱୟନ ପାଇଁ ଆଦର୍ଶ ବିଦ୍ୟାଳୟ ଭାବେ ଉନ୍ନୀତ କରୁଛନ୍ତି । ସମ୍ପୃକ୍ତ ଶିକ୍ଷାବର୍ଷ ସେପ୍ଟେମ୍ବର ୧ ରୁ ପ୍ରଥମ ଶ୍ରେଣୀ ପାଇଁ ନାମଲେଖା ବୟସକୁ ସଂଶୋଧିତ କରି ୬ ବର୍ଷ ଓ ଉର୍ଦ୍ଧ୍ବ ବୟସ କରାଯାଇଛି ଏବଂ ଜାତୀୟ ଶିକ୍ଷା ନୀତି ୨୦୨୦ ର ପରିକଳ୍ପନା ଅନୁଯାୟୀ, ୫ ବର୍ଷ ଓ ଉର୍ଦ୍ଧ୍ବ ବୟସର ପିଲାମାନଙ୍କ ପାଇଁ ପ୍ରାକ୍-ବିଦ୍ୟାଳୟ ଶିକ୍ଷା ନିମନ୍ତେ ସମସ୍ତ ପ୍ରାଥମିକ ବିଦ୍ୟାଳୟରେ “ଶିଶୁ ବାଟିକା” ଖୋଲିବା ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ସଂଖ୍ୟା ୧୭୫୩ ୟବଗ୍ଧରୟ ୨୦.୦୧.୨୦୨୫ ରେ ଘୋଷଣା କରାଯାଇଛି ।

୨୦୨୫-୨୬ ଶିକ୍ଷାବର୍ଷରୁ ପର୍ଯ୍ୟାୟକ୍ରମେ ରାଜ୍ୟ ପାଠ୍ୟକ୍ରମ ରୂପରେଖର ସଂଶୋଧନ ଆରମ୍ଭ କରାଯିବ, ପ୍ରଥମ ପର୍ଯ୍ୟାୟରେ ଜାତୀୟ ପାଠ୍ୟକ୍ରମ ରୂପରେଖ ଢାଞ୍ଚାରେ ରାଜ୍ୟ ପ୍ରସଙ୍ଗୀକରଣ ସହିତ ପ୍ରାରମ୍ଭିକ ପର୍ଯ୍ୟାୟକୁ ( Preparatory Stage) ଗ୍ରହଣ କରାଯିବ । ଜାତୀୟ ଶିକ୍ଷା ନୀତି ୨୦୨୦ ଅନୁସାରେ, ଶିଶୁର ପ୍ରଥମ ୧୫ ବର୍ଷ ଶିକ୍ଷା ( ୩-୧୮ ବର୍ଷ ବୟସ) ପର୍ଯ୍ୟାୟକ୍ରମେ ୫+୩+୩+୪ ଭିତ୍ତିରେ ପରିବର୍ତ୍ତନ କରାଯିବ । ପ୍ରାରମ୍ଭିକ ପର୍ଯ୍ୟାୟ (Foundational Stage) (ଦୁଇ ଭାଗରେ, ଅର୍ଥାତ୍ ୩ ବର୍ଷ ଅଙ୍ଗନବାଡି, ୨ ବର୍ଷ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଓ ଦ୍ବିତୀୟ ଶ୍ରେଣୀ, ବୟସ ୩ ବର୍ଷରୁ ୮ ବର୍ଷ ), ପ୍ରସ୍ତୁତି ପର୍ଯ୍ୟାୟ (Preparatory Stage) (ତିନି ବର୍ଷ ଅର୍ଥାତ୍ ତୃତୀୟ ଶ୍ରେଣୀରୁ ପଞ୍ଚମ ଶ୍ରେଣୀ, ବୟସ ୮ ବର୍ଷରୁ ୧୧ ବର୍ଷ), ମଧ୍ୟ ପର୍ଯ୍ୟାୟ (Middle Stage) ( ତିନି ବର୍ଷ ଅର୍ଥାତ୍ ଷଷ୍ଠରୁ ଅଷ୍ଟମ ଶ୍ରେଣୀ, ବୟସ ୧୧ ବର୍ଷରୁ ୧୪ ବର୍ଷ), ମାଧ୍ୟମିକ ପର୍ଯ୍ୟାୟ (Secondary Stage) ( ଚାରି ବର୍ଷ ଅର୍ଥାତ୍ ନବମ ଶ୍ରେଣୀରୁ ଦ୍ବାଦଶ ଶ୍ରେଣୀ, ବୟସ ୧୪ ବର୍ଷରୁ ୧୮ ବର୍ଷ ) । ନୀତି କାର୍ଯ୍ୟାନ୍ୱୟନର ପ୍ରଥମ ଭାଗରେ ଶିକ୍ଷାର ପ୍ରାରମ୍ଭିକ ପର୍ଯ୍ୟାୟ (Preparatory Stage) ପରିବର୍ତ୍ତନ ଉପରେ ରାଜ୍ୟ ଧ୍ୟାନ ଦେବ ଏବଂ ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରସ୍ତୁତି, ମଧ୍ୟ ଏବଂ ଦ୍ୱିତୀୟ ପର୍ଯ୍ୟାୟ ପାଇଁ କାର୍ଯ୍ୟାନ୍ୱୟନ ଆରମ୍ଭ କରାଯିବ ।

ପୂର୍ବରୁ ଓଡ଼ିଶା ସରକାର ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ ଗଠନ କରିଥିଲେ । ଏହି ଟାସ୍କ ଫୋର୍ସ ରାଜ୍ୟରେ ଜାତୀୟ ଶିକ୍ଷା ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ପଦକ୍ଷେପ ନିଆଯିବା ପାଇଁ ପରାମର୍ଶ ଦେଇଥିଲା । ବର୍ତ୍ତମାନ ଭୋପାଳର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ନିତ୍ୟାନନ୍ଦ ପ୍ରଧାନଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଷ୍ଟିୟରିଂ କମିଟି ଗଠନ କରାଯାଇଛି । ଏହି ଷ୍ଟିୟରିଂ କମିଟି ସ୍ଥାନୀୟ ପରିପ୍ରେକ୍ଷୀରେ ଜାତୀୟ ପାଠ୍ୟକ୍ରମ ରୂପରେଖ (National Curriculum Frameworks) ଅନୁସାରେ ରାଜ୍ୟ ପାଠ୍ୟକ୍ରମ ରୂପରେଖ ( State Curriculum Frameworks) ପ୍ରସ୍ତୁତ କରିବ ।

ରାଜ୍ୟରେ ଜାତୀୟ ଶିକ୍ଷା ନୀତିର କାର୍ୟ୍ୟକାରିତାକୁ ସୁଗମ କରିବା ପାଇଁ, ଓଡ଼ିଶାରେ ଏକ ତିନି ଦିନିଆ ଜାତୀୟ କର୍ମଶାଳା ଜାନୁଆରୀ ୨୧ ରୁ ୨୩ ତାରିଖ ପର୍ୟ୍ୟନ୍ତ ଆୟୋଜନ କରାଯାଉଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଏବଂ ମାନ୍ୟବର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଏହି କର୍ମଶାଳାର ଉଦଘାଟନ କରାଯିବ । ଏହି କର୍ମଶାଳା ରାଜ୍ୟର ଶିକ୍ଷା ଗୋଷ୍ଠୀଙ୍କୁ ସଚେତନ କରିବ ଏବଂ ଓଡ଼ିଶାରେ ଜାତୀୟ ଶିକ୍ଷା ନୀତିର ପର୍ୟ୍ୟାୟକ୍ରମେ କାର୍ୟ୍ୟକାରିତା ପାଇଁ ଏକ ରୋଡମ୍ୟାପ୍ ପ୍ରସ୍ତୁତ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୧।୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?