ଭାରତକୁ ଚାଉଳ-ଚିନି ମାଗିଲା ନେପାଳ…

କାଠମାଣ୍ଡୁ,୧୭।୮ : ଆଗାମୀ ପାର୍ବଣ ଋତୁରେ ଖାଦ୍ୟ ସାମଗ୍ରୀର ଅଭାବର ମୁକାବିଲା ପାଇଁ ସତର୍କତାମୂଳକ ପଦକ୍ଷେପ ଭାବରେ ନେପାଳ ସରକାର ଧାନ, ଚାଉଳ ଏବଂ ଚିନି ଯୋଗାଣକୁ ସହଜ କରିବାକୁ ଭାରତକୁ ଅନୁରୋଧ କରିଛନ୍ତି। ବାଣିଜ୍ୟ ଓ ଯୋଗାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ ରାମ ଚନ୍ଦ୍ର ତିୱାରୀ କହିଛନ୍ତି ଗତ ସପ୍ତାହରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ମାଧ୍ୟମରେ ଭାରତୀୟ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିଲା। ସେ କହିଛନ୍ତି ନେପାଳ ଭାରତକୁ ଏକ ୧୦ ଲକ୍ଷ ଟନ ଧାନ, ଏକ ଲକ୍ଷ ଟନ ଚାଉଳ ଏବଂ ୫୦ ହଜାର ଟନ ଚିନି ଯୋଗାଇବାକୁ ଅନୁରୋଧ କରିଛି।

ବଜାରରେ ବର୍ତ୍ତମାନ ଚାଉଳ ଏବଂ ଚିନିର ଅଭାବ ନ ଥିବାବେଳେ ଅନ୍ତର୍ଜାତୀୟ ବଜାରରେ ଅଣ-ବାସୁମତୀ ଧଳା ଚାଉଳ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇବାକୁ ଭାରତ ନିଷ୍ପତ୍ତି ନେବା ପରେ ସମ୍ଭାବ୍ୟ ଅଭାବ ସମ୍ପର୍କରେ ଚର୍ଚ୍ଚା ହେଉଛି। ତିୱାରୀ କହିଛନ୍ତି ତେଣୁ ସତର୍କତା ଅବଲମ୍ବନ କରି ନେପାଳ ସରକାର ଭାରତକୁ ଏହି ଖାଦ୍ୟ ସାମଗ୍ରୀ ଯୋଗାଇବାକୁ କହିଛନ୍ତି।

ମାର୍କେଟ ବିଶ୍ଳେଷକମାନେ କହିଛନ୍ତି ପାର୍ବଣ ଋତୁରେ ନେପାଳୀ ବ୍ୟବସାୟୀମାନେ ଏହି ସାମଗ୍ରୀଗୁଡିକ ମହଜୁଦ କରି ରଖି ଏହାର ମିଥ୍ୟା ସଙ୍କଟ ସୃଷ୍ଟି କରିବାର ଆଶଙ୍କା ରହିଛି। ଫଳରେ ଏସବୁର ମୂଲ୍ୟ ବୃଦ୍ଧି ହୋଇପାରେ। ତେଣୁ ଆଗାମୀ ସ୍ଥିତିକୁ ଦୃଷ୍ଟିରେ ରଖି ନେପାଳ ସରକାର ଭାରତରୁ ଆମଦାନି ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri