ଭାରତକୁ ଚାଉଳ-ଚିନି ମାଗିଲା ନେପାଳ…

କାଠମାଣ୍ଡୁ,୧୭।୮ : ଆଗାମୀ ପାର୍ବଣ ଋତୁରେ ଖାଦ୍ୟ ସାମଗ୍ରୀର ଅଭାବର ମୁକାବିଲା ପାଇଁ ସତର୍କତାମୂଳକ ପଦକ୍ଷେପ ଭାବରେ ନେପାଳ ସରକାର ଧାନ, ଚାଉଳ ଏବଂ ଚିନି ଯୋଗାଣକୁ ସହଜ କରିବାକୁ ଭାରତକୁ ଅନୁରୋଧ କରିଛନ୍ତି। ବାଣିଜ୍ୟ ଓ ଯୋଗାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ ରାମ ଚନ୍ଦ୍ର ତିୱାରୀ କହିଛନ୍ତି ଗତ ସପ୍ତାହରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ମାଧ୍ୟମରେ ଭାରତୀୟ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିଲା। ସେ କହିଛନ୍ତି ନେପାଳ ଭାରତକୁ ଏକ ୧୦ ଲକ୍ଷ ଟନ ଧାନ, ଏକ ଲକ୍ଷ ଟନ ଚାଉଳ ଏବଂ ୫୦ ହଜାର ଟନ ଚିନି ଯୋଗାଇବାକୁ ଅନୁରୋଧ କରିଛି।

ବଜାରରେ ବର୍ତ୍ତମାନ ଚାଉଳ ଏବଂ ଚିନିର ଅଭାବ ନ ଥିବାବେଳେ ଅନ୍ତର୍ଜାତୀୟ ବଜାରରେ ଅଣ-ବାସୁମତୀ ଧଳା ଚାଉଳ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇବାକୁ ଭାରତ ନିଷ୍ପତ୍ତି ନେବା ପରେ ସମ୍ଭାବ୍ୟ ଅଭାବ ସମ୍ପର୍କରେ ଚର୍ଚ୍ଚା ହେଉଛି। ତିୱାରୀ କହିଛନ୍ତି ତେଣୁ ସତର୍କତା ଅବଲମ୍ବନ କରି ନେପାଳ ସରକାର ଭାରତକୁ ଏହି ଖାଦ୍ୟ ସାମଗ୍ରୀ ଯୋଗାଇବାକୁ କହିଛନ୍ତି।

ମାର୍କେଟ ବିଶ୍ଳେଷକମାନେ କହିଛନ୍ତି ପାର୍ବଣ ଋତୁରେ ନେପାଳୀ ବ୍ୟବସାୟୀମାନେ ଏହି ସାମଗ୍ରୀଗୁଡିକ ମହଜୁଦ କରି ରଖି ଏହାର ମିଥ୍ୟା ସଙ୍କଟ ସୃଷ୍ଟି କରିବାର ଆଶଙ୍କା ରହିଛି। ଫଳରେ ଏସବୁର ମୂଲ୍ୟ ବୃଦ୍ଧି ହୋଇପାରେ। ତେଣୁ ଆଗାମୀ ସ୍ଥିତିକୁ ଦୃଷ୍ଟିରେ ରଖି ନେପାଳ ସରକାର ଭାରତରୁ ଆମଦାନି ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri