ବିଭାଜନ ମୁହାଁ ନେପାଳ କମ୍ୟୁନିଷ୍ଟ ପାର୍ଟି

କାଠମାଣ୍ଡୁ,୧୦ା୭(ପି.ଟି.):ନେପାଳର ଶାସକ ଦଳ କମ୍ୟୁନିଷ୍ଟ ପାର୍ଟି ବିଭାଜନ ଆଡ଼କୁ ମୁହାଁଉଛିି। ଦଳରେ ସୃଷ୍ଟ ମତଭେଦ ଦୂର ଲାଗି ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଏବଂ ନେପାଳ କମ୍ୟୁନିଷ୍ଟ ପାର୍ଟି (ଏନ୍‌ସିପି) କାର୍ଯ୍ୟକାରୀ ସଭାପତି ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ଙ୍କ ମଧ୍ୟରେ ସପ୍ତାହେ ମଧ୍ୟରେ ଅନେକ ଥର ବୈଠକ ବସିଲାଣି। କିନ୍ତୁ ଏଥିରେ କୌଣସି ସହମତି ହୋଇପାରୁନାହିଁ। ବୁଧବାର ଏନ୍‌ସିପିର ୪୫ ସଦସ୍ୟ ବିଶିଷ୍ଟ ଷ୍ଟାଣ୍ଡିଂ କମିଟି ବୈଠକ ବସିବାର ଥିଲା। ଏହାକୁ ଶୁକ୍ରବାରକୁ ଘୁଞ୍ଚାଇ ଦିଆଯାଇଛି। ଦୁଇ ନେତାଙ୍କୁ ଆଲୋଚନା ଲାଗି ଅଧିକ ସମୟ ଦେବା ପାଇଁ ଚତୁର୍ଥ ଥର ନିମନ୍ତେ ଷ୍ଟାଣ୍ଡିଂ କମିଟି ବୈଠକ ସ୍ଥଗିତ ରଖାଯାଇଛି। ଏହା ସତ୍ତ୍ୱେ ଆଲୋଚନାରେ ସହମତି ହୋଇପାରୁ ନ ଥିବାରୁ ଦଳ ବିଭାଜନ ହେବା ଆଶଙ୍କା ସୃଷ୍ଟି ହୋଇଛି। ଶୁକ୍ରବାର ଷ୍ଟାଣ୍ଡିଂ କମିଟି ବୈଠକରେ ୬୮ ବର୍ଷୀୟ ଓଲିଙ୍କ ରାଜନୈତିକ ଭବିଷ୍ୟତ ସମ୍ପର୍କରେ ନିଷ୍ପତ୍ତି ହେବା ଆଶା କରାଯାଉଛି। ଓଲିଙ୍କ ଗାଦି ରକ୍ଷା ପାଇଁ ଚାଇନା ରାଷ୍ଟ୍ରଦୂତ ହୋଉ ୟାନ୍‌କୁଇଙ୍କ ହସ୍ତକ୍ଷେପ ବୃଦ୍ଧି ପାଉଥିବା ଦେଖାଯାଇଛି। ଅନ୍ୟପକ୍ଷରେ ପ୍ରଚଣ୍ଡ ଗୋଷ୍ଠୀ ପ୍ରଧାନମନ୍ତ୍ରୀ ଓଲିଙ୍କ ଇସ୍ତଫା ଦାବିରେ ଅଟଳ ରହିଛନ୍ତି। ପ୍ରଚଣ୍ଡଙ୍କ ପଛରେ ବରିଷ୍ଠ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମାଧବ କୁମାର ନେପାଳ, ଝଲାନାଥ ଖାନଲଙ୍କର ସମର୍ଥନ ରହିଛି। କୋଭିଡ୍‌-୧୯ ମହାମାରୀ ପରିଚାଳନାରେ ସରକାରଙ୍କ ବିଫଳତାକୁ ନେଇ ପାର୍ଲାମେଣ୍ଟରେ ଆଲୋଚନା ହେବାର ଥିଲା, ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ବଜେଟ ଅଧିବେଶନକୁ ବନ୍ଦ କରିଦେବା ଲାଗି ଏକତରଫା ନିଷ୍ପତ୍ତି ନେବା ପରେ ଆରମ୍ଭ ହୋଇଥିଲା କ୍ଷମତା କନ୍ଦଳ। ଦଳର ପରାମର୍ଶ ନ ନେଇ ଓଲି ଏକତରଫା ନିଷ୍ପତ୍ତି ନେଉଥିବା ପ୍ରଚଣ୍ଡ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri