Posted inଖେଳ

ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହେଲା ଏହି କ୍ରିକେଟର୍‌ଙ୍କ ବାଇକ୍‌

ନୂଆଦିଲ୍ଲୀ, ୧୪।୯: ନେପାଳ କ୍ରିକେଟ୍‌ ଦଳର ବାମହାତୀ ଦ୍ରୁତ ବୋଲର୍‌ ଲଳିତ ଭଣ୍ଡାରୀ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇ ଗୁରୁତର ଆଘାତ ପାଇଛନ୍ତି। ରିପୋର୍ଟ ମୁତାବକ, ଲଳିତ ଭଣ୍ଡାରୀ ବାଇକ ଚଳାଇ ଯାଉଥିବାବେଳେ ଏକ ଟ୍ରକ୍‌ ସହ ମୁହଁାମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାଟି କାଞ୍ଚନପୁରର ଜାଲାରି ମାର୍କେଟ୍‌ ଅଞ୍ଚଳରେ ଘଟିଥିଲା। ଦୁର୍ଘଟଣା ପରେ ଗୁରୁତର ଆଘାତ ପାଇ ଚେତାଶୂନ୍ୟ ହରାଇଥିବା ଲଳିତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୨୪ ବର୍ଷୀୟ ଲଳିତଙ୍କ ବାମ ହାତ ଓ ଗୋଡ଼ରେ ଆଘାତ ଗୁରୁତର ଥିବା କୁହାଯାଉଛି। ତାଙ୍କ ହାତ ଓ ଗୋଡ଼ରେ ଅପରେଶନ କରାଯିବ ବୋଲି ଜଣାପଡ଼ିଛି। ଏହି ବାମହାତୀ ଦ୍ରୁତ ବୋଲର ନିକଟରେ ନେପାଳ ପକ୍ଷରୁ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ସେ ଜାତୀୟ ଦଳ ପକ୍ଷରୁ ଗୋଟିଏ ଏକଦିବସୀୟ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri