ନେପାଳ ବନ୍ୟା; ବାଲେନ ଶାହଙ୍କ ସହ କଥା ହେଲେ ମୋଦି, ସହାୟତା….

ନୂଆଦିଲ୍ଲୀ,୨୬।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି । ବନ୍ୟା ଯୋଗୁଁ ହୋଇଥିବା ଜୀବନହାନି ଓ କ୍ଷୟକ୍ଷତି ପାଇଁ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ନେପାଳବାସୀଙ୍କ ପ୍ରତି ଭାରତର ସମର୍ଥନ ଜଣାଇଛନ୍ତି।

ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଏହି କଠିନ ସମୟରେ ଭାରତ ନେପାଳବାସୀଙ୍କ ସହ ଦୃଢ଼ ଭାବେ ଠିଆ ହୋଇଛି । ବିପର୍ଯ୍ୟୟ ସମୟରେ ଦୁଇ ଦେଶ ମଧ୍ୟରେ ଥିବା ଘନିଷ୍ଠ ସମ୍ପର୍କ ଓ ପାରସ୍ପରିକ ସହଯୋଗକୁ ଆହୁରି ମଜବୁତ କରିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ନେପାଳରେ ଚାଲିଥିବା ଉଦ୍ଧାର ଓ ରିଲିଫ୍ କାର୍ଯ୍ୟରେ ଭାରତ ସମସ୍ତ ପ୍ରକାରର ମାନବୀୟ ସହାୟତା ଦେବାକୁ ପ୍ରସ୍ତୁତ ବୋଲି ମୋଦି ଆଶ୍ୱାସନ ଦେଇଛନ୍ତି । ଉଭୟ ଦେଶର ଟିମ୍‌ଗୁଡ଼ିକ ମିଳିତ ଭାବେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟରେ କାମ କରୁଥିବା କଥା ମଧ୍ୟ ସେ ଉଲ୍ଲେଖ କରିଛନ୍ତି।

ବନ୍ୟା ଯୋଗୁଁ ଅନେକ ଅଞ୍ଚଳରେ ସାଧାରଣ ଜୀବନ ପ୍ରଭାବିତ ହୋଇଥିବା ବେଳେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା, ଆବଶ୍ୟକ ସାମଗ୍ରୀ ପହଞ୍ଚାଇବା ଓ ରିଲିଫ୍ କାର୍ଯ୍ୟ ଜାରି ରଖିବା ଉପରେ ଗୁରୁତ୍ୱ ଦିଆଯାଉଛି।

କହିରଖୁଛୁ କି, ବନ୍ୟା ପରେ କାଠମାଣ୍ଡୁ ସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ ଜରୁରୀ ନଂ ଜାରି କରାଯାଇଛି ।ଭାରତୀୟଙ୍କ ସମ୍ପର୍କରେ ତଥ୍ୟ ଦେବା ପାଇଁ +977 985 131 6807, +977 970 910 7500 ନମ୍ବର ଜାରି କରାଯାଇଛି । ନେପାଳରେ ପ୍ରଳୟଙ୍କାରୀ ବନ୍ୟାକୁ ନେଇ ଉତ୍ତରପ୍ରଦେଶ ଏବଂ ବିହାରକୁ ଆଲର୍ଟ କରାଯାଇଛି । ନେପାଳ ବନ୍ୟାରେ ୧୦୫ ଭାରତୀୟ ନିଖୋଜ ସୂଚନା ରହିଛି । ପନ୍ଦରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି ଆକଳନ ହେଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?