ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର ଓ ଆବର୍ଜନା ତଳ ଅଞ୍ଚଳରେ ତାଣ୍ଡବ ରଚୁଥିବା ବେଳେ ପ୍ରାୟ ୩୫୦ ଜଣ ଏହି ସୁଡ଼ଙ୍ଗ ଭିତରେ ଆଶ୍ରୟ ନେଇ ନିଜ ଜୀବନ ବଞ୍ଚାଇଥିଲେ । ନେପାଳୀ ସେନା ଅତ୍ୟନ୍ତ ଚ୍ୟାଲେଞ୍ଜିଂ ପରିସ୍ଥିତିରେ ଅଭିଯାନ ଚଳାଇ ସେମାନଙ୍କୁ ସୁରକ୍ଷିତ ଭାବେ ବାହାର କରିଛି।

ଉଦ୍ଧାର ହୋଇଥିବା ଲୋକଙ୍କ ମଧ୍ୟରେ ଅନେକ ଭାରତୀୟ ନାଗରିକ ମଧ୍ୟ ଥିବା ସୂଚନା ମିଳିଛି। ତେବେ ସୁଡ଼ଙ୍ଗ ଭିତରେ ଏବଂ ଏହାର ଆଖପାଖରେ ଆହୁରି କିଛି ଲୋକ ଫସିଥିବା ଆଶଙ୍କା ରହିଛି। ସେମାନଙ୍କୁ ଖୋଜି ବାହାର କରିବା ପାଇଁ ଉଦ୍ଧାର ଅଭିଯାନ ଜାରି ରହିଛି। ରସୁୱା ଜିଲାରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଭୟଙ୍କର ହୋଇପଡ଼ିଥିଲା। ତୀବ୍ର ବେଗରେ ପାଣି ସହ ବଡ଼ ବଡ଼ ପଥର ଓ ଆବର୍ଜନା ଆସିବାରୁ ଖୋଲା ସ୍ଥାନରେ ରହିବା ବିପଦପୂର୍ଣ୍ଣ ହୋଇଥିଲା। ଏହି ସମୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ସୁଡ଼ଙ୍ଗ ଲୋକଙ୍କ ପାଇଁ ସୁରକ୍ଷିତ ଆଶ୍ରୟ ପାଲଟିଥିଲା।ସୁଡ଼ଙ୍ଗ ଭିତରେ ରହିବା ଯୋଗୁଁ ଶତାଧିକ ଶ୍ରମିକ ଓ ଅନ୍ୟ ଲୋକ ବନ୍ୟାର ସିଧାସଳଖ ପ୍ରଭାବରୁ ବଞ୍ଚିପାରିଥିଲେ।

କଠିନ ଭୌଗୋଳିକ ପରିସ୍ଥିତି, ପାଣି ଓ ଆବର୍ଜନା ମଧ୍ୟରେ ପ୍ରଶିକ୍ଷିତ ଯବାନମାନେ ଆଧୁନିକ ଉପକରଣର ସହାୟତାରେ ଅଭିଯାନ ଚଳାଇଥିଲେ । ଏପର୍ଯ୍ୟନ୍ତ ପ୍ରାୟ ୩୫୦ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ଉଦ୍ଧାର ଅଭିଯାନ ସତ୍ତ୍ୱେ ସୁଡ଼ଙ୍ଗ ଭିତରେ ଏବଂ ନିକଟବର୍ତ୍ତୀ ଅଞ୍ଚଳରେ ଆହୁରି କିଛି ଲୋକ ଫସିଥିବା ଆଶଙ୍କା କରାଯାଉଛି। ତେଣୁ ନେପାଳୀ ସେନାର ଟିମ୍‌ଗୁଡ଼ିକ ସୁଡ଼ଙ୍ଗର ପ୍ରତ୍ୟେକ ଅଂଶ ଓ ଆଖପାଖ ଅଞ୍ଚଳରେ ତଲାସୀ ଜାରି ରଖିଛନ୍ତି।

୨୬ ଅଗଷ୍ଟରେ ତିବ୍ବତ-ନେପାଳ ସୀମା ନିକଟରେ ହଠାତ୍ ଆସିଥିବା ଫ୍ଲାସ୍ ଫ୍ଲଡ୍‌ ପରେ ଏହି ସଙ୍କଟ ସୃଷ୍ଟି ହୋଇଥିଲା। ପ୍ରବଳ ବେଗରେ ଆସିଥିବା ପାଣି ଭୋଟେକୋଶୀ ଓ ତ୍ରିଶୂଳୀ ନଦୀ ପ୍ରଣାଳୀକୁ ପ୍ରଭାବିତ କରିଥିଲା। ପାଣି ସହ ବହୁ ପରିମାଣର ମାଟି ଓ ପଥର ଆସିବାରୁ ରସୁୱା ସମେତ ଅନେକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି।ବନ୍ୟା ପରେ ନେପାଳରେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଏବେ ବି ଜାରି ରହିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri