ନେପାଳ ସରକାରରେ ଫାଟ

କାଠମାଣ୍ଡୁ,୫।୨: ନେପାଳରେ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡଙ୍କ ନେତୃତ୍ୱରେ ଶାସକ ମିଳିତ ମେଣ୍ଟରେ ବିବାଦ ବୃଦ୍ଧି ପାଇଛି। ରବିବାର ରାଷ୍ଟ୍ରିୟ ସ୍ବତନ୍ତ୍ର ପାର୍ଟି (ଆରଏସପି) ଶାସକ ମିଳିତ ମେଣ୍ଟରୁ ଅଲଗା ହେବା ନେଇ ଘୋଷଣା କରିଛି। ଆରଏସପି ସଭାପତି ରବି ଲାମିଛାନେଙ୍କୁ ଗୃହମନ୍ତ୍ରୀ ଭାବରେ ପୁନଃ ଅବସ୍ଥାପିତ କରିବାକୁ ପ୍ରଧାନମନ୍ତ୍ରୀ ମନା କରିଦେଇଛନ୍ତି। ଏହା ପରେ ଦଳ ମିଳିତ ସରକାରଠାରୁ ଦୂରେଇ ଯିବାକୁ ନିଷ୍ପତ୍ତି ନେଇଛି।
ଆରଏସପି କେନ୍ଦ୍ରୀୟ କମିଟି ସଦସ୍ୟ ଏବଂ ସାଂସଦଙ୍କ ମିଳିତ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଗତ ବର୍ଷ ନଭେମ୍ବରରେ ଅନୁଷ୍ଠିତ ନିର୍ବାଚନ ସମୟରେ ୪୮ ବର୍ଷିୟ ଲାମିଛାନେ ଚିତୱାନ-୨ ନିର୍ବାଚନମଣ୍ଡଳୀରୁ ସାଂସଦ ଭାବରେ ନିର୍ବାଚିତ ହୋଇଥିଲେ। ଜାନୁଆରୀ ୨୭ରେ ନେପାଳ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ଲାମିଛାନେଙ୍କ ସଦସ୍ୟତା ରଦ୍ଦ ହୋଇଥିଲା। ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଲାମିଛାନେ ଯେଉଁ ନାଗରିକତ୍ୱ ପ୍ରମାଣପତ୍ର ଦାଖଲ କରିଥିଲେ ତାହା ଅମାନ୍ୟ ଥିବା କୋର୍ଟ ଜାଣିବାକୁ ପାଇଥିଲେ।
ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ପ୍ରଧାନମନ୍ତ୍ରୀ ଲାମିଛାନେଙ୍କୁ କ୍ୟାବିନେଟରୁ ହଟାଇ ଦିଆଯାଇଥିଲା। ଏଥି ସହିତ ତାଙ୍କୁ ଆରଏସପି ସଭାପତି ପଦ ହରାଇବାକୁ ପଡିଲା, କାରଣ ଏହି ପଦବୀରେ ରହିବା ପାଇଁ ନେପାଳୀ ନାଗରିକ ହେବା ଆବଶ୍ୟକ। ଜାନୁୟାରୀ ୨୯ରେ ଲାମିଚାନେ ନାଗରିକତ୍ୱ ପାଇବା ପରେ ପ୍ରଧାନମନ୍ତ୍ରୀ ପ୍ରଚଣ୍ଡଙ୍କୁ ଭେଟି ତାଙ୍କୁ ମନ୍ତ୍ରୀ ଭାବରେ ପୁନଃ ଅବସ୍ଥାପିତ କରିବାକୁ ଦାବି କରିଥିଲେ। କିନ୍ତୁ ପୁନର୍ବାର ତାଙ୍କୁ କ୍ୟାବିନେଟରେ ଭର୍ତ୍ତି କରିବାକୁ ସେ ମନା କରିଦେଇଥିଲେ। ଲାମିଚାନେଙ୍କୁ ଗତ ବର୍ଷ ଡିସେମ୍ବର ୨୬ର ଉପମୁଖ୍ୟମନ୍ତ୍ରୀ ଏବଂ ଗୃହମନ୍ତ୍ରୀ ଭାବରେ ନିଯୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?