ସୀମା ସଂଯୋଗକୁ ଆହୁରି ସୁଦୃଢ଼ କରିବେ ନେପାଳ-ଭାରତ

କାଠମାଣ୍ଡୁ/ନୂଆଦଲ୍ଲୀ,୧୪ା୧: ସୀମା ସଂଯୋଗକୁ ଆହୁରି ସୁଦୃଢ଼ କରିବା ପାଇଁ ନେପାଳ ଏବଂ ଭାରତ ଦ୍ୱିପାକ୍ଷିକ ଚୁକ୍ତି କାର୍ଯ୍ୟକାରୀ କରିବାକୁ ପ୍ରତିବଦ୍ଧତା ପ୍ରକାଶ କରିଛନ୍ତି। ଅନଧିକୃତ ବାଣିଜ୍ୟର ମୁକାବିଲା ପାଇଁ ବାଣିଜ୍ୟ, ଗମନାଗମନ ଏବଂ ସହଯୋଗ ଉପରେ ଭାରତ-ନେପାଳ ଆନ୍ତଃରାଜ୍ୟ ସବ୍‌ କମିଟି (ଆଇଜିଏସ୍‌ସି) ଜାନୁଆରୀ ୧୨-୧୩ରେ କାଠମାଣ୍ଡୁରେ ଏହାର ସର୍ବଶେଷ ଅଧିବେଶନ ଡକାଇଥିଲା।

ଫାର୍ମାସ୍ୟୁଟିକାଲ୍ସ ଏବଂ ଆୟୁର୍ବେଦିକ ଉତ୍ପାଦଗୁଡ଼ିକ ପାଇଁ ପାରସ୍ପରିକ ବଜାର ପ୍ରବେଶ ଉପରେ ମଧ୍ୟ ଉଭୟ ପକ୍ଷ ଆଲୋଚନା କରିଛନ୍ତି। ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ବିନିଯୋଗ (ଏଫଡିଆଇ)କୁ ଉତ୍ସାହିତ କରିବା ପାଇଁ ପ୍ୟାରିସ୍‌ କନଭେନ୍‌ସନ୍‌ ଅନୁଯାୟୀ, ଆଇପିଆର ବ୍ୟବସ୍ଥାର ଆବଶ୍ୟକତା ଉପରେ ଭାରତୀୟ ପକ୍ଷ ମଧ୍ୟ ଗୁରୁତ୍ୱାରୋପ କରିଛି।

ଭାରତ ସରକାରଙ୍କ ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ବିପୁଲ ବଂଶଲଙ୍କ ଏହାର ନେତୃତ୍ୱ ନେଇଥିଲେ। ଯେଉଁଥିରେ ବିଭିନ୍ନ ମନ୍ତ୍ରଣାଳୟ ଏବଂ କାଠମାଣ୍ଡୁରେ ଥିବା ଭାରତୀୟ ଦୂତାବାସର ବରିଷ୍ଠ ଅଧିକାରୀମାନେ ସାମିଲ ଥିଲେ। ସେହିପରି ନେପାଳର ନେତୃତ୍ୱ ନେପାଳ ସରକାର, ଶିଳ୍ପ, ବାଣିଜ୍ୟ ଏବଂ ଯୋଗାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ ରାମଚନ୍ଦ୍ର ତିଓ୍ବାରୀଙ୍କ ନେତୃତ୍ୱରେ ହୋଇଥିଲା। ତାଙ୍କ ସହ ନେପାଳର ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗର ପ୍ରମୁଖ ପ୍ରତିନିଧିମାନେ ମଧ୍ୟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର…

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ…

ଇସ୍ତଫା ପରେ ବି ନରମି ନାହାନ୍ତି ଧର୍ମେନ୍ଦ୍ର; କଂଗ୍ରେସ ନେତା ଜୟରାମ ରମେଶଙ୍କୁ ଦେଲେ କଡ଼ା ଜବାବ, କହିଲେ-ମୁଁ ଜଣେ …

ନୂଆଦିଲ୍ଲୀ, ୨୭।୭: ଜନ୍ତର-ମନ୍ତରରେ ମାସେରୁ ଅଧିକ ସମୟ ଧରି ଚାଲିଥିବା CJPର ଆନ୍ଦୋଳନ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ପରେ ସୋମବାର…

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭।୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି।…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri