ପରମ୍ପରା ଭାଙ୍ଗୁଛି ନେପାଳ! ଭାରତ ନୁହେଁ ଜିନପିଙ୍ଗଙ୍କୁ କରିବାକୁ ଯାଉଛି ସଲାମ

କାଠମାଣ୍ଡୁ,୩।୧୧: ଶ୍ରୀଲଙ୍କା ଏବଂ ମାଲଦ୍ୱୀପ ପରି ନେପାଳ ମଧ୍ୟ ଚାଇନା ଚାଲ୍‌ର ଶିକାର ହେବାକୁ ଲାଗୁଛି। ଭାରତର ଭଲ ପଡୋଶୀ ନେପାଳ ବର୍ତ୍ତମାନ ଚାଇନା କୋଳରେ ସମ୍ପୂର୍ଣ୍ଣ ବସିବାକୁ ପ୍ରସ୍ତୁତ ଅଛି। ଏହି କାରଣରୁ ନେପାଳର ପ୍ରଧାନମନ୍ତ୍ରୀ କେ ପି ଶର୍ମା ଓଲି ଦଶନ୍ଧି ପୁରୁଣା ପରମ୍ପରାକୁ ଭାଙ୍ଗୁଛନ୍ତି। ନେପାଳୀ ପ୍ରଧାନମନ୍ତ୍ରୀ ଓଲି ପରମ୍ପରାରୁ ଦୂରେଇ ଯାଇ କିଛି କରିବାକୁ ଯାଉଛନ୍ତି ଯାହା ଏପର୍ଯ୍ୟନ୍ତ କରାଯାଇ ନାହିଁ। ହଁ ନେପାଳର ପ୍ରଧାନମନ୍ତ୍ରୀ ଓଲି ତାଙ୍କର ପ୍ରଥମ ଦ୍ୱିପାକ୍ଷିକ ଗସ୍ତ ପାଇଁ ଚାଇନାକୁ ଚୟନ କରିଛନ୍ତି। ଯେହେତୁ ଏହା ଏକ ପରମ୍ପରା ହୋଇସାରିଛି ଯେ ନେପାଳର କୌଣସି ପ୍ରଧାନମନ୍ତ୍ରୀ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ଗସ୍ତ କରିଛନ୍ତି, ହେଲେ ଓଲି ଏଥର ଏହାକୁ ଭାଙ୍ଗିବାକୁ ଯାଉଛନ୍ତି।

ଇଣ୍ଡିଆନ ଏକ୍ସପ୍ରେସର ଖବର ଅନୁଯାୟୀ ନେପାଳର ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ଆସନ୍ତା ମାସରେ ଚାଇନା ଗସ୍ତରେ ଯାଇପାରନ୍ତି। ଏହା ତାଙ୍କର ପ୍ରଥମ ଦ୍ୱିପାକ୍ଷିକ ଗସ୍ତ ହେବ। ପୁଷ୍ପ କମଲ ଦହଲ ପ୍ରଚଣ୍ଡଙ୍କ ସ୍ଥାନରେ କେପି ଓଲି ନୂତନ ସରକାରର ମୁଖ୍ୟ ହେବା ପରେ ଚାରି ମାସ ବିତିଗଲାଣି। ମିଳିଥିବା ବିଶେଷ ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ଡିସେମ୍ବର ୨ରୁ ଡିସେମ୍ବର ୫ମଧ୍ୟରେ ବେଜିଂ ଗସ୍ତ କରିବାର ସମ୍ଭାବନା ରହିଛି। କେପି ଓଲିଙ୍କ ଚାଇନା ଗସ୍ତ ନେପାଳର ନୂତନ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ବିଦେଶ ଗସ୍ତ ପାଇଁ ଭାରତ ଗସ୍ତର ‘ପରମ୍ପରା’ରୁ ବିଦାୟ ବୋଲି ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri