ପରମ୍ପରା ଭାଙ୍ଗୁଛି ନେପାଳ! ଭାରତ ନୁହେଁ ଜିନପିଙ୍ଗଙ୍କୁ କରିବାକୁ ଯାଉଛି ସଲାମ

କାଠମାଣ୍ଡୁ,୩।୧୧: ଶ୍ରୀଲଙ୍କା ଏବଂ ମାଲଦ୍ୱୀପ ପରି ନେପାଳ ମଧ୍ୟ ଚାଇନା ଚାଲ୍‌ର ଶିକାର ହେବାକୁ ଲାଗୁଛି। ଭାରତର ଭଲ ପଡୋଶୀ ନେପାଳ ବର୍ତ୍ତମାନ ଚାଇନା କୋଳରେ ସମ୍ପୂର୍ଣ୍ଣ ବସିବାକୁ ପ୍ରସ୍ତୁତ ଅଛି। ଏହି କାରଣରୁ ନେପାଳର ପ୍ରଧାନମନ୍ତ୍ରୀ କେ ପି ଶର୍ମା ଓଲି ଦଶନ୍ଧି ପୁରୁଣା ପରମ୍ପରାକୁ ଭାଙ୍ଗୁଛନ୍ତି। ନେପାଳୀ ପ୍ରଧାନମନ୍ତ୍ରୀ ଓଲି ପରମ୍ପରାରୁ ଦୂରେଇ ଯାଇ କିଛି କରିବାକୁ ଯାଉଛନ୍ତି ଯାହା ଏପର୍ଯ୍ୟନ୍ତ କରାଯାଇ ନାହିଁ। ହଁ ନେପାଳର ପ୍ରଧାନମନ୍ତ୍ରୀ ଓଲି ତାଙ୍କର ପ୍ରଥମ ଦ୍ୱିପାକ୍ଷିକ ଗସ୍ତ ପାଇଁ ଚାଇନାକୁ ଚୟନ କରିଛନ୍ତି। ଯେହେତୁ ଏହା ଏକ ପରମ୍ପରା ହୋଇସାରିଛି ଯେ ନେପାଳର କୌଣସି ପ୍ରଧାନମନ୍ତ୍ରୀ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ଗସ୍ତ କରିଛନ୍ତି, ହେଲେ ଓଲି ଏଥର ଏହାକୁ ଭାଙ୍ଗିବାକୁ ଯାଉଛନ୍ତି।

ଇଣ୍ଡିଆନ ଏକ୍ସପ୍ରେସର ଖବର ଅନୁଯାୟୀ ନେପାଳର ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ଆସନ୍ତା ମାସରେ ଚାଇନା ଗସ୍ତରେ ଯାଇପାରନ୍ତି। ଏହା ତାଙ୍କର ପ୍ରଥମ ଦ୍ୱିପାକ୍ଷିକ ଗସ୍ତ ହେବ। ପୁଷ୍ପ କମଲ ଦହଲ ପ୍ରଚଣ୍ଡଙ୍କ ସ୍ଥାନରେ କେପି ଓଲି ନୂତନ ସରକାରର ମୁଖ୍ୟ ହେବା ପରେ ଚାରି ମାସ ବିତିଗଲାଣି। ମିଳିଥିବା ବିଶେଷ ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ଡିସେମ୍ବର ୨ରୁ ଡିସେମ୍ବର ୫ମଧ୍ୟରେ ବେଜିଂ ଗସ୍ତ କରିବାର ସମ୍ଭାବନା ରହିଛି। କେପି ଓଲିଙ୍କ ଚାଇନା ଗସ୍ତ ନେପାଳର ନୂତନ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ବିଦେଶ ଗସ୍ତ ପାଇଁ ଭାରତ ଗସ୍ତର ‘ପରମ୍ପରା’ରୁ ବିଦାୟ ବୋଲି ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri